୧୮ ଜିଲ୍ଲାପାଳଙ୍କୁ ଏସ୍‌ଆରସିଙ୍କ ଚିଠି- ସମ୍ଭାବ୍ୟ ବାତ୍ୟା ପାଇଁ ପ୍ରସ୍ତୁତ ରୁହ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ସମ୍ଭାବ୍ୟ ବାତ୍ୟା ମୁକାବିଲା ନେଇ ଆଜି ବସିବ ପ୍ରାକ୍‌ ପ୍ରସ୍ତୁତି ବୈଠକ । ବାତ୍ୟା ଯୋଗୁ ପ୍ରଭାବିତ ହେବାକୁ ଥିବା ଜିଲ୍ଲାର ଜିଲାପାଳଙ୍କ ସହ ଭିଡିଓ କନଫରେନ୍ସିଂରେ ଆଲୋଚନା କରିବେ ସ୍ୱତନ୍ତ୍ର ରିଲିଫ କମିଶନର । ବାତ୍ୟା ସମୟରେ ଶୂନ ଜୀବନହାନୀ ଓ କମ୍ କ୍ଷୟକ୍ଷତି ନେଇ ଆଜିର ବୈଠକରେ ଆଲୋଚନା ହେବ । ଗଞ୍ଜାମ, ଗଜପତି, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ୱର, ନୟାଗଡ଼, କଟକ, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, […]

Cyclone

Cyclone

Niharika Rout
  • Published: Thursday, 05 May 2022
  • Updated: 06 May 2022, 05:52 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ସମ୍ଭାବ୍ୟ ବାତ୍ୟା ମୁକାବିଲା ନେଇ ଆଜି ବସିବ ପ୍ରାକ୍‌ ପ୍ରସ୍ତୁତି ବୈଠକ । ବାତ୍ୟା ଯୋଗୁ ପ୍ରଭାବିତ ହେବାକୁ ଥିବା ଜିଲ୍ଲାର ଜିଲାପାଳଙ୍କ ସହ ଭିଡିଓ କନଫରେନ୍ସିଂରେ ଆଲୋଚନା କରିବେ ସ୍ୱତନ୍ତ୍ର ରିଲିଫ କମିଶନର । ବାତ୍ୟା ସମୟରେ ଶୂନ ଜୀବନହାନୀ ଓ କମ୍ କ୍ଷୟକ୍ଷତି ନେଇ ଆଜିର ବୈଠକରେ ଆଲୋଚନା ହେବ ।

ଗଞ୍ଜାମ, ଗଜପତି, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ୱର, ନୟାଗଡ଼, କଟକ, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ କନ୍ଧମାଳ ଜିଲ୍ଲାର ଜିଲ୍ଲାପାଳଙ୍କ ସହ ଆଲୋଚନା କରିବେ ଏସ୍ଆରସି ।

ଏହା ପୂର୍ବରୁ ଗତକାଲିଠାରୁ ୧୮ ଜିଲ୍ଲାର ଜିଲ୍ଲାପାଳଙ୍କୁ ଚିଠି ଲେଖି ସମ୍ଭାବ୍ୟ ବାତ୍ୟା ପାଇଁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ଏସ୍‌ଆରସି । ଜିଲ୍ଲା ଏମରଜେନ୍ସି ଅଫିସ ଓ କଣ୍ଟ୍ରୋଲ ରୁମ୍ ଦିନରାତି ଖୋଲା ରଖିବାକୁ ସମସ୍ତ ଜିଲ୍ଲାପାଳଙ୍କୁ ସେ ନିର୍ଦ୍ଦେଶ ଦେଇଛନ୍ତି । ଦୁର୍ବଳ ସ୍ଥାନ ଚିହ୍ନଟ ସହ ପ୍ରଭାବିତ ହେବାକୁ ଥିବା ଲୋକଙ୍କୁ ସେଠାରୁ ସ୍ଥାନାନ୍ତର ଉପରେ ଗୁରୁତ୍ୱ ଦେବାକୁ ନିର୍ଦ୍ଦେଶ ରହିଛି ।

ବିଶେଷ କରି ଉପକୂଳବର୍ତ୍ତୀ ଅଞ୍ଚଳରେ ମାଟିଘରେ ରହୁଥିବା ଲୋକଙ୍କୁ ସ୍ଥାନାନ୍ତର ପାଇଁ କୁହାଯାଇଛି । ସୁରକ୍ଷିତ ସ୍ଥାନ ବା କୋଠା ଚିହ୍ନଟ କରି ସେହିଠାରେ ବାତ୍ୟା ଆଶ୍ରୟସ୍ଥଳୀ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ସ୍ଥାନୀୟ ବିଡିଓ ଓ ତହସିଲଦାରଙ୍କ ଦ୍ୱାରା ବାତ୍ୟା ଆଶ୍ରୟସ୍ଥଳୀକୁ ନିରୀକ୍ଷଣ କରାଇବାକୁ କୁହାଯାଇଛି ।

ସୂଚନାଯୋଗ୍ୟ, ଏ ପର୍ଯ୍ୟନ୍ତ ବାତ୍ୟା ହେବା ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ କିଛି ସ୍ପଷ୍ଟ ସୂଚନା ମିଳି ପାରିନି। ଗତକାଲି ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆସନ୍ତାକାଲି ଲଘୁଚାପ କ୍ଷେତ୍ରରେ ପରିଣତ ହେବ । ଏହାପରେ ହିଁ ବାତ୍ୟା ଚିତ୍ର ସ୍ପଷ୍ଟ ହୋଇପାରିବ । ଏହା କେଉଁଠି ଲ୍ୟାଣ୍ଡଫଲ୍‌ କରିବ, କେତେ ତୀବ୍ର ରହିବ ସେ ନେଇ ସଠିକ୍‌ ଆକଳନ କରିହେବ ବୋଲି ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି।ତେବେ ପ୍ରାକ୍ ମୌସୁମୀ ପରିବେଶ ବାତ୍ୟା ପାଇଁ ଅନୁକୂଳ ରହିଛି ବୋଲି ସେ କହିଛନ୍ତି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story