ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଅଶାନ୍ତ ହୋଇଛି ରାଜଧାନୀ ଭୁବନେଶ୍ୱର। ସିରିଜ୍ ଲୁଟ୍ ପରେ ଆଜି ସନ୍ଧ୍ୟା ବେଳେ ରାଜଧାନୀରେ ହୋଇଛି ଛୁରାମାଡ଼। ଶୈଳଶ୍ରୀବିହାର ଅଞ୍ଚଳରେ ହୋଇଥିବା ଛୁରାମାଡ଼ରେ ଜଣେ ଯୁବକ ଗୁରୁତର ଆହତ ହୋଇଛନ୍ତି। ଗୁରୁତର ଯୁବକ ହସ୍ପିଟାଲରେ ଭର୍ତ୍ତି। ଅଭିଯୁକ୍ତ ଯୁବକ ଥାନାରେ ଅଟକ। ତ୍ରିକୋଣୀୟ ପ୍ରେମ ବ୍ୟାପାରକୁ ନେଇ ଛୁରା ମାଡ଼ ହୋଇଥିବା ଅନୁମାନ କରାଯାଉଛି। ଅଭିଯୁକ୍ତ ଓ ଆହତ ଉଭୟ ଯୁବକ ଇଂଜିନିୟରିଂ ଛାତ୍ର ହୋଇଥିବା ଜଣାପଡ଼ିଛି।
କିଛି ଦିନ ଧରି ଭୁବନେଶ୍ୱରରେ ଔଷଧ ଦୋକାନୀଙ୍କୁ ଚକମା ଦେଇ ଲୁଟ୍ ହେଉଥିଲା। ଏହି ଘଟଣା ଗତକାଲି ପର୍ଦ୍ଦାଫାସ କରିଥିଲା କମିଶନରେଟ୍ ପୁଲିସ୍। ଏହି ଘଟଣାରେ ପୁଲିସ୍ ୪ ଜଣ ଆନ୍ତଃରାଜ୍ୟ ଲୁଟେରାଙ୍କୁ ଗିରଫ କରିଛି। ସେମାନଙ୍କଠାରୁ ନଗଦ ୩୯ ହଜାର ଟଙ୍କା, ଗୋଟିଏ ଆଧାର କାର୍ଡ, ୨ଟି ଭୋଟ ଆଇଡି, ୪ଟି ମୋବାଇଲ ଜବତ କରିଛି। ଗିରଫ ଅଭିଯୁକ୍ତମାନଙ୍କ ମାଷ୍ଟର ମାଇଣ୍ଡ ଥିଲା ରଙ୍ଗ ମିସ୍ତ୍ରୀ ରାଜୁ ସିଂ। ସେ ୧୦ ବର୍ଷ ଧରି କଲିକତାରେ ରଙ୍ଗ ମିସ୍ତ୍ରୀ ଭାବେ କାମ କରୁଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଲୋକସେବା ଭବନରୁ ମହାଠକକୁ ଗିରଫ କଲା ପୁଲିସ୍, ମିଳିଲା ନକଲି ପରିଚୟପତ୍ର
ବ୍ୟାସଦେବ ନିଜକୁ ପଞ୍ଚାୟତି ରାଜ ବିଭାଗର ଜଣେ ସେକ୍ସନ ଅଫିସର ଭାବେ ପରିଚୟ ଦେଇ ଲୋକଙ୍କୁ ଠକି ଚାଲିଥିଲା।
Miscellaneous
ସୀମାନ୍ତରେ ନକ୍ସଲଙ୍କ ଆଇଇଡି ବିସ୍ଫୋରଣ, ୨ ସୁରକ୍ଷାକର୍ମୀ ଆହତ
ସ୍ଥାନୀୟ ପୁଲିସ୍ କହିଛି ଯେ ଜାଙ୍ଗାଲା ନିକଟର ଜୈଗୁର ଜଙ୍ଗଲରେ ରବିବାର ସନ୍ଧ୍ୟାରୁ ସର୍ଚ୍ଚ ଅପରେସନ ଆରମ୍ଭ ହୋଇଥିଲା। ଡିଆରଜି ଯବାନ ଓ କୁଟ୍ରୁ ପୁଲିସ୍ର କର୍ମଚାରୀମାନେ ଏଥିରେ ସାମିଲ ହୋଇଥିଲେ।
Crime
ହଷ୍ଟେଲରେ ଥିଲେ ଛାତ୍ରୀ, ମିଳିଲା ଝୁଲନ୍ତା ମୃତଦେହ
ଗତକାଲି ରାତିରେ କେହି ନ ଥିବା ବେଳେ ଉତ୍କଳିକା ନିଜ ରୁମ୍ରେ ଥିବା ଫ୍ୟାନ୍ରେ ବେକରେ ଓଢଣୀ ଲଗାଇ ଝୁଲି ପଡ଼ିଥିଲେ।
Miscellaneous
ଦିଲ୍ଲୀ ଗଲେ ମୁଖ୍ୟମନ୍ତ୍ରୀ, ଆଜି ‘ଆୟୁଷ୍ମାନ୍’ MOU
ରାଜ୍ୟରେ ଖୁବ୍ ଶୀଘ୍ର ଲାଗୁ ହେବ ଆୟୁଷ୍ମାନ ଭାରତ। ଏଥିପାଇଁ ଆଜି ଦିଲ୍ଲୀ ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଇ ମହାଲିଙ୍ଗ।
Crime
ନଦୀରେ ଭାସୁଛି ଯୁବକଙ୍କ ମୃତଦେହ, ଦୁଇ ଦିନ ହେଲା ନିଖୋଜ ଥିଲେ
ଯୁବକଜଣକ ଦୁଇ ଦିନ ତଳେ ନିଖୋଜ ହୋଇ ଯାଇଥିବା ବେଳେ ଆଜି ତାଙ୍କ ମୃତଦେହ ନଦୀରେ ଭାସୁଥିବା ଦେଖିବାକୁ ମିଳିଛି।