/odisha-reporter/media/post_attachments/uploads/2021/04/SBI-main-Branch.jpg)
SBI main Branch
ଭୁବନେଶ୍ୱର: ସିଲ୍ ହେଲା ଭୁବନେଶ୍ୱର ସ୍ଥିତ ଏସ୍ବିଆଇ ମୁଖ୍ୟ କାର୍ଯ୍ୟାଳୟ । ଷ୍ଟେଟ ବ୍ୟାଙ୍କର ୭ କର୍ମଚାରୀ କରୋନା ପଜିଟିଭ ଚିହ୍ନଟ ହେବ ପରେ ଏହି ପଦକ୍ଷେପ ନିଆଯାଇଛି। ଆଗାମୀ ୨ ଦିନ ପାଇଁ ଏସ୍ବିଆଇ ମୁଖ୍ୟ କାର୍ଯ୍ୟାଳୟକୁ ସିଲ୍ କରାଯାଇଛି। ଏନେଇ ବିଏମ୍ସି କମିଶନର ପ୍ରେମଚନ୍ଦ୍ର ଚୌଧୁରୀ ସୂଚନା ଦେଇଛନ୍ତି।
Advertisment
ସେହିପରି ଆଜି ଭୁବନେଶ୍ୱର ରେଳ ଷ୍ଟେସନରୁ ପ୍ରଥମଥର ପାଇଁ ୨ ଯାତ୍ରୀ ପଜିଟିଭ ଚିହ୍ନଟ ହୋଇଛନ୍ତି। ଉଭୟ ଆକ୍ରାନ୍ତଙ୍କୁ କୋଭିଡ ହସ୍ପିଟାଲ ସ୍ଥାନାନ୍ତର କରାଯାଇଛି। ଉଭୟ ଯାତ୍ରୀଙ୍କ କଣ୍ଟାକ୍ଟ ଟ୍ରେସିଂ ଓ ଟ୍ରାଭେଲ ହିଷ୍ଟ୍ରିର ଯାଂଚ ଚାଲିଛି। ରେଳ ଷ୍ଟେସନରେ ପଜିଟିଭ ଚିହ୍ନଟ ପରେ ଟେଷ୍ଟିଂକୁ ତ୍ୱରାନ୍ବିତ କରାଯାଇଛି ବୋଲି ବିଏମ୍ସି କମିଶନର କହିଛନ୍ତି।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
