ଆଜି ରାଜ୍ୟ କ୍ୟାବିନେଟ ବୈଠକ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବ। ଅପରାହ୍ଣରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିବ। ଏଥିରେ କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯିବାର ସମ୍ଭାବନା ରହିଛି। ନିର୍ବାଚନ ପାଖେଇ ଆସୁଥିବା ବେଳେ କେଉଁ ସବୁ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯିବ, ତା’ ଉପରେ ସମସ୍ତଙ୍କ ନଜର ରହିଛି। ଆସନ୍ତା ୪ ତାରିଖରୁ ବିଧାନସଭା ଅଧିବେଶନ ଆରମ୍ଭ ହେବାକୁ ଯାଉଥିବା ବେଳେ ଏହି ସମୟରେ କାମଚଳା ବଜେଟ୍ ମଧ୍ୟ ଆଗତ ହେବ। ଏହି ବଜେଟରେ […]

Odisha-Secretariat,,,,0

Tapaswini Nayak
  • Published: Tuesday, 29 January 2019
  • , Updated: 29 January 2019, 10:12 AM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବ। ଅପରାହ୍ଣରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିବ। ଏଥିରେ କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯିବାର ସମ୍ଭାବନା ରହିଛି। ନିର୍ବାଚନ ପାଖେଇ ଆସୁଥିବା ବେଳେ କେଉଁ ସବୁ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯିବ, ତା’ ଉପରେ ସମସ୍ତଙ୍କ ନଜର ରହିଛି।

ଆସନ୍ତା ୪ ତାରିଖରୁ ବିଧାନସଭା ଅଧିବେଶନ ଆରମ୍ଭ ହେବାକୁ ଯାଉଥିବା ବେଳେ ଏହି ସମୟରେ କାମଚଳା ବଜେଟ୍ ମଧ୍ୟ ଆଗତ ହେବ। ଏହି ବଜେଟରେ ସରକାର କିଛି ନୂଆ ଘୋଷଣା କରିବାକୁ ଥିବାରୁ ସେ ସଂକ୍ରାନ୍ତରେ ମଧ୍ୟ କ୍ୟାବିନେଟରେ ନିଷ୍ପତ୍ତି ହୋଇପାରେ।

Related story