ଭୁବନେଶ୍ୱର: ରାଜ୍ୟରେ ପଞ୍ଚାୟତ ନିର୍ବାଚନ ପରିଚାଳନା ନେଇ ଆସନ୍ତାକାଲି ରାଜ୍ୟ ନିର୍ବାଚନ କମିଶନଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବ। ସଚିବାଳୟରେ ହେବାକୁ ଥିବା ଏହି ବୈଠକରେ ସ୍ୱଚ୍ଛ ଓ ବ୍ୟବସ୍ଥିତ ଭାବେ ନିର୍ବାଚନ ପରିଚାଳନା, ଆଇନ୍ଶୃଙ୍ଖଳା ପରିସ୍ଥିତି, ସମ୍ୱେଦନଶୀଳ ବୁଥ୍ରେ କଡ଼ା ସୁରକ୍ଷା ବ୍ୟବସ୍ଥା, ଆଦର୍ଶ ଆଚରଣ ବିଧି କାର୍ଯ୍ୟକାରୀ କରିବା ଭଳି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା କରାଯିବ।
ବୈଠକରେ ରାଜ୍ୟ ନିର୍ବାଚନ କମିଶନଙ୍କ ସମେତ ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନର, ଗୃହ ସଚିବ, ପୋଲିସ୍ ଡିଜି, ପଞ୍ଚାୟତିରାଜ ସଚିବଙ୍କ ସମେତ ସମସ୍ତ ଜିଲ୍ଲାର ଜିଲ୍ଲାପାଳ ଓ ଏସ୍ପିମାନେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।