ଲଘୁଚାପ ବର୍ଷା: ଜିଲ୍ଲାପାଳଙ୍କୁ ଆଲର୍ଟ କଲେ ସରକାର

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବଙ୍ଗୋପସାଗରରେ ଗୋଟିଏ ଲଘୁଚାପ ଘନୀଭୂତ  ହୋଇଥିବାବେଳେ ଆଉ ଏକ ଲଘୁଚାପ ଅଗଷ୍ଟ ୯ତାରିଖରେ ସୃଷ୍ଟି ହେବାର ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ସ୍ୱତନ୍ତ୍ର ରିଲିଫ କମିଶନର ପ୍ରଦୀପ କୁମାର ଜେନା ଆଜି ସମସ୍ତ ଜିଲ୍ଲାପାଳଙ୍କୁ ଆଲର୍ଟ ଜାରି କରିବା ସହ ଲଘୁଚାପଜନିତ ବର୍ଷା ଯୋଗୁ ଉପୁଜିବାକୁ ଥିବା ସ୍ଥିତି ପ୍ରତି ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଏହାସହିତ ସମସ୍ତ ବିଭାଗର ସଚିବ, ଆରଡିସି, ପୁଲିସ ପ୍ରଶାସନ, ଏନଡିଆରଏଫ ଓ ଓସଡ଼ମା ନିର୍ବାହୀ […]

rain-1-750x430

Tapas Behera
  • Published: Wednesday, 05 August 2020
  • , Updated: 05 August 2020, 07:15 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବଙ୍ଗୋପସାଗରରେ ଗୋଟିଏ ଲଘୁଚାପ ଘନୀଭୂତ  ହୋଇଥିବାବେଳେ ଆଉ ଏକ ଲଘୁଚାପ ଅଗଷ୍ଟ ୯ତାରିଖରେ ସୃଷ୍ଟି ହେବାର ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ସ୍ୱତନ୍ତ୍ର ରିଲିଫ କମିଶନର ପ୍ରଦୀପ କୁମାର ଜେନା ଆଜି ସମସ୍ତ ଜିଲ୍ଲାପାଳଙ୍କୁ ଆଲର୍ଟ ଜାରି କରିବା ସହ ଲଘୁଚାପଜନିତ ବର୍ଷା ଯୋଗୁ ଉପୁଜିବାକୁ ଥିବା ସ୍ଥିତି ପ୍ରତି ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଏହାସହିତ ସମସ୍ତ ବିଭାଗର ସଚିବ, ଆରଡିସି, ପୁଲିସ ପ୍ରଶାସନ, ଏନଡିଆରଏଫ ଓ ଓସଡ଼ମା ନିର୍ବାହୀ ନିର୍ଦ୍ଦେଶକଙ୍କୁ ମଧ୍ୟ ପରିସ୍ଥିତି ସମ୍ପର୍କରେ ଅବଗତ କରାଇଛନ୍ତି।
ଶ୍ରୀ ଜେନା ଲେଖିଥିବା ଚିଠିରେ ଦର୍ଶାଇଛନ୍ତି ଯେ ପାଣିପାଗ ବିଭାଗ ସ୍ୱତନ୍ତ୍ର ବୁଲେଟିନ୍ ଅନୁସାରେ ବଙ୍ଗୋପସାଗର ଉତ୍ତର-ପଶ୍ଚିମ ଭାଗରେ ଏକ ଲଘୁଚାପ ଘନୀଭୂତ ହୋଇଛି। ଆଉ ଏକ ଲଘୁଚାପ ବଙ୍ଗୋପସାଗରର ଉତ୍ତର ଦିଗରେ ଆସନ୍ତା ୯ତାରିଖରେ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଓଡ଼ିଶା ଉପକୂଳରେ ଘଣ୍ଟା ପ୍ରତି ୪୦-୫୦ କିମି ବେଗରେ ପବନ ବୋହିବା ସହ ଆସନ୍ତା ୫ଦିନ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ। ଲଘୁଚାପ ବର୍ଷାକୁ ଦୃଷ୍ଟିରେ ରଖି ଜିଲ୍ଲାଗୁଡ଼ିକରେ ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜାରି କରାଯିବା ସହ ସହରାଂଚଳରେ ଜଳବନ୍ଦୀ ଅଂଚଳ ସହ ସମସ୍ତ ପ୍ରକାରର ପରିସ୍ଥିତି ଉପରେ ତୀକ୍ଷ୍ଣ ନଜର ରଖିବାକୁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି।

ଆଜିଠୁ ଆସନ୍ତାକାଲି ସକାଳ ପର୍ଯ୍ୟନ୍ତ ସୁନ୍ଦରଗଡ଼,ଦେବଗଡ଼, ନୂଆପଡ଼ା, ବଲାଙ୍ଗିର, ସମ୍ବଲପୁର, ଝାରସୁଗୁଡ଼ା ଜିଲ୍ଲାଗୁଡ଼ିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏସବୁ ଜିଲ୍ଲାରେ ଅରେଞ୍ଜ ୱାର୍ଣ୍ଣି ଜାରି ହୋଇଛି। ସେହିପରି ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ଭଦ୍ରକ, ଖୋର୍ଦ୍ଧା, ଯାଜପୁର, ଢେଙ୍କାନାଳ,ବାଲେଶ୍ୱର ନବରଙ୍ଗପୁର, କେନ୍ଦୁଝର ଓ କଳାହାଣ୍ଡି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ସେହିପରି ୬ତାରିଖ ସକାଳରୁ ୭ତାରିଖ ସକାଳ ପର୍ଯ୍ୟନ୍ତ କେନ୍ଦୁଝର, ସୁନ୍ଦରଗଡ଼ ଓ ମୟୂରଭଞ୍ଜ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ସେହିପରି ୮ତାରିଖ ସକାଳରୁ ୯ତାରିଖ ସକାଳ ପର୍ଯ୍ୟନ୍ତ ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, କଳାହାଣ୍ଡି, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

ସେହିପରି ୯ରୁ ୧୦ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାର ବିଭିନ୍ନ ଜିଲ୍ଲାଗୁଡ଼ିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଆସନ୍ତା ୨୪ଘଣ୍ଟା ପର୍ଯ୍ୟନ୍ତ ସମୁଦ୍ର ଭିତରକୁ ନଯିବା ପାଇଁ ମତ୍ସ୍ୟଜୀବୀମାନଙ୍କୁ ପରାମର୍ଶ ଦିଆଯାଇଛି।

Related story