ଭୁବନେଶ୍ୱର: ଏବେ ମନ୍ଦିର ଖୋଲିବା ସମ୍ଭବ ନୁହେଁ। ଏନେଇ ହାଇକୋର୍ଟରେ ନିଜର ଜବାବ ଦାଖଲ କଲେ ରାଜ୍ୟ ସରକାର। ରାଜ୍ୟରେ ବିଭିନ୍ନ ଧର୍ମାନୁଷ୍ଠାନ ଖୋଲିବା ସଂପର୍କିତ ମାମଲାରେ ରାଜ୍ୟ ସରକାରଙ୍କ ପକ୍ଷରୁ ହାଇକୋର୍ଟରେ ଜବାବ ଦାଖଲ ହୋଇଛି। ବର୍ତ୍ତମାନ ମନ୍ଦିର ଖୋଲିବା ସମ୍ଭବ ନୁହେଁ ବୋଲି ସରକାର ଦର୍ଶାଇଛନ୍ତି।
ତେବେ ଗର୍ଭଗୃହ ଛୋଟ ଯୋଗୁଁ ଗହଳି ହେଲେ କରୋନା ସଂକ୍ରମଣ ବଢ଼ିପାରେ ବୋଲି ସରକାର ଦର୍ଶାଇଛନ୍ତି। ଆସନ୍ତା ସପ୍ତହାରେ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ଧାର୍ଯ୍ୟ ହୋଇଛି।
ଦୀର୍ଘ ୫ ମାସରୁ ଅଧିକ ସମୟ ହେଲାଣି ଭଗବାନଙ୍କ ସାନିଧ୍ୟରୁ ବଞ୍ଚିତ ଭକ୍ତ। କରୋନା ସଂକ୍ରମଣ ପାଇଁ ମାର୍ଚ୍ଚ ୨୦ ପରଠୁ ରାଜ୍ୟରେ ଭକ୍ତଙ୍କ ଲାଗି ସମ୍ପୂର୍ଣ୍ଣ ବାରଣ ଦେବାନୁଷ୍ଠାନ। ୟା ଭିତରେ ଗଲାଣି କେତେ ପର୍ବପର୍ବାଣୀ।
ହେଲେ ସବୁଠି କେବଳ ପରମ୍ପରା ରକ୍ଷା ଲାଗି ଠାକୁରଙ୍କ ନୀତିକାନ୍ତି ଚାଲିଛି, ଭକ୍ତଙ୍କୁ ଛଡ଼ାଯାଉନି। ଏଣେ ଠାକୁର ଦର୍ଶନରୁ ବଞ୍ଚିତ ଭକ୍ତ ଯେତିକି ଛଟପଟ, ଦାନ ଦକ୍ଷିଣାକୁ ଆଶ୍ରା କରି ବଞ୍ଚୁଥିବା ସେବାୟତ ଓ ପୂଜକଙ୍କ ଅବସ୍ଥା ବି ତାଠୁ ଅଧିକ ଉତ୍କଟ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Weather
୩ ଦିନ ପରେ ବଢ଼ିବ ଶୀତ, କଲବଲ କରିବ ଘନ କୁହୁଡ଼ି!
ଶୀତ ପରେ ରାଜ୍ୟବାସୀଙ୍କୁ କୁହୁଡି କଲବଲ କରିବ। ୧୧ ତାରିଖରୁ ୧୪ ତାରିଖ ପର୍ଯ୍ୟନ୍ତ ସୁନ୍ଦରଗଡ଼, କେନ୍ଦୁଝର, ଢେଙ୍କାନାଳ, ଅନୁଗୋଳ, କଟକ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ ଓ କୋରାପୁଟ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ଘନ କୁହୁଡି ହେବାର ସମ୍ଭାବନା ରହିଛି।
Accident
ତଳକୁ ଝୁଲି ରହିଥିଲା ୧୧ କେଭି ବିଦ୍ୟୁତ୍ ତାର, ଉଠାଇବା ବେଳେ ୨ ଗୁରୁତର
ବିଲ ଦେଇ ଯାଇଥିବା ୧୧କେଭି ବିଦ୍ୟୁତ୍ ତାର ତଳକୁ ଝୁଲି ରହିଥିଲା । କୌଣସି ଅଘଟଣ ଆଶଙ୍କାରେ ତାହାକୁ ଉପରକୁ ଉଠାଇଥିଲେ ଧାନ କଟା ମେସିନ୍ର ଡ୍ରାଇଭର ଓ ହେଲପର ।
Crime
ବାଇକ୍ରେ ଆସିଲେ, ସୁନା ଚେନ୍ ଝାମ୍ପି ନେଲେ
ବାଇକ୍ରେ ଆସିଲେ। ଆଖି ପିଛୁଳାକେ ସ୍ପଷ୍ଟ ଦିବାଲୋକରେ ଥାନା ସମ୍ମୁଖରୁ ମହିଳାଙ୍କ ବେକରୁ ସୁନା ଚେନ୍ ଝାମ୍ପି ନେଲେ ।
Crime
ମଦ୍ୟପ ପୁଅର ନିର୍ଯାତନା ଅତିଷ୍ଠ କଲା, ଛୁରୀ ଭୁଷିଦେଲା ବାପା
ମଦ୍ୟପ ପୁଅର ନିର୍ଯାତନା ଅତିଷ୍ଠ କଲା। ଯେଉଁ ପୁଅ ବାପାର ସାହାରା ପାଲଟିବା କଥା, ସେ ମୁଣ୍ଡ ବିନ୍ଧାର କାରଣ ପାଲଟିଲା। ମଦ ନିଶାରେ ଚୁର ପୁଅର ସବୁବେଳେ କଲବଲ କରିବାରୁ ତାକୁ ରାସ୍ତାରୁ ସଫା କରିଦେଲା ବାପା।
Crime
ସ୍ୱାମୀ ପାଲଟିଗଲା ସଇତାନ, ସ୍ତ୍ରୀର ବେକ କାଟିଦେଲା
ଘରୋଇ କଳହରୁ ଘଟିଲା ବୀଭତ୍ସ ହତ୍ୟାକାଣ୍ଡ। ସ୍ୱାମୀ ପାଲଟିଗଲା ସଇତାନ । ସାତ ଜନ୍ମ ପାଇଁ ଯାହା ହାତ ଧରିଥିଲା ତା’ ବେକ କାଟି ଦେଲା।