ଏବେ ଖୋଲିବନି ମନ୍ଦିର

ଭୁବନେଶ୍ୱର: ଏବେ ମନ୍ଦିର ଖୋଲିବା ସମ୍ଭବ ନୁହେଁ। ଏନେଇ ହାଇକୋର୍ଟରେ ନିଜର ଜବାବ ଦାଖଲ କଲେ ରାଜ୍ୟ ସରକାର।  ରାଜ୍ୟରେ ବିଭିନ୍ନ ଧର୍ମାନୁଷ୍ଠାନ ଖୋଲିବା ସଂପର୍କିତ ମାମଲାରେ ରାଜ୍ୟ ସରକାରଙ୍କ ପକ୍ଷରୁ ହାଇକୋର୍ଟରେ ଜବାବ ଦାଖଲ ହୋଇଛି। ବର୍ତ୍ତମାନ ମନ୍ଦିର ଖୋଲିବା ସମ୍ଭବ ନୁହେଁ ବୋଲି ସରକାର ଦର୍ଶାଇଛନ୍ତି। ତେବେ ଗର୍ଭଗୃହ ଛୋଟ ଯୋଗୁଁ ଗହଳି ହେଲେ କରୋନା ସଂକ୍ରମଣ ବଢ଼ିପାରେ ବୋଲି ସରକାର ଦର୍ଶାଇଛନ୍ତି। ଆସନ୍ତା ସପ୍ତହାରେ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ଧାର୍ଯ୍ୟ ହୋଇଛି। […]

Jagannath-Temple-Puri

Tapas Behera
  • Published: Monday, 28 September 2020
  • , Updated: 28 September 2020, 05:12 PM IST

ଭୁବନେଶ୍ୱର: ଏବେ ମନ୍ଦିର ଖୋଲିବା ସମ୍ଭବ ନୁହେଁ। ଏନେଇ ହାଇକୋର୍ଟରେ ନିଜର ଜବାବ ଦାଖଲ କଲେ ରାଜ୍ୟ ସରକାର।  ରାଜ୍ୟରେ ବିଭିନ୍ନ ଧର୍ମାନୁଷ୍ଠାନ ଖୋଲିବା ସଂପର୍କିତ ମାମଲାରେ ରାଜ୍ୟ ସରକାରଙ୍କ ପକ୍ଷରୁ ହାଇକୋର୍ଟରେ ଜବାବ ଦାଖଲ ହୋଇଛି। ବର୍ତ୍ତମାନ ମନ୍ଦିର ଖୋଲିବା ସମ୍ଭବ ନୁହେଁ ବୋଲି ସରକାର ଦର୍ଶାଇଛନ୍ତି।

ତେବେ ଗର୍ଭଗୃହ ଛୋଟ ଯୋଗୁଁ ଗହଳି ହେଲେ କରୋନା ସଂକ୍ରମଣ ବଢ଼ିପାରେ ବୋଲି ସରକାର ଦର୍ଶାଇଛନ୍ତି। ଆସନ୍ତା ସପ୍ତହାରେ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ଧାର୍ଯ୍ୟ ହୋଇଛି।

ଦୀର୍ଘ ୫ ମାସରୁ ଅଧିକ ସମୟ ହେଲାଣି ଭଗବାନଙ୍କ ସାନିଧ୍ୟରୁ ବଞ୍ଚିତ ଭକ୍ତ। କରୋନା ସଂକ୍ରମଣ ପାଇଁ ମାର୍ଚ୍ଚ ୨୦ ପରଠୁ ରାଜ୍ୟରେ ଭକ୍ତଙ୍କ ଲାଗି ସମ୍ପୂର୍ଣ୍ଣ ବାରଣ ଦେବାନୁଷ୍ଠାନ। ୟା ଭିତରେ ଗଲାଣି କେତେ ପର୍ବପର୍ବାଣୀ।

ହେଲେ ସବୁଠି କେବଳ ପରମ୍ପରା ରକ୍ଷା ଲାଗି ଠାକୁରଙ୍କ ନୀତିକାନ୍ତି ଚାଲିଛି, ଭକ୍ତଙ୍କୁ ଛଡ଼ାଯାଉନି। ଏଣେ ଠାକୁର ଦର୍ଶନରୁ ବଞ୍ଚିତ ଭକ୍ତ ଯେତିକି ଛଟପଟ, ଦାନ ଦକ୍ଷିଣାକୁ ଆଶ୍ରା କରି ବଞ୍ଚୁଥିବା ସେବାୟତ ଓ ପୂଜକଙ୍କ ଅବସ୍ଥା ବି ତାଠୁ ଅଧିକ ଉତ୍କଟ।

Related story