ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ସାରା ଦେଶରେ ୭୧ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ଭୁବନେଶ୍ୱର ସ୍ଥିତ ଗାନ୍ଧି ମାର୍ଗରେ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ଉତ୍ସବ ପାଳିତ ହୋଇଛି। ଏଥିରେ ରାଜ୍ୟପାଳ ଗଣେଣୀ ଲାଲ୍ ପତାକା ଉତ୍ତୋଳନ କରିଥିଲେ। ଏଥିସହ ସେ ମିଳିତ ପରେଡ୍ରେ ଅଭିବାଦନ ଗ୍ରହଣ କରିଥିଲେ।
ଏହି ଅବସରରେ ଆୟୋଜିତ ରଙ୍ଗାରଙ୍ଗ ପରେଡ୍ ଉତ୍ସବରେ ୪୮ଟି ଟିମ୍ ଅଂଶ ଗ୍ରହଣ କରିଥିଲେ। ସେହିପରି ଏଥିରେ ୧୨ଟି ପ୍ରଜ୍ଞାପନ ମେଢ଼ ମଧ୍ୟ ଭାଗ ନେଇଥିଲେ।
ଏଥର ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଥମ ଥର ପାଇଁ ବିଶେଷ ଅତିଥି ଭାବେ ଯୋଗ ଦେଇଥିଲେ। ପୂର୍ବ ବର୍ଷ ଗୁଡ଼ିକରେ ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀ କଟକରେ ପତାକା ଉତ୍ତୋଳନ କରିବା ସହ ସମ୍ମିଳିତ ପରେଡ୍ରେ ଅଭିବାଦନ ଗ୍ରହଣ କରୁଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଲକ୍ଷାଧିକ ଟଙ୍କା ହଡ଼ପ; ଗରିବଙ୍କ ଝାଳ ବୁହା ଧନ ନେଇଗଲେ ପୋଷ୍ଟ ମାଷ୍ଟର!
ଠକାମୀରେ ଶିକାର ହୋଇଥିବା ଜମାକାରୀମାନେ ଆଜି ଲାଞ୍ଜିବର୍ଣ୍ଣା ଉପ-ଡାକଘର ଯାଇଥିଲେ। ସେତେବେଳେ ଡାକଘରେ ତାଲା ଝୁଲୁଥିବା ଦେଖିବାକୁ ମିଳିଥିଲା। ଖବର ନେବାରୁ ଜଣାପଡ଼ିଛି କିଛି ଦିନ ହେଲା ସଂପୃକ୍ତ ପୋଷ୍ଟ ମାଷ୍ଟର ଡାକଘରେ ତାଲା ପକାଇ ଆସୁନାହାନ୍ତି।
Accident
ବାଇକ୍କୁ ପଛରୁ ପିଟିଲା ଟ୍ରକ୍; ମା’ପୁଅ ମୃତ, ବାପା ଗୁରୁତର
ଘଟଣାସ୍ଥଳରେ ମା’ର ମୃତ୍ୟୁ ଘଟିଥିବା ବେଳେ ଡାକ୍ତରଖାନାରେ ପୁଅକୁ ମୃତ ଘୋଷଣା କରିଥିଲେ ଡାକ୍ତର।
Crime
କୋଡ଼ିଙ୍ଗା ତହସିଲଦାରଙ୍କୁ ୩ ବର୍ଷ ଜେଲ୍ ଦଣ୍ଡାଦେଶ
ଘଟଣା ଘଟିବାର ୬ ବର୍ଷ ପରେ ଦୋଷୀ ସାବ୍ୟସ୍ତ ହୋଇ ଦଣ୍ଡ ପାଇଛନ୍ତି କୋଡ଼ିଙ୍ଗା ତହସିଲଦାର।
Politics
ଦେଶର ରାଜଧାନୀରେ ହଙ୍ଗାମା; ରାଜ୍ୟ ରାଜଧାନୀରେ ଗର୍ଜନ
ରାହୁଲ ଗାନ୍ଧିଙ୍କ ଆକ୍ରମଣକୁ ବିରୋଧ କରି ବିଜେପି ଓ ଅମିତ ଶାହଙ୍କ ବୟାନକୁ ନିନ୍ଦା କରି କଂଗ୍ରେସ ରାଜରାସ୍ତାକୁ ଓହ୍ଲାଇଛନ୍ତି।
Weather
ରବିବାର ସକାଳ ଯାଏଁ ବର୍ଷା; ଜାଣନ୍ତୁ, କେବେ କେଉଁଠି ହେବ
ଆଗାମୀ ୪ ଦିନ ଯାଏ ସର୍ବନିମ୍ନ ତାପମାତ୍ରାରେ କୌଣସି ପରିବର୍ତନ ହେବ ନାହିଁ। କିନ୍ତୁ ତା’ପରେ ୨ରୁ ୪ ଡିଗ୍ରୀ କମିବ।