ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ରହିଛି ଲଘୁଚାପ କ୍ଷେତ୍ର। ଏହାର ପ୍ରଭାବରେ ଓଡ଼ିଶାର କିଛି ଜିଲ୍ଲାରେ ଆସନ୍ତାକାଲିଠାରୁ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ ଆକଳନ କରିଛି ।
ସୁଦୃଶ ଲଘୁଚାପ କ୍ଷେତ୍ରଟି ସମୁଦ୍ର ପତନରୁ ପ୍ରାୟ 5.8 କି.ମି. ପର୍ଯ୍ୟନ୍ତ ବିସ୍ତାରିତ ଅଛି ବୋଲି ଭାରତୀୟ ପାଣିପାଗ ବିଭାଗ ସୂଚନା ଦେଇଛି । ଏହା ଆସନ୍ତା ୪୮ ଘଣ୍ଟାରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତିକରି ଆହୁରି ସକ୍ରିୟ ହେବାର ସମ୍ଭାବନା ରହିଛି ।
ଆସନ୍ତାକାଲି ୮ ଜିଲ୍ଲାର ବିଭିନ୍ନ ସ୍ଥାନରେ ବିଜୁଳି ଓ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ମାଲକାନାଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ଵର ଓ ଭଦ୍ରକରେ ବର୍ଷା ହେବାର ସମ୍ଭାବନା ରହିଥିବା ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି କହିଛନ୍ତି। ସେହିପରି ୨୪ ତାରିଖରେ ଯାଜପୁର, କଟକ ଓ ମୟୂରଭଞ୍ଜରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ଓ ଝଟକା ପବନର ସମ୍ଭାବନା ରହିଥିବା ସେ କହିଛନ୍ତି।
ଅନ୍ୟପକ୍ଷରେ ଗତ ୨୪ ଘଣ୍ଟାରେ ଟିଟିଲାଗଡ଼ରେ ସର୍ବାଧିକ ତାପମାତ୍ରା ୩୫.୫ ଡିଗ୍ରୀ ସେଲିସିୟସ ରେକର୍ଡ ହୋଇଥିବା ହେଲେ ଭୁବନେଶ୍ଵରରେ ୩୫.୪ ଓ ଭବାନୀପାଟଣାରେ ୩୫ ଡିଗ୍ରୀ ସେଲିସିୟସ ରେକର୍ଡ କରାଯାଇଛି। ବର୍ତମାନ ଓଡ଼ିଶାର ଜିଲ୍ଲାଗୁଡ଼ିକରେ ପାଗ ଶୁଖିଲା ରହୁଥିବା ବେଳେ ରାତ୍ରି ତାପମାତ୍ରା ପ୍ରାୟ ୨-୩ ଡିଗ୍ରୀ ସେଲସିୟସ୍ ବୃଦ୍ଧି ପାଇବ।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us/odisha-reporter/media/media_files/2026/02/22/rain-2026-02-22-17-47-31.jpg)