ସମ୍ଭାବ୍ୟ ବାତ୍ୟା: ୨୪ ସନ୍ଧ୍ୟାରୁ ଉପକୂଳ ଜିଲ୍ଲାରେ ଝଡ଼ପବନ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆସନ୍ତାକାଲି ଲଘୁଚାପର ରୂପ ନେବ ଓ ୨୪ତାରିଖ ସୁଦ୍ଧା ଏହା ଅଧିକ ଘନୀଭୂତ ହୋଇ ବାତ୍ୟାରେ ପରିଣତ ହେବ ବୋଲି ଭୁବନେଶ୍ୱରସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର କହିଛି। ଏହାସହିତ ୨୪ତାରିଖ ସନ୍ଧ୍ୟାରୁ ଓଡ଼ିଶାର ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକରେ ଘଣ୍ଟାପ୍ରତି ୪୦ରୁ ୬୦କିମି ବେଗରେ ଝଡ଼ପବନ ବୋହିବାର ସମ୍ଭାବନା ରହିଛି। ଭୁବନେଶ୍ୱରସ୍ଥିତ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆଜି ସନ୍ଧ୍ୟା ୬ଟା ୧୫ମିନିଟରେ ଜାରି ପ୍ରେସ୍ ସୂଚନା ଅନୁସାରେ, ଆଜି […]

storm

storm

Ordigital Desk
  • Published: Friday, 21 May 2021
  • Updated: 22 May 2021, 02:42 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆସନ୍ତାକାଲି ଲଘୁଚାପର ରୂପ ନେବ ଓ ୨୪ତାରିଖ ସୁଦ୍ଧା ଏହା ଅଧିକ ଘନୀଭୂତ ହୋଇ ବାତ୍ୟାରେ ପରିଣତ ହେବ ବୋଲି ଭୁବନେଶ୍ୱରସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର କହିଛି। ଏହାସହିତ ୨୪ତାରିଖ ସନ୍ଧ୍ୟାରୁ ଓଡ଼ିଶାର ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକରେ ଘଣ୍ଟାପ୍ରତି ୪୦ରୁ ୬୦କିମି ବେଗରେ ଝଡ଼ପବନ ବୋହିବାର ସମ୍ଭାବନା ରହିଛି।

ଭୁବନେଶ୍ୱରସ୍ଥିତ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆଜି ସନ୍ଧ୍ୟା ୬ଟା ୧୫ମିନିଟରେ ଜାରି ପ୍ରେସ୍ ସୂଚନା ଅନୁସାରେ, ଆଜି ଦକ୍ଷିଣ-ପୂର୍ବ ଓ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗର ଅଂଚଳରେ ସମୁଦ୍ର ପତ୍ତନଠାରୁ ୩.୧କିମିରୁ ୫.୮କିମି ମଧ୍ୟରେ ଗୋଟିଏ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତାକାଲି ଅର୍ଥାତ୍ ୨୨ତାରିଖରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଆଣ୍ଡାମାନ ସାଗର ଅଂଚଳରେ ଗୋଟିଏ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି।

ବାତ୍ୟା ୟାସ୍‌ ସମ୍ବନ୍ଧୀୟ ଲାଇଭ୍‌ ଅପଡେଟ୍ ପାଇଁ କ୍ଲିକ କରନ୍ତୁ

 

ଏହା ଉତ୍ତର-ପଶ୍ଚିମ ଦିଗରେ ଗତିରେ ୨୪ତାରିଖ ବେଳକୁ ଅଧିକ ଘନୀଭୂତ ହୋଇ ଏକ ସାମୁଦ୍ରିକ ଝଡ଼ ବା ବାତ୍ୟାରେ ପରିଣତ ହେବାର ସମ୍ଭାବନା ରହିଛି। ଏହା ଉତ୍ତର-ପଶ୍ଚିମ ଦିଗରେ ଗତି କରିବା ସହିତ ଆହୁରି ଘନୀଭୂତ ହୋଇ ୨୬ତାରିଖ ସକାଳ ସମୟରେ ଉତ୍ତର ବଙ୍ଗୋପସାଗର ତଥା ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ନିକଟରେ ପହଂଚିବାର ସମ୍ଭାବନା ଥିବା ପାଣିପାଗ କେନ୍ଦ୍ର କହିଛି। ଏହାର ପ୍ରଭାବରେ ଉତ୍ତର ବଙ୍ଗୋପସାଗର ଓ ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ୨୪ତାରିଖ ସନ୍ଧ୍ୟାରୁ ଝଡ଼ପବନ ଘଣ୍ଟା ପ୍ରତି ୪୦ରୁ ୫୦କିମି ଓ ପରେ ୬୦କିମି ବେଗରେ ବୋହିବାର ସମ୍ଭାବନା ଅଛି ।

ପବନର ବେଗ ଧୀରେ ଧୀରେ ବୃଦ୍ଧି ପାଇଁ ୨୫ତାରିଖ ସନ୍ଧ୍ୟାବେଳକୁ ଘଣ୍ଟାପ୍ରତି ୭୦କିମି ଓ ୨୬ତାରିଖ ଅପରାହ୍ନରେ ଏହା ଆହୁରି ଅଧିକ ଶକ୍ତିଶାଳୀ ହେବ ବୋଲି ଜଣାପଡ଼ିଛି। ୨୪ରୁ ୨୬ତାରିଖ ମଧ୍ୟରେ କେନ୍ଦ୍ରୀୟ ବଙ୍ଗୋପସାଗରର ଅଧିକାଂଶ ଅଂଚଳ, ଉତ୍ତର ବଙ୍ଗୋପସାଗର ଓ ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ସମୁଦ୍ର ଅତ୍ୟନ୍ତ ଅଶାନ୍ତ ରହିବାର ସମ୍ଭାବନା ରହିଛି। ତେଣୁ ମତ୍ସ୍ୟଜୀବୀମାନେ ୨୩ରୁ ୨୫ତାରିଖ ପର୍ଯ୍ୟନ୍ତ କେନ୍ଦ୍ରୀୟ ବଙ୍ଗୋପସାଗରର ଗଭୀର ସମୁଦ୍ର ଅଂଚଳ ଏବଂ ୨୫ରୁ ୨୭ତାରିଖ ପର୍ଯ୍ୟନ୍ତ ଉତ୍ତର ବଙ୍ଗୋପସାଗର ତଥା ଓଡ଼ିଶା ଉପକୂଳରେ ସମୁଦ୍ର ଭିତରକୁ ପ୍ରବେଶ ନକରିବାକୁ ପରାମର୍ଶ ଦିଆଯାଇଛି। ୨୩ତାରିଖ ସୁନ୍ଧା ସମୁଦ୍ରରୁ ଫେରି ଆସିବା ପାଇଁ ମତ୍ସ୍ୟଜୀବୀମାନଙ୍କୁ ପାଣିପାଗ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି।

ସମ୍ଭାବ୍ୟ ବାତ୍ୟା ଆଶଙ୍କାରେ ରାଜ୍ୟ ସରକାର ଉପକୂଳବର୍ତ୍ତୀ ଜିଲ୍ଲା ଯଥା, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ପୁରୀ ଜିଲ୍ଲା ସମେତ ଅନ୍ୟ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ସବୁ ପ୍ରକାରର ପରିସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦେଇଥିବା ଜଣାପଡ଼ିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos