ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କେନ୍ଦ୍ରର ଶ୍ରମ ଆଇନ ଏବଂ କୃଷି ଆଇନ୍ ପ୍ରତ୍ୟାହାର ଦାବିରେ ଆଜି ସକାଳ ୬ରୁ ୨୪ ଘଣ୍ଟିଆ ଦେଶବ୍ୟାପୀ ଚକ ଅଖ ବନ୍ଦ ଡାକରା ଦେଇଛନ୍ତି ୧୦ଟି ଟ୍ରେଡ୍ ୟୁନିୟନ। ଟ୍ରେଡ୍ ୟୁନିୟନ ପକ୍ଷରୁ ଦିଆଯାଇଥିବା ଏହି ବନ୍ଦ ଡାକରାକୁ ବାମ ଦଳ ସମେତ କଂଗ୍ରେସ ସମର୍ଥନ କରିଛି। ବନ୍ଦ ଡାକରାରେ ଅତ୍ୟାବଶ୍ୟକୀୟ ସେବାକୁ ବାଦ୍ ଦିଆଯାଇଛି। ଗାଡ଼ିମୋଟର, ଟ୍ରେନ୍, ବସ୍ ଚଳାଚଳ ବନ୍ଦ ରଖିବାକୁ CITUର ଆହ୍ୱାନ ଦେଇଛି।
ରାଜ୍ୟର ବିଭିନ୍ନ ସ୍ଥାନରେ ସକାଳରୁ ଆରମ୍ଭ ହୋଇଛି ପିକେଟିଂ ଓ ରାସ୍ତାରୋକ। ଭୁବନେଶ୍ୱରର ବିଭିନ୍ନ ଛକରେ ଟ୍ରେଡ୍ ୟୁନିୟନ ଗୁଡ଼ିକ ପକ୍ଷରୁ ରାସ୍ତା ଅବରୋଧ କରାଯାଇଥିବା ବେଳେ ରାୟଗଡ଼ା ଓ ଗୁଣପୁରରେ ଟାୟାର ଜାଳି ରାସ୍ତାରୋକ ସହ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ସେହିପରି ରାଉରକେଲାର ବିର୍ସାମୁଣ୍ଡା ଛକ ସମେତ ବିଭିନ୍ନ ସ୍ଥାନରେ ପିକେଟିଂ ଓ ରାସ୍ତାରୋକ କରାଯାଇଛି।
ବାଲେଶ୍ବରରେ ବସ୍, ଟ୍ରେନ୍, ଟ୍ରକ୍ ଆଦି ଚଳାଚଳ ବନ୍ଦ ରହିଥିବା ବେଳେ ଦୋକାନ ବଜାର ମଧ୍ୟ ବନ୍ଦ ରହିଛି। ସୁନ୍ଦରଗଡ଼ ଜିଲ୍ଲା ବଣାଇର କୋଇଡ଼ା, ରାଜାମୁଣ୍ଡା ଓ ଖୁଟୁଗାଁ ଆଦି ସ୍ଥାନରେ ରାସ୍ତାରୋକ କରାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ଶଙ୍ଖ ଭବନ ହୋଟେଲ୍ରେ ପରିଣତ ହୋଇଛି: ଜଗା; ଜବାବ ରଖିଲେ ଅରୁଣ
ବିଜେପି ନେତା ଜଗନ୍ନାଥ ପ୍ରଧାନଙ୍କ ହୋଟେଲ୍ ମନ୍ତବ୍ୟର ଜବାବ ରଖିଛନ୍ତି ନୟାଗଡ଼ ବିଧାୟକ ଅରୁଣ କୁମାର ସାହୁ। ସେ କହିଛନ୍ତି, ରେଲୱେର କ୍ୟାଣ୍ଟିନ୍ ଅଛି। ସଂସଦରେ ମଧ୍ୟ କ୍ୟାଣ୍ଟିନ୍ ରହିଛି। ଅବଶ୍ୟ ଖାଇବା ଲୋଭ କାହାର ଅଛି, ତାହା ମିଡିଆରେ ଦେଖାଯାଉଛି।
Miscellaneous
ଗଞ୍ଜାମରୁ ବ୍ରହ୍ମଗିରି ଯାଉଥିଲା ୪ କ୍ୱିଣ୍ଟାଲ ଗଞ୍ଜେଇ, ମାଡ଼ି ବସିଲା ଅବକାରୀ ବିଭାଗ
ଏତେ ପରିମାଣର ଗଞ୍ଜେଇ ଗଞ୍ଜାମର ଶେରଗଡ଼ ଅଞ୍ଚଳରୁ ନିରାକାରପୁର ଦେଇ ବ୍ରହ୍ମଗିରି ଯାଉଥିଲା। କିନ୍ତୁ ନରାକରପୁର ଠାରେ ଏହାକୁ ଜବତ କରାଯାଇଛି।
Health
ଓଡ଼ିଶାରେ ଲାଗୁ ହେବ ଆୟୁଷ୍ମାନ ଭାରତ, ସ୍ୱାକ୍ଷର ହେଲା MOU
ଆଜି ଏମୟୁ ସ୍ୱାକ୍ଷରିତ ହୋଇଥିବା ବେଳେ ଖୁବଶୀଘ୍ର ଏହା ରାଜ୍ୟରେ ଲାଗୁ ହେବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୂଚନା ଦେଇଛନ୍ତି। ସେହପରି ରାଜ୍ୟର ପ୍ରାୟ ୩ କୋଟି ଲୋକ ଏହି ଯୋଜନାର ଫାଇଦା ପାଇବେ ବୋଲି ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ କହିଛନ୍ତି।
Miscellaneous
କ୍ରିକେଟର ଫାଇନାଲ ମ୍ୟାଚ୍ ନେଲା ଗୋଷ୍ଠୀ ସଂଘର୍ଷର ରୂପ, ବ୍ୟାପକ ଭଙ୍ଗାରୁଜା
ବେଡ଼ାପଡ଼ା ଗାଁରେ ସୁବାସ ମେମୋରିଆଲ କ୍ରିକେଟ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ ଅନୁଷ୍ଠିତ ହୋଇଥିଲା।
Miscellaneous
ବାଗେଶ୍ୱର ବାବାଙ୍କ ବଡ଼ ବୟାନ: ଓଡ଼ିଶାରୁ ବାଜି ପାରେ ହିନ୍ଦୁ ରାଷ୍ଟ୍ରର ବିଗୁଲ
ତାଙ୍କ କହିବା କଥା ଯେ ସମସ୍ତ ହିନ୍ଦୁ ଗୋଟିଏ କାରଣ ପାଇଁ ଏକାଠି ହେବାର ସମୟ ଆସି ଯାଇଛି। ସେହିପରି ହିନ୍ଦୁ ରାଷ୍ଟ୍ର ଗଠନର ବିଗୁଲ କେବଳ ଓଡ଼ିଶାରୁ ବାଜି ପାରେ ବୋଲି ସେ କହଛନ୍ତି।