ସମ୍ବଲପୁର (ସଞ୍ଜୟ ଜେନା): ସମ୍ବଲପୁରରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବିରେ ପଶ୍ଚିମ ଓଡ଼ିଶା ନାଗରିକ କ୍ରିୟାନୁଷ୍ଠାନ କମିଟି ଓ ପଶ୍ଚିମ ଓଡ଼ିଶା ଓକିଲ ସଂଘ କେନ୍ଦ୍ରୀୟ କ୍ରିୟାନୁଷ୍ଠାନ କମିଟିର ୩ ଦିନିଆ ଆନ୍ଦୋଳନ ଗତକାଲିଠାରୁ ଆରମ୍ଭ ହୋଇଯାଇଛି।ଏହି ଆନ୍ଦୋଳନ ଆାସନ୍ତାକାଲି ଯାଏଁ ଚାଲିବ ।
ଏହି ସମୟରେ ସମସ୍ତ ସରକାରୀ କାର୍ଯ୍ୟାଳୟ ବନ୍ଦ ରଖିବାକୁ କମିଟି ଆହ୍ୱାନ ଦେଇଛି । ଗତକାଲି ସମ୍ବଲପୁରରେ ସବୁ ସରକାରୀ ଓ ଘରୋଇ ଅଫିସ, ବ୍ୟାଙ୍କ ଓ ବୀମା କାର୍ଯ୍ୟାଳୟ ବନ୍ଦ ରହିଥିଲା । କଚେରୀ ଛକରେ ଆନ୍ଦୋଳନକାରୀ ବସି ରହିବାରୁ ବିଚାରପତିମାନେ କୋର୍ଟକୁ ଯାଇ ନ ପାରି ଫେରି ଯାଇଥିଲେ।
ହାଇକୋର୍ଟ ବେଞ୍ଚ ସ୍ଥାପନ ଲାଗି ରାଜ୍ୟ ସରକାର ଗଠନ କରିଥିବା ଉଚ୍ଚସ୍ତରୀୟ ଅନ୍ତଃ ବିଭାଗୀୟ କମିଟିକୁ କ୍ରିୟାଶୀଳ କରାଯାଇନଥିବାରୁ କେନ୍ଦ୍ରୀୟ କ୍ରିୟାନୁଷ୍ଠାନ କମିଟି ଉଦ୍ବେଗ ପ୍ରକାଶ କରିଛି। ସରକାର ଦାବି ପୂରଣ ପାଇଁ ଠୋସ୍ ପଦକ୍ଷେପ ନନେଲେ ଆଗକୁ ଆନ୍ଦୋଳନ ତୀବ୍ର ହେବ ବୋଲି ଚେତାବନୀ ଦିଆଯାଇଛି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ସୋମବାର ମହାପ୍ରଭୁଙ୍କ ପଇତାଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ
ମାର୍ଗଶୀର କୃଷ୍ଣ ପକ୍ଷ ଦଶମୀ ତିଥିରେ ଶ୍ରୀମନ୍ଦିରରେ ଚତୁର୍ଦ୍ଧାମୂର୍ତ୍ତୀଙ୍କ ପଇତାଲାଗି ନୀତି ଅନୁଷ୍ଠିତ ହୁଏ। ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ।
Politics
ତେଜୁଛି ଯାଜପୁର କଳି, ପୁଣି ବିଜେଡି-ବିଜେପି ମୁହାଁମୁହିଁ
ଯାଜପୁର ଘଟଣାକୁ ନେଇ ବିଜେଡି ଓ ବିଜେପି ପୁଣି ମୁହାଁମୁହିଁ ହୋଇଛନ୍ତି। ବିଜେଡି ପ୍ରେସମିଟ୍ କରି ପୁଲିସ ଉପରେ ଦୋଷ ଲଦିଥିବାବେଳେ କାଉଣ୍ଟର କରିଛି ବିଜେପି।
Miscellaneous
ଆସିଲା ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା
୨୦ ଲକ୍ଷରୁ ଅଧିକ ହିତାଧିକାରୀଙ୍କ ଖାତାକୁ ଗଲା 'ସୁଭଦ୍ରା' ଟଙ୍କା। ସୁନ୍ଦରଗଡ଼ରେ ଟଙ୍କା ରିଲିଜ୍ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ।
Crime
ବନ୍ଦ କୋଠରୀରୁ ୮ ଦିନ ପରେ ସ୍ୱାମୀ ଉଦ୍ଧାର, ଖାଇବାକୁ ନଦେଇ ନିସ୍ତୁକ ମାଡ଼ ମାରି ବନ୍ଦୀ କରିଥିଲେ ସ୍ତ୍ରୀ
କସ୍ତାନ୍ତିନ ପରିଛା ଓ ତାଙ୍କ ପତ୍ନୀ ପ୍ରାଣ ରଞ୍ଜନି ପରିଛାଙ୍କ ମଧ୍ୟରେ ଦୀର୍ଘ ଦିନ ଧରି ଝଗଡ଼ା ଲାଗି ରହିଥିଲା।