କାମାକ୍ଷାନଗର(ବିଦ୍ୟାଧର ବରାଳ): ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ଥାନା ଗଡ଼ପଳାଶୁଣି ଗ୍ରାମର ଜିଦି ପୋଖରୀ ନିକଟରେ ଏକ ପିକ୍ଅପ୍ ଧକ୍କାରେ ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ ହୋଇଛି। ମୃତା ଛାତ୍ରୀଜଣକ ହେଲେ ଗ୍ରାମର ଅଲେଖ ନାୟକଙ୍କ ଝିଅ ଲିଜା ନାୟକ । ଏହି ଦୁର୍ଘଟଣାରେ ଗ୍ରାମର ସତ୍ୟାନନ୍ଦ ନାୟକଙ୍କ ସ୍ତ୍ରୀ ବେଡି ନାୟକ ଆହତ ହୋଇଛନ୍ତି ।
ଲିଜା ବାପୁଜି ଉଚ୍ଚ ବିଦ୍ୟାଳୟରେ ଦଶମ ଶ୍ରେଣୀରେ ପାଠ ପଢୁଥିଲେ। ଆଜି ମାଟ୍ରିକ ଟେଷ୍ଟ ପରୀକ୍ଷା ଥିଲା । ଏହାପୂର୍ବରୁ ଲିଜା ଗାଁ ପୋଖରୀ ନିକଟକୁ ଗାଧୋଇବାକୁ ଯାଇଥିବା ବେଳେ ଗଡ଼ପଳାଶୁଣିରୁ କଙ୍କଡାହାଡ଼ ଯାଉଥିବା ଏକ ପିକଅପ୍ ଭ୍ୟାନ ତାଙ୍କୁ ଧକ୍କା ଦେଇଥିଲା । ଘଟଣା ସ୍ଥଳରେ ହିଁ ତାଙ୍କ ମୃତ୍ୟୁ ହୋଇଥିଲା ।
ପରିବାର ଲୋକ ଓ ଗ୍ରାମବାସୀ କ୍ଷତିପୂରଣ ଦାବିରେ ପ୍ରାୟ ୨ ଘଣ୍ଟା ଧରି ରାସ୍ତା ଅବରୋଧ କରିଥିଲେ । ଘଟଣାସ୍ଥଳରେ ପରଜଙ୍ଗ ଥାନା ଅଧିକାରୀ, ମହାବିରୋଡ଼ ଫାଣ୍ଡି ଅଧିକାରୀ ପହଞ୍ଚି ମୃତା ଛାତ୍ରୀଙ୍କ ପରିବାରକୁ କ୍ଷତିପୂରଣ ପ୍ରଦାନ ପାଇଁ ପ୍ରତିଶ୍ରୁତି ଦେବା ପରେ ରାସ୍ତା ଅବରୋଧ ଉଠିଥିଲା ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ରାସ୍ତା ମରାମତି କାମକୁ ନେଇ ତାତିଲେ ନଗର ଉନ୍ନୟନ ମନ୍ତ୍ରୀ
ମୟୂରଭଞ୍ଜ ଜିଲ୍ଲା ଏନଏଚ୍-୪୯ ବାଙ୍ଗିରିପୋଷି ଘାଟିରେ ରାସ୍ତା ମରାମତି କାର୍ଯ୍ୟର ଅଗ୍ରଗତି ହେଉନାହିଁ। PDଙ୍କୁ ଗିରଫ କରି ଜେଲ୍ ପଠାଇବାକୁ କହିଛନ୍ତି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର।
National
'ଓଡ଼ିଶା ସନ୍ଥ ଓ ବିଦ୍ୱାନଙ୍କ ଧରିତ୍ରୀ', ଭୀମ ଭୋଇଙ୍କ କବିତା କହିଲେ ପ୍ରଧାନମନ୍ତ୍ରୀ
ଦିଲ୍ଲୀରେ ଆୟୋଜିତ 'ଓଡ଼ିଶା ପର୍ବ' ୨୦୨୪ରେ ଯୋଗ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।
Miscellaneous
ଆସୁଛନ୍ତି ରାଷ୍ଟ୍ରପତି; ପୁରୀରେ ସୁରକ୍ଷା ବ୍ୟବସ୍ଥା ଅନୁଧ୍ୟାନ କଲେ ଡିଜିପି
ସୁରକ୍ଷା ଦାୟିତ୍ୱରେ ୮୦ ପ୍ଲାଟୁନ ପୁଲିସ୍ ଫୋର୍ସ ସହ ୩୦୦ ବରିଷ୍ଠ ଅଧିକାରୀ ମୁତୟନ ହେବେ। କଡା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି କହିଲେ ଡିଜିପି ୱାଇ.ବି ଖୁରାନିଆ।
Miscellaneous
ସୋମବାର ମହାପ୍ରଭୁଙ୍କ ପଇତାଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ
ମାର୍ଗଶୀର କୃଷ୍ଣ ପକ୍ଷ ଦଶମୀ ତିଥିରେ ଶ୍ରୀମନ୍ଦିରରେ ଚତୁର୍ଦ୍ଧାମୂର୍ତ୍ତୀଙ୍କ ପଇତାଲାଗି ନୀତି ଅନୁଷ୍ଠିତ ହୁଏ। ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ।
Politics
ତେଜୁଛି ଯାଜପୁର କଳି, ପୁଣି ବିଜେଡି-ବିଜେପି ମୁହାଁମୁହିଁ
ଯାଜପୁର ଘଟଣାକୁ ନେଇ ବିଜେଡି ଓ ବିଜେପି ପୁଣି ମୁହାଁମୁହିଁ ହୋଇଛନ୍ତି। ବିଜେଡି ପ୍ରେସମିଟ୍ କରି ପୁଲିସ ଉପରେ ଦୋଷ ଲଦିଥିବାବେଳେ କାଉଣ୍ଟର କରିଛି ବିଜେପି।