ଏଣିକି ସ୍କୁଲକୁ ଗାଡ଼ି ନେଇ ଆସି ପାରିବେ ନାହିଁ ଛାତ୍ରଛାତ୍ରୀ

ଭୁବନେଶ୍ୱର( ଓଡ଼ିଶା ରିପୋର୍ଟର): ଏଣିକି କମ୍ ବୟସ୍କ ଛାତ୍ରଛାତ୍ରୀ ସ୍କୁଲକୁ ଗାଡ଼ି ନେଇ ଆସିବେ ନାହିଁ। ଏନେଇ କଡ଼ା ଆଭିମୁଖ୍ୟ ପୋଷଣ କରିଛନ୍ତି ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ । ୧୮ ବର୍ଷରୁ କମ୍ ବୟସର ଛାତ୍ରଛାତ୍ରୀ ମୋଟରଚାଳିତ ଗାଡ଼ି ନ ଚଲାଇବା ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ନିର୍ଦ୍ଦେଶନାମା ଜାରି କରିଛନ୍ତି । ଏନେଇ ରାଜ୍ୟର ସମସ୍ତ ଉଚ୍ଚମାଧ୍ୟମିକ ବିଦ୍ୟାଳୟର ପ୍ରିନ୍ସିପାଲଙ୍କୁ ଚିଠି ଲେଖିଛନ୍ତି ନିର୍ଦ୍ଦେଶାଳୟର ଉପନିର୍ଦ୍ଦେଶକ। ନୂଆ ଟ୍ରାଫିକ୍ ନିୟମ ଲାଗୁ ହେବା […]

road

road

Niharika Rout
  • Published: Wednesday, 25 December 2019
  • Updated: 25 December 2019, 12:47 PM IST

Sports

Latest News

ଭୁବନେଶ୍ୱର( ଓଡ଼ିଶା ରିପୋର୍ଟର): ଏଣିକି କମ୍ ବୟସ୍କ ଛାତ୍ରଛାତ୍ରୀ ସ୍କୁଲକୁ ଗାଡ଼ି ନେଇ ଆସିବେ ନାହିଁ। ଏନେଇ କଡ଼ା ଆଭିମୁଖ୍ୟ ପୋଷଣ କରିଛନ୍ତି ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ । ୧୮ ବର୍ଷରୁ କମ୍ ବୟସର ଛାତ୍ରଛାତ୍ରୀ ମୋଟରଚାଳିତ ଗାଡ଼ି ନ ଚଲାଇବା ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ନିର୍ଦ୍ଦେଶନାମା ଜାରି କରିଛନ୍ତି ।

ଏନେଇ ରାଜ୍ୟର ସମସ୍ତ ଉଚ୍ଚମାଧ୍ୟମିକ ବିଦ୍ୟାଳୟର ପ୍ରିନ୍ସିପାଲଙ୍କୁ ଚିଠି ଲେଖିଛନ୍ତି ନିର୍ଦ୍ଦେଶାଳୟର ଉପନିର୍ଦ୍ଦେଶକ। ନୂଆ ଟ୍ରାଫିକ୍ ନିୟମ ଲାଗୁ ହେବା ପରେ ଏହାକୁ କଡ଼ାକଡ଼ି ପାଳନ କରିବା ସହ ଯେପରି ଛାତ୍ରଛାତ୍ରୀ ଏଦିଗରେ ସଚେତନ ହେବେ ସେ ନେଇ ମଧ୍ୟ ଚିଠିରେ ଉଲ୍ଲେଖ ରହିଛି ।

ଖାଲି ପିଲାଙ୍କୁ ନୁହେଁ ସ୍କୁଲ ବସ୍ ନୀତିକୁ ମଧ୍ୟ କଡାକଡି ପାଳନ କରିବାକୁ ଏଥିରେ ଉଲ୍ଲେଖ କରାଯାଇଛି । ଏହାଛଡ଼ା ସ୍କୁଲକୁ ଛାତ୍ରଛାତ୍ରୀଙ୍କୁ ଆଣି ଆସୁଥିବା ୩ ଚକିଆ ଗାଡି ଯେଭଳି କ୍ଷମତାଠାରୁ ଅଧିକ ପରିବହନ କରିବେ ନାହିଁ ତଥା ସଡକ ସୁରକ୍ଷା ନିୟମକୁ କଡାକଡି ପାଳନ କରିବେ ସେ ଦିଗରେ ଦୃଷ୍ଟି ଦେବାକୁ ଚିଠିରେ କୁହାଯାଇଛି । ଯଦି ଏହି ସଡକ ସୁରକ୍ଷା ନିୟମ ପାଳନ କରିବାରେ କୌଣସି ଉଲ୍ଲଂଘନ ହେଲେ ତୁରନ୍ତ ସ୍ଥାନୀୟ ଆରଟିଓଙ୍କୁ ଜଣାଇବା ଲାଗି ନିର୍ଦ୍ଦେଶ ଦିଆଯାଇଛି  ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos