ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷା ଫଳ ପ୍ରକାଶ ପାଇଛି। ମୋଟ ୯୭, ୭୫୦ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିବା ବେଳେ ୭୦,୭୦୬ ଜଣ ପାସ୍ କରିଛନ୍ତି। ସେମାନଙ୍କ ମଧ୍ୟରୁ ୨୦, ୮୦୬ ଛାତ୍ରଛାତ୍ରୀ ପ୍ରଥମ ଶ୍ରେଣୀରେ ପାସ୍ କରିଥିବା ବେଳେ ୨୩, ୯୦୪ ଜଣ ୨ୟ ଶ୍ରେଣୀରେ ଓ ୨୫, ୩୬୦ ଜଣ ତୃତୀୟ ଶ୍ରେଣୀରେ ପାସ୍ କରିଛନ୍ତି। ସେହିପରି ୪୦, ୦୫୮ ଜଣ ଛାତ୍ର ପାସ୍ କରିଥିବା ବେଳେ ୩୦, ୬୪୮ ଛାତ୍ରୀ ପାସ୍ କରିଛନ୍ତି।
ଗତବର୍ଷ ଅପେକ୍ଷା ଏବର୍ଷ ପାସ୍ ହାର କମିଥିବା ବେଳେ ଛାତ୍ରଛାତ୍ରୀମାନେ ରି-ଆଡିସନ୍ ବା ରି-ଚେକିଂ ପାଇଁ ୧୫ ଦିନ ମଧ୍ୟରେ ଆବେଦନ କରିପାରିବେ ବୋଲି ରାଜ୍ୟ ଉଚ୍ଚ ମାଧ୍ୟମିକ ପରିଷଦ ପକ୍ଷରୁ କୁହାଯାଇଛି। ଏହା ପରେ ଆବେଦନ ଗ୍ରହଣ କରାଯିବ ନାହିଁ ବୋଲି ପରିଷଦ ସ୍ପଷ୍ଟ କରି ଦେଇଛି। ସେହିପରି ୧୭ ତାରିଖ ସୁଦ୍ଧା ଛାତ୍ରଛାତ୍ରୀମାନେ ନିଜ ନିଜ କଲେଜରୁ ପ୍ରୋଭିଜ୍ନାଲ୍ ସାର୍ଟିଫିକେଟ୍ ପାଇପାରିବେ ବୋଲି କୁହାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ହଂସିକାଙ୍କ ଠକେଇ ସିଣ୍ଡିକେଟ୍ : ଅନୀଲଙ୍କ ମାଲିକାନାରେ ସିରାଜୁଦ୍ଦିନ ପରିବାରର ୨ କମ୍ପାନୀ, ଖୋଲିବ କି ବିଜେଡି ଲିଙ୍କ୍
୨ଟି କମ୍ପାନୀ ରାଜ୍ୟର ପରିଚିତ ଖଣି ବ୍ୟବସାୟୀ ସିରାଜୁଦ୍ଦିନ ପରିବାରର, ଆଉ ଗୋଟିଏ ରିଏଲ ଇଷ୍ଟେଟ୍ କମ୍ପାନୀକୁ ନିଜର ଅନ୍ୟ ଦୁଇଜଣ ଭାଇ ଅସିତ୍ ଓ ଅଜିତଙ୍କ ସହ ମିଶି ୨୦୨୩ ଜୁନ୍ ମାସରେ ତିଆରି କରିଛନ୍ତି ଅନୀଲ ।
Miscellaneous
‘ଆଜିର ସମାଜରେ ପିଲାମାନେ ବାପା, ମାଆଙ୍କୁ ବୋଝ ବୋଲି ଭାବୁଛନ୍ତି’
ବିଦ୍ୟାଳୟର ପ୍ରଧାନଶିକ୍ଷକ ବୀରେନ୍ଦ୍ର କୁମାର ସେଣଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍ଘାଟନୀ ସଭାରେ ମୁଖ୍ୟଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରାଚୀତନୟା ଗିରି ଯୋଗଦେଇ ଶିକ୍ଷାର୍ଥୀଙ୍କ ଚରିତ୍ର ଗଠନରେ ମାଆମାନଙ୍କ ସଂସ୍କାର ଜରୁରୀ ବୋଲି କହିଥିଲେ।
Politics
ଖୋଲିବ ଠକ ଯୋଡ଼ି ହଂସିକା ଓ ଅନୀଲଙ୍କ ରାଜନୀତି ଲିଙ୍କ?
ଚିତାକଟା ଯୋଡ଼ି ହଂସିକା ଅଭିଲିପ୍ସା ଓ ଅନୀଲ ମହାନ୍ତି ମିଛିମିଛିକା ଅନେକ ପ୍ରଭାବଶାଳୀଙ୍କୁ ନିଜର ସମ୍ପର୍କୀୟ ଦର୍ଶାଇ ଓଡ଼ିଶା-ଛତିଶଗଡ଼-ଝାଡ଼ଖଣ୍ଡରେ ବିସ୍ତାର କରିଥିଲେ ନିଜର ଠକ ସାମ୍ରାଜ୍ୟ।