ଅନୁଗୋଳ (ବିରଜା ପ୍ରସାଦ ଦାଶ): ରାଗିଲେ ସାରେ। ଗୋଡ଼ାଇ ଗୋଡ଼ାଇ ପିଟିଲେ। ଜୀବନ ବିକଳରେ ଛାତ୍ରମାନେ ଦୌଡ଼ି ପଳାଇ ଯାଇଥିଲେ। ଆଜି ଏମିତି ସ୍ଥିତି ତାଳଚେର ଆଇଟିଆଇରେ ଦେଖିବାକୁ ମିଳିଛି।
ଅନ୍ଲାଇନ୍ ପରିବର୍ତ୍ତେ ଅପ୍ଲାଇନ୍ରେ ପରୀକ୍ଷା କରିବାକୁ ତାଳଚେର ସରକାରୀ ଆଇଟିଆଇ ଛାତ୍ରଛାତ୍ରୀମାନେ ଦୀର୍ଘ ଦିନରୁ ଦାବି କରିଆସୁଥିଲେ। ମାତ୍ର ଆଇଟିଆଇ କର୍ତ୍ତୃପକ୍ଷ ଏଥିପ୍ରତି ତିଳେ ମାତ୍ର ଧ୍ୟାନ ଦେଉନଥିଲେ। ଆଜି ସକାଳେ ଛାତ୍ରଛାତ୍ରୀମାନେ ଏ ସମ୍ପର୍କରେ ଆଇଟିଆଇ କ୍ୟାମ୍ପରେ ବସି ଆଲୋଚନା କରୁଥିଲେ। ଏହି ସମୟରେ ଜନୈକ ଶିକ୍ଷକ ସେଠାରେ ପହଞ୍ଚି କଣ କଥା ହେଉଛି ବୋଲି କହି ଗୋଟିଏ ଡାଙ୍ଗରେ ପିଲାମାନଙ୍କୁ ଗୋଡ଼ାଇ ଗୋଡ଼ାଇ ପିଟିଥିଲେ। ଫଳରେ ପିଲାମାନେ ଜୀବନ ବିକଳରେ ଦୌଡ଼ି ପଳାଇ ଯାଇଥିଲେ। କହିବାକୁ ଗଲେ କିଛି ସମୟ ପାଇଁ ଆଇଟିଆଇ ପରିସର ରଣକ୍ଷେତ୍ରରେ ପରିଣତ ହୋଇଯାଇଥିଲା। ପରେ ଛାତ୍ରମାନେ ଏନେଇ ଥାନାରେ ଲିଖିତ ଅଭିଯୋଗ କରିଥିଲେ। ମାଡ଼ ମାରିଥିବା ଶିକ୍ଷକଙ୍କ ଗିରଫ ଓ ଅନ୍ଲାଇନ୍ ପରିବର୍ତ୍ତେ ଅପ୍ଲାଇନ୍ ପରୀକ୍ଷା ଦାବିରେ ଛାତ୍ର ଆଇଟିଆଇ ଗେଟ୍ରେ ତାଲା ପକାଇ ଧାରଣାରେ ବସିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
‘ଦାନା’ କ୍ଷୟକ୍ଷତି ଆକଳନ ପାଇଁ ୨୪ରେ ଆସିବ କେନ୍ଦ୍ରୀୟ ଟିମ୍
କେନ୍ଦ୍ରୀୟ ଟିମ୍ ଫେରିଯିବା ପୂର୍ବରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିବାର କାର୍ଯ୍ୟକ୍ରମ ରହିଛି। କେନ୍ଦ୍ରୀୟ ଟିମ୍ ରିପୋର୍ଟ ଆଧାରରେ କେନ୍ଦ୍ର ସରକାରଙ୍କ ସହାୟତା ରାଶି ଆସିବ।
Education
ଫେବ୍ରୁଆରୀ ୧୮ରୁ ଯୁକ୍ତ ଦୁଇ ପରୀକ୍ଷା, ସଂପୂର୍ଣ୍ଣ କାର୍ଯ୍ୟସୂଚୀ ଜାରି
ଯୁକ୍ତ ଦୁଇ କଳା, ବିଜ୍ଞାନ, ବାଣିଜ୍ୟ, ଧନ୍ଦାମୂଳକ ଓ ପତ୍ରବିନିମୟ ପରୀକ୍ଷା ପାଇଁ କାର୍ଯ୍ୟସୂଚୀ ଜାରି।
Guest Column
ଭଲ ସରକାର କିପରି?
ଜିନ୍ଦଲ୍-ପୋସ୍କୋ ଯୌଥ ଉଦ୍ୟୋଗ ପାଇଁ ବେଶୀ ଖୁସି ନହୋଇ, ଓଡ଼ିଶାରେ ବିଜଦ ସରକାର ବିଫଳ ହୋଇଥିବା କ୍ଷେତ୍ରରେ ଯେଭଳି ବିକାଶ ହେବ, ସେଥିପାଇଁ ମୋହନ ସରକାର ଦୃଷ୍ଟି ଦିଅନ୍ତୁ। ଚୁକ୍ତିପତ୍ର ସ୍ୱାକ୍ଷର କଲାବେଳେ ଏସମସ୍ତ ଦିଗ ପ୍ରତି ନ୍ୟାୟ ପ୍ରଦାନ କରନ୍ତୁ। ଫଳରେ ଶିଳ୍ପାୟନ ହେବ, ନିଯୁକ୍ତି ସୁଯୋଗ ବଢ଼ିବ। ତେବେ ଯାଇ ଆମେ କହିବୁ, ଯେ ନୂଆ ସରକାର ଭାରି ଭଲ!
Entertainment
ଫିଲ୍ମ ନିର୍ଦ୍ଦେଶକ ବବି ଇସଲାମଙ୍କୁ ହତ୍ୟା ଧମକ, କାହିଁକି କହିଲେ ମନୋଜ ଓ ତାଙ୍କ ଟିମ୍ ଦାୟୀ ରହିବେ
ଯଦି ତାଙ୍କର କିଛି କ୍ଷତି ହେଲା, ତା’ହେଲେ ମନୋଜ ମିଶ୍ର ଓ ତାଙ୍କ ଟିମ୍ ଦାୟୀ ରହିବେ ବୋଲି କାହିଁକି କହିଲେ ବବି?
Miscellaneous
୬ ମାସ ହେଲା କଲବଲ କରୁଛନ୍ତି ପିମ୍ପୁଡ଼ି, ଅତିଷ୍ଠ ହେଲେଣି ଗ୍ରାମବାସୀ
ଗାଁରେ ଖେଳି ଯାଇଛି ପିମ୍ପୁଡି ଆତଙ୍କ । ୬ ମାସ ହେଲା କଲବଲ କରୁଛନ୍ତି । ବଞ୍ଚିବାକୁ ଦେଉ ନାହାନ୍ତି। ପିମ୍ପୁଡ଼ି ଦାଉରେ ଅତିଷ୍ଠ ହୋଇପଡ଼ିଲେଣି ଲୋକେ । ନା ଖାଇ ପାରୁଛନ୍ତି ନା ଶୋଇ ପାରୁଛନ୍ତି।