Advertisment

ପରୀକ୍ଷା ବାତିଲ ଦାବି, ନବୀନ ନିବାସରେ ପହଞ୍ଚିଲେ ୧୦ମ ଶ୍ରେଣୀ ଛାତ୍ରଛାତ୍ରୀ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): କରୋନାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଦଶମ ଓ ଯୁକ୍ତ ଦୁଇ ପରୀକ୍ଷାକୁ ସ୍ଥଗିତ ରଖିଥିବା ବେଳେ ଆଜି ନବୀନ ନିବାସ ଆଗରେ ପ୍ରତିବାଦ କରିଛନ୍ତି ୧୦ମ ଶ୍ରେଣୀ ଛାତ୍ରଛାତ୍ରୀ। ସେମାନେ ପରୀକ୍ଷା ବାତିଲ କରିବାକୁ ଦାବି କରିଛନ୍ତି। ରାଜଧାନୀ ଭୁବନେଶ୍ୱରରେ ଥିବା ବିଭିନ୍ନ ସରକାରୀ ହାଇସ୍କୁଲ୍‌ର ଦଶମ ଶ୍ରେଣୀ ଛାତ୍ରଛାତ୍ରୀ ମିଳିତ ଭାବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିବାକୁ ନବୀନ ନିବାସ ଯାଇଥିଲେ। ସେମାନେ ପରୀକ୍ଷା ବାତିଲ କରିବାକୁ ମୁଖ୍ୟମନ୍ତ୍ରୀଙ୍କୁ ଗୁହାରୀ […]

author-image
Jitendra Garnayak
ଅଦ୍ୟତନ ହୋଇଛି
ନବମ ଓ ଦଶମ ଶ୍ରେଣୀରେ ସିଲାବସ୍ କମିବ

Students

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): କରୋନାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଦଶମ ଓ ଯୁକ୍ତ ଦୁଇ ପରୀକ୍ଷାକୁ ସ୍ଥଗିତ ରଖିଥିବା ବେଳେ ଆଜି ନବୀନ ନିବାସ ଆଗରେ ପ୍ରତିବାଦ କରିଛନ୍ତି ୧୦ମ ଶ୍ରେଣୀ ଛାତ୍ରଛାତ୍ରୀ। ସେମାନେ ପରୀକ୍ଷା ବାତିଲ କରିବାକୁ ଦାବି କରିଛନ୍ତି।

Advertisment

ରାଜଧାନୀ ଭୁବନେଶ୍ୱରରେ ଥିବା ବିଭିନ୍ନ ସରକାରୀ ହାଇସ୍କୁଲ୍‌ର ଦଶମ ଶ୍ରେଣୀ ଛାତ୍ରଛାତ୍ରୀ ମିଳିତ ଭାବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିବାକୁ ନବୀନ ନିବାସ ଯାଇଥିଲେ। ସେମାନେ ପରୀକ୍ଷା ବାତିଲ କରିବାକୁ ମୁଖ୍ୟମନ୍ତ୍ରୀଙ୍କୁ ଗୁହାରୀ କରିବାକୁ ଯାଇଥିଲେ। ତେବେ ମୁଖ୍ୟମନ୍ତ୍ରୀ ନଥିବାରୁ ସେମାନେ ସେମାନଙ୍କ ଦାବିପତ୍ରକୁ ତାଙ୍କ ଉଦ୍ଦେଶ୍ୟରେ ପ୍ରଦାନ କରି ଫେରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ବାସଭବନରୁ ଫେରି ଛାତ୍ରଛାତ୍ରୀମାନେ ଫରେଷ୍ଟ ପାର୍କ ରାସ୍ତାରେ ଧାରଣା ମଧ୍ୟ ଦେଇଥିଲେ।

ମୁଖ୍ୟମନ୍ତ୍ରୀଙ୍କୁ ଭେଟିବା ପୂର୍ବରୁ ଏହି ଛାତ୍ରଛାତ୍ରୀମାନେ ସ୍କୁଲ୍‌ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶଙ୍କୁ ଭେଟିଥିଲେ। ତେବେ ସେ କୌଣସି ସ୍ପଷ୍ଟ ସୂଚନା ଦେଇ ନପାରିବାରୁ ସେମାନେ ସେଠାରୁ ଫେରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଦେଖା କରିବାକୁ ଆସିଥିଲେ।

Advertisment

ଏହି ଛାତ୍ରଛାତ୍ରୀମାନେ କହିଛନ୍ତି, ସିବିଏସ୍‌ଇ ଆଇସିଏସ୍‌ଇ ଦଶମ ଶ୍ରେଣୀ ପରୀକ୍ଷା ବାତିଲ ହୋଇସାରିଛି। ତେଣୁ ବିଏସ୍‌ଇ (ମାଧ୍ୟମିକ ଶିକ୍ଷା ପରିଷଦ)ର ଦଶମ ଶ୍ରେଣୀ ପରୀକ୍ଷା ମଧ୍ୟ ବାତିଲ କରାଯାଉ। ଯଦି ପରୀକ୍ଷା ହେବ ସମସ୍ତଙ୍କର ହେଉ। ଯଦି ନହେବ ତା’ହେଲେ କାହାର ନ ହେଉ। ପାତର ଅନ୍ତର କରା ନଯାଉ। ସରକାର ଏନେଇ ଶୀଘ୍ର ନିଷ୍ପତ୍ତି ନିଅନ୍ତୁ। ଏମିତିକି ସରକାର ଦୁଇ ଦିନ ଭିତରେ କିଛି ନିଷ୍ପତ୍ତି ନନେଲେ ସେମାନେ ମାଷ୍ଟର କ୍ୟାଣ୍ଟିନରେ ଆନ୍ଦୋଳନ କରିବେ ବୋଲି ମଧ୍ୟ ଚେତାବନୀ ଦେଇଛନ୍ତି।

ସ୍କୁଲ୍ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ କହିଛନ୍ତି, ଏହି ପିଲାମାନେ ଆଜି ମୋତେ ବି ଭେଟିଥିଲେ। ସେମାନେ ପରୀକ୍ଷା ବାତିଲ କରିବା ପାଇଁ ଦାବି କରିଛନ୍ତି। ଖୁବ୍‌ଶୀଘ୍ର ସରକାର ନିଷ୍ପତ୍ତି ନେବେ। ଯଦି ପରୀକ୍ଷା ବାତିଲ ହେବ, କ’ଣ କରାଯିବ, ସେ ନେଇ ତର୍ଜମା କରାଯିବ। ସେହିଭଳି ପରୀକ୍ଷା କରାଗଲା, କେମିତି କରାଯିବ, ସେ ବିଷୟରେ ବି ତର୍ଜମା କରାଯିବ। ସରକାର ସବୁ ଦିଗକୁ ବିଚାର କରି ନିଷ୍ପତ୍ତି ନେବେ।

ସୂଚନାଯୋଗ୍ୟ, ବର୍ଦ୍ଧିତ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଏପ୍ରିଲ୍‌ ୧୫ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଭୟ ଦଶମ ଓ ଯୁକ୍ତ ଦୁଇ ପରୀକ୍ଷାକୁ ସ୍ଥଗିତ ରଖିଥିଲେ। କରୋନା ସ୍ଥିତିରେ ସୁଧାର ଆସିଲା ପରେ ପରୀକ୍ଷା ନେଇ ନିଷ୍ପତ୍ତି ନିଆଯିବ ବୋଲି କହିଥିଲେ। ଅନ୍ୟପକ୍ଷରେ ନବମ ଓ ଏକାଦଶ ଶ୍ରେଣୀ ପିଲାଙ୍କ ପରୀକ୍ଷା ହେବନି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ସିବିଏସ୍‌ଇ ଏହାର ୧୦ମ ଶ୍ରେଣୀ ପରୀକ୍ଷାକୁ ବାତିଲ କରିବା ସହିତ ଦ୍ୱାଦଶ ଶ୍ରେଣୀ ପରୀକ୍ଷାକୁ ସ୍ଥଗିତ ରଖିବା ପରେ ରାଜ୍ୟ ସରକାର ଏଭଳି ନିଷ୍ପତ୍ତି ନେଇଥିଲେ। ଅନ୍ୟପକ୍ଷରେ ତିନି ଚାରି ଦିନ ତଳେ ଆଇସିଏସ୍‌ଇ ଦଶମ ଶ୍ରେଣୀ ପରୀକ୍ଷାକୁ ସ୍ଥଗିତ ରଖିଥିବା ସିଆଇଏସ୍‌ସିଇ ଆଜି ଏହାକୁ ବାତିଲ କରି ଦେଇଛି।  

10th Exam Student Protest