ଶୁଭଙ୍କର ନାୟକ ପୁଣି ଗିରଫ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ସି-ସୋର ଚିଟ୍‌ଫଣ୍ଡ ଲିଙ୍କ୍‌ରେ ଗିରଫ ହୋଇ ଜାମିନରେ ଆସିଥିବା ଶୁଭଙ୍କର ନାୟକଙ୍କୁ ପୁଲିସ୍‌ ଗିରଫ କରିଛି। ଜଣେ ମହିଳାଙ୍କୁ ଅସଦାଚରଣ କରିବା ସହ ତାଙ୍କ ପୁଅକୁ ମାଡ଼ ମାରିବା ଅଭିଯୋଗରେ ତାଙ୍କୁ ଗିରଫ କରାଯାଇଛି।

ଗତକାଲି ଏନେଇ ଉକ୍ତ ମହିଳା ଓ ତାଙ୍କ ପୁଅ ଭୁବନେଶ୍ୱରର ଖାରବେଳ ନଗର ଥାନାରେ ଅଭିଯୋଗ କରିଥିଲେ। ଏହାପରେ ପୁଲିସ୍ ଶୁଭଙ୍କରଙ୍କୁ ଆଣି ପଚରାଉଚରା କରିଥିଲା। ତା’ପରେ ତାଙ୍କୁ ଗିରଫ କରାଯାଇଥିଲା। ତେବେ ଏନେଇ ପୁଲିସ୍‌ର ପ୍ରତିକ୍ରିୟା ମିଳିପାରିନି।

ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।