ବାଲେଶ୍ୱର (ଓଡ଼ିଶା ରିପୋର୍ଟର): ପ୍ରତିରକ୍ଷା ଗବେଷଣା କ୍ଷେତ୍ରରେ ଆଉ ଏକ ମାଇଲଖୁଣ୍ଟ ସ୍ଥାପନ କରିଛି ଭାରତ। ବାଲେଶ୍ୱର ଚାନ୍ଦିପୁରରୁ ସ୍ୱଳ୍ପ ଦୂରଗାମୀ ପୃଥ୍ୱୀ-୨ର ସଫଳ ଉତ୍କ୍ଷେପଣ ହୋଇଛି। ଚାନ୍ଦିପୁରର ୩ ନମ୍ବର ଲଞ୍ଚପ୍ୟାଡ୍ରୁ ଆଜି ସନ୍ଧ୍ୟା ୭ଟା ୪୮ ମିନିଟ୍ରେ ଉତ୍କ୍ଷେପଣ ହୋଇଛି। ପୃଥ୍ୱୀ-୨ର ଲକ୍ଷ୍ୟଭେଦ କ୍ଷମତା ରହିଛି ୩୫୦ କିଲୋମିଟର। ତା’ସହ ୫୦୦ରୁ ୧୦୦୦ କେଜି ପରମାଣୁ ଯୁଦ୍ଧାସ୍ତ୍ର ବହନ କରିବାର କ୍ଷମତା ରଖିଛି।
୧୯୯୬ ମସିହାରେ ପୃଥ୍ୱୀ-୨ କ୍ଷେପଣାସ୍ତ୍ରର ପ୍ରଥମେ ପରୀକ୍ଷା କରାଯାଇଥିଲା। ସେତେବେଳେ ଏହାର ଲକ୍ଷ୍ୟଭେଦ କ୍ଷମତା ଥିଲା ୨୫୦ କିଲୋମିଟର। ଏହାକୁ ଭାରତୀୟ ବାୟୁସେନାରେ ୧୯୯୯ ମସିହାରେ ସାମିଲ କରାଯାଇଥିଲା। ୨୦୦୨ ମସିହାରୁ ଭାରତୀୟ ସ୍ଥଳସେନା ଏହି କ୍ଷେପଣାସ୍ତ୍ରକୁ ବାୟୁସେନାର ସହାୟତାରେ ବ୍ୟବହାର କରିଆସୁଛି। ତେବେ ଏହି କ୍ଷେପଣାସ୍ତ୍ରରେ ନୂତନ ଜ୍ଞାନକୌଶଳର ବ୍ୟବହାର କରାଯାଇ ଏହାର ଲକ୍ଷ୍ୟଭେଦକୁ ୩୫୦ କିଲୋମିଟର ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଓଡ଼ିଆ ଝିଅ, ଇଂଲଣ୍ଡରେ ଗଢିଛନ୍ତି ଶ୍ରୀ ମହାପ୍ରଭୁଙ୍କ ମନ୍ଦିର
୨୦୨୧ ମସିହାରେ ମହାପ୍ରଭୁଙ୍କ ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା କରିଛୁ। ରୀତିନୀତି ଅନୁସାରେ ମହାପ୍ରଭୁଙ୍କ ପୂଜା ନୀତି ସମ୍ପନ୍ନ ହେଉଛି। ଦୂର ଦୂରାନ୍ତ ଶ୍ରାଦ୍ଧାଳୁମାନେ ଆସୁଛନ୍ତି। ପ୍ରତିଦିନ ମହାପ୍ରସାଦ ଓ ଛପନ ଭୋଗ ପ୍ରସ୍ତୁତ ହେଉଛି।
Accident
ଟ୍ରାକ୍ ପାର ହେଉଥିଲେ ଆରପିଏଫ୍ କନଷ୍ଟେବଳ, ପିଟି ଦେଲା ଟ୍ରେନ୍
ସାମାନ୍ୟ ଅସାବଧାନତାରୁ ଘଟିଗଲା ବଡ଼ ଅଘଟଣ । ଷ୍ଟେସନରେ ମହିଳା ଆରପିଏଫ୍ କନଷ୍ଟେବଳଙ୍କୁ ଧକ୍କା ଦେଲା ଟ୍ରେନ୍ ।
Politics
ଝାରସୁଗୁଡ଼ାରେ ତେଜୁଛି ରାଜନୀତି; କିରିମିରାରେ ହୋଇ ପାରିଲାନି ଅନାସ୍ଥା ଭୋଟିଂ
ଝାରସୁଗୁଡ଼ା ଜିଲ୍ଲାରେ ଆରମ୍ଭ ହୋଇଥିବା ପଲଟିକାଲ ହାଇଡ୍ରାମା ଅଧିକ ରୋଚକ ମୋଡ଼ ନେଇଛି। ବହୁ ଚେଷ୍ଟା ପରେ ବି କିରିମିରା ବ୍ଲକ ଅଧ୍ୟକ୍ଷାଙ୍କ ବିରୋଧରେ ଆଜି ଅନାସ୍ଥା ଭୋଟ ହୋଇ ପାରିନି।
Politics
‘ସୁଭଦ୍ରା ପୋର୍ଟାଲରେ OPT OUT ହୋଇଥିଲେ ପୁଣି କରିହେବ Log In’
OPT OUT ହୋଇଥିବା ଲୋକଙ୍କ ପାଇଁ ସୁଭଦ୍ରା ପୋର୍ଟାରଲେ ପୁଣି ଥରେ ଲଗ୍ ଇନ ସହ ଅପ୍ଟ ଇନର ବ୍ୟବସ୍ଥା କରାଯାଇଥିବା ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି।
Accident
ତେଲେଙ୍ଗାନାରେ ଟ୍ରକ୍କୁ ପିଟିଲା ବସ୍, ୪ ଓଡ଼ିଆ ମୃତ
ଏକ ଟ୍ରକ୍ ପଛରେ ଏକ ବସ୍ ପିଟି ହେବାରୁ ଏହି ଦୁର୍ଘଟଣାରେ ୪ ଓଡ଼ିଆଙ୍କ ମୃତ୍ୟୁ ହୋଇଛି। ସେମାନଙ୍କ ମଧ୍ୟରେ ୨ ଜଣ ମହିଳା ଥିବା ସୂଚନା ମିଳିଛି।