ସାମାନ୍ୟ ବଚସାରୁ ସ୍ୱାମୀ-ସ୍ତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ

ଗୁଣପୁର(ଇନ୍ଦ୍ରଜିତ କୁମାର ପଣ୍ଡା): ରାୟଗଡ଼ା ଜିଲ୍ଲା ଗୁଣପୁର କରାବାଙ୍କ କଲୋନୀରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳହକୁ ନେଇ ସ୍ୱାମୀ-ସ୍ତ୍ରୀ କିରୋସିନ ଢାଳି ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ସୂଚନା ଅନୁସାରେ  ସ୍ୱାମୀ  ନାଗେଶ ଶବର ଓ ସ୍ତ୍ରୀ ମାନସୀଙ୍କ ମଧ୍ୟରେ କୌଣସି କଥାକୁ ନେଇ ବଚସା ହୋଇଥିଲା। ଏହାପରେ ଉଭୟ ସ୍ୱାମୀ ଓ ସ୍ତ୍ରୀ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ସେମାନଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ଗୁଣପୁର ଡାକ୍ତରଖାନାକୁ ନିଆଯାଇଥିଲା। ତେବେ ମାନସୀଙ୍କ  ଅବସ୍ଥା ସଙ୍କଟାପନ୍ନ […]

firre

Rakesh Mallick
  • Published: Sunday, 24 June 2018
  • , Updated: 24 June 2018, 02:21 PM IST

ଗୁଣପୁର(ଇନ୍ଦ୍ରଜିତ କୁମାର ପଣ୍ଡା): ରାୟଗଡ଼ା ଜିଲ୍ଲା ଗୁଣପୁର କରାବାଙ୍କ କଲୋନୀରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳହକୁ ନେଇ ସ୍ୱାମୀ-ସ୍ତ୍ରୀ କିରୋସିନ ଢାଳି ଆତ୍ମହତ୍ୟା ଉଦ୍ୟମ କରିଛନ୍ତି।

ସୂଚନା ଅନୁସାରେ  ସ୍ୱାମୀ  ନାଗେଶ ଶବର ଓ ସ୍ତ୍ରୀ ମାନସୀଙ୍କ ମଧ୍ୟରେ କୌଣସି କଥାକୁ ନେଇ ବଚସା ହୋଇଥିଲା। ଏହାପରେ ଉଭୟ ସ୍ୱାମୀ ଓ ସ୍ତ୍ରୀ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ସେମାନଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ଗୁଣପୁର ଡାକ୍ତରଖାନାକୁ ନିଆଯାଇଥିଲା। ତେବେ ମାନସୀଙ୍କ  ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ଏମ୍‌କେସିଜି ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ନାଗେଶ ଏବେ ଗୁଣପୁର ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି।

Related story