କଟକ(ଓଡ଼ିଶା ରିପୋର୍ଟର): ବ୍ରହ୍ମପୁରର ବହୁ ଚର୍ଚ୍ଚିତ ଡାକ୍ତର ସୁମିତ ସାହୁ ଓ ତପସ୍ୱିନୀ ବିବାହ ବିବାଦ ମାମଲା ଦିନକୁ ଦିନ ଜଟିଳ ହେବାରେ ଲାଗିଛି। ଆଜି ଡାକ୍ତର ସୁମିତ ସାହୁଙ୍କ ବାପା ପ୍ରମୋଦ ସାହୁ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ନିଜ ପରିବାର ଲୋକଙ୍କ ସୁରକ୍ଷା ଲୋଡ଼ିଛନ୍ତି।୨୦୨୧ ଡିସେମ୍ୱର ୨୦ ତାରିଖ ଘଟଣାରେ ପୁଲିସ୍ କାର୍ଯ୍ୟାନୁଷ୍ଠାନ ନନେବାରୁ ହାଇକୋର୍ଟ ଗଲେ ପ୍ରମୋଦ।
ଗତ ୨୦ ତାରିଖରେ ପ୍ରମୋଦଙ୍କ ଘର ଗେଟ୍ ଭାଙ୍ଗି ତପସ୍ୱିନୀଙ୍କୁ ଘରେ ପୂରାଇଥିଲେ କିଛି ମହିଳା। ଏନେଇ ସୁମିତଙ୍କ ବାପା ପ୍ରମୋଦ ଥାନାରେ ଏତଲା କରିଥିଲେ। ଅଭିଯୋଗକୁ ଭିତ୍ତି କରି ପୁଲିସ ମାମଲା ରୁଜୁ କରିଥିଲା। ହେଲେ ଆଜି ପର୍ଯ୍ୟନ୍ତ ସେମାନଙ୍କୁ ପଚରାଉଚରା କରିନାହିଁ। ଏପରିକି କାହାରିକୁ ପୁଲିସ୍ ଗିରଫ କରିନାହିଁ। ଡାକ୍ତର ସୁମିତ ଓ ତପସ୍ୱିନୀଙ୍କ ବିବାଦ ହୋଇନଥିଲେ ମଧ୍ୟ ଗେଟ ଭାଙ୍ଗି ଘରେ ପଶିଥିବା ମହିଳାମାନେ ଖୋଲମ୍ଖୋଲା ବୁଲୁଛନ୍ତି। ତେଣୁ ତାଙ୍କ ପରିବାର ପ୍ରତି ବିପଦ ରହିଛି ବୋଲି ପ୍ରମୋଦ ଅଭିଯୋଗ କରିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଲୋକସେବା ଭବନରୁ ମହାଠକକୁ ଗିରଫ କଲା ପୁଲିସ୍, ମିଳିଲା ନକଲି ପରିଚୟପତ୍ର
ବ୍ୟାସଦେବ ନିଜକୁ ପଞ୍ଚାୟତି ରାଜ ବିଭାଗର ଜଣେ ସେକ୍ସନ ଅଫିସର ଭାବେ ପରିଚୟ ଦେଇ ଲୋକଙ୍କୁ ଠକି ଚାଲିଥିଲା।
Miscellaneous
ସୀମାନ୍ତରେ ନକ୍ସଲଙ୍କ ଆଇଇଡି ବିସ୍ଫୋରଣ, ୨ ସୁରକ୍ଷାକର୍ମୀ ଆହତ
ସ୍ଥାନୀୟ ପୁଲିସ୍ କହିଛି ଯେ ଜାଙ୍ଗାଲା ନିକଟର ଜୈଗୁର ଜଙ୍ଗଲରେ ରବିବାର ସନ୍ଧ୍ୟାରୁ ସର୍ଚ୍ଚ ଅପରେସନ ଆରମ୍ଭ ହୋଇଥିଲା। ଡିଆରଜି ଯବାନ ଓ କୁଟ୍ରୁ ପୁଲିସ୍ର କର୍ମଚାରୀମାନେ ଏଥିରେ ସାମିଲ ହୋଇଥିଲେ।
Crime
ହଷ୍ଟେଲରେ ଥିଲେ ଛାତ୍ରୀ, ମିଳିଲା ଝୁଲନ୍ତା ମୃତଦେହ
ଗତକାଲି ରାତିରେ କେହି ନ ଥିବା ବେଳେ ଉତ୍କଳିକା ନିଜ ରୁମ୍ରେ ଥିବା ଫ୍ୟାନ୍ରେ ବେକରେ ଓଢଣୀ ଲଗାଇ ଝୁଲି ପଡ଼ିଥିଲେ।
Miscellaneous
ଦିଲ୍ଲୀ ଗଲେ ମୁଖ୍ୟମନ୍ତ୍ରୀ, ଆଜି ‘ଆୟୁଷ୍ମାନ୍’ MOU
ରାଜ୍ୟରେ ଖୁବ୍ ଶୀଘ୍ର ଲାଗୁ ହେବ ଆୟୁଷ୍ମାନ ଭାରତ। ଏଥିପାଇଁ ଆଜି ଦିଲ୍ଲୀ ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଇ ମହାଲିଙ୍ଗ।
Crime
ନଦୀରେ ଭାସୁଛି ଯୁବକଙ୍କ ମୃତଦେହ, ଦୁଇ ଦିନ ହେଲା ନିଖୋଜ ଥିଲେ
ଯୁବକଜଣକ ଦୁଇ ଦିନ ତଳେ ନିଖୋଜ ହୋଇ ଯାଇଥିବା ବେଳେ ଆଜି ତାଙ୍କ ମୃତଦେହ ନଦୀରେ ଭାସୁଥିବା ଦେଖିବାକୁ ମିଳିଛି।