କଟକ(ଓଡ଼ିଶା ରିପୋର୍ଟର) :ଅସ୍ୱାଭାବିକ ଭାବେ ବୃଦ୍ଧି ପାଉଥିବା କୋଭିଡ ପରିସ୍ଥିତିକୁ ଦୃଷ୍ଟିରେ ରଖି ହାଇକୋର୍ଟ ସମେତ ରାଜ୍ୟର ସମସ୍ତ ନିମ୍ନ ଅଦାଳତର ଗ୍ରୀଷ୍ମକାଳୀନ ଅବକାଶକୁ ଆଗୁଆ ଭାବେ ଲାଗୁ କରାଯାଉଛି । ଆସନ୍ତା ମେ ୩ ତାରିଖରୁ ଆରମ୍ଭ ହୋଇ ଜୁନ ୫ ତାରିଖ ଯାଏଁ ରାଜ୍ୟର ସମସ୍ତ ଅଦାଳତ ଗ୍ରୀଷ୍ମ ଅବକାଶ ପାଇଁ ବନ୍ଦ ରହିବ ।
ପୂର୍ବ କ୍ୟାଲେଣ୍ଡର ଅନୁଯାୟୀ, ହାଇକୋର୍ଟରେ ଏହି ଗ୍ରୀଷ୍ମ ଅବକାଶ ମେ ୨୪ରୁ ଏବଂ ନିମ୍ନ ଅଦାଳତ ଗୁଡିକରେ ମେ ୨୨ରୁ ଆରମ୍ଭ ହୋଇଥାନ୍ତା । ସେହିପରି ହାଇକୋର୍ଟ ସମେତ ସମସ୍ତ ନିମ୍ନ ଅଦାଳତ ଜୁନ ୭ ତାରିଖରେ ଖୋଲା ହେବ ।
ରଜ ପର୍ବ ପାଇଁ ଜୁନ ୧୪ରୁ ୧୭ ଯାଏଁ ସମସ୍ତ ଅଦାଳତ ବନ୍ଦ ରହିବ । ଗ୍ରୀଷ୍ମ ଅବକାଶ ସମୟରେ ହାଇକୋର୍ଟ ଓ ସମସ୍ତ ନିମ୍ନ ଅଦାଳତ ଭର୍ଚୁଆଲ ମୋଡରେ କାର୍ଯ୍ୟ କରିବେ ବୋଲି ହାଇକୋର୍ଟ ପକ୍ଷରୁ ବିଜ୍ଞପ୍ତି ଜାରୀ କରାଯାଇଛି । ଅପରପଟେ କୋଭିଡ଼ କଟକଣାକୁ ଦୃଷ୍ଟିରେ ରଖି ପୂର୍ବରୁ ଜାରୀ କରାଯାଇଥିବା ସମସ୍ତ ଅନ୍ତରୀଣ ଆଦେଶ ଆସନ୍ତା ଜୁନ ୩୦ ତାରିଖ ଯାଏଁ ବଳବତ୍ତର ରହିବ ବୋଲି ହାଇକୋର୍ଟ ନିର୍ଦ୍ଦେଶ ଜାରୀ କରିଛନ୍ତି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।