ମାଡ଼ି ଚାଲିଛି ମହାମାରୀ, ଅଦାଲତରେ ଆଗୁଆ ଲାଗୁ ହେଲା ଗ୍ରୀଷ୍ମକାଳୀନ ଅବକାଶ

କଟକ(ଓଡ଼ିଶା ରିପୋର୍ଟର) :ଅସ୍ୱାଭାବିକ ଭାବେ ବୃଦ୍ଧି ପାଉଥିବା କୋଭିଡ ପରିସ୍ଥିତିକୁ ଦୃଷ୍ଟିରେ ରଖି ହାଇକୋର୍ଟ ସମେତ ରାଜ୍ୟର ସମସ୍ତ ନିମ୍ନ ଅଦାଳତର ଗ୍ରୀଷ୍ମକାଳୀନ ଅବକାଶକୁ ଆଗୁଆ ଭାବେ ଲାଗୁ କରାଯାଉଛି । ଆସନ୍ତା ମେ ୩ ତାରିଖରୁ ଆରମ୍ଭ ହୋଇ ଜୁନ ୫ ତାରିଖ ଯାଏଁ ରାଜ୍ୟର ସମସ୍ତ ଅଦାଳତ ଗ୍ରୀଷ୍ମ ଅବକାଶ ପାଇଁ ବନ୍ଦ ରହିବ  । ପୂର୍ବ କ୍ୟାଲେଣ୍ଡର ଅନୁଯାୟୀ, ହାଇକୋର୍ଟରେ ଏହି ଗ୍ରୀଷ୍ମ ଅବକାଶ ମେ ୨୪ରୁ ଏବଂ ନିମ୍ନ ଅଦାଳତ ଗୁଡିକରେ […]

orissa-high-court

Niharika Rout
  • Published: Saturday, 01 May 2021
  • , Updated: 01 May 2021, 09:12 AM IST

କଟକ(ଓଡ଼ିଶା ରିପୋର୍ଟର) :ଅସ୍ୱାଭାବିକ ଭାବେ ବୃଦ୍ଧି ପାଉଥିବା କୋଭିଡ ପରିସ୍ଥିତିକୁ ଦୃଷ୍ଟିରେ ରଖି ହାଇକୋର୍ଟ ସମେତ ରାଜ୍ୟର ସମସ୍ତ ନିମ୍ନ ଅଦାଳତର ଗ୍ରୀଷ୍ମକାଳୀନ ଅବକାଶକୁ ଆଗୁଆ ଭାବେ ଲାଗୁ କରାଯାଉଛି । ଆସନ୍ତା ମେ ୩ ତାରିଖରୁ ଆରମ୍ଭ ହୋଇ ଜୁନ ୫ ତାରିଖ ଯାଏଁ ରାଜ୍ୟର ସମସ୍ତ ଅଦାଳତ ଗ୍ରୀଷ୍ମ ଅବକାଶ ପାଇଁ ବନ୍ଦ ରହିବ  ।

ପୂର୍ବ କ୍ୟାଲେଣ୍ଡର ଅନୁଯାୟୀ, ହାଇକୋର୍ଟରେ ଏହି ଗ୍ରୀଷ୍ମ ଅବକାଶ ମେ ୨୪ରୁ ଏବଂ ନିମ୍ନ ଅଦାଳତ ଗୁଡିକରେ ମେ ୨୨ରୁ  ଆରମ୍ଭ ହୋଇଥାନ୍ତା । ସେହିପରି ହାଇକୋର୍ଟ ସମେତ ସମସ୍ତ ନିମ୍ନ ଅଦାଳତ ଜୁନ ୭ ତାରିଖରେ ଖୋଲା ହେବ ।

ରଜ ପର୍ବ ପାଇଁ ଜୁନ ୧୪ରୁ ୧୭ ଯାଏଁ ସମସ୍ତ  ଅଦାଳତ ବନ୍ଦ ରହିବ । ଗ୍ରୀଷ୍ମ ଅବକାଶ ସମୟରେ ହାଇକୋର୍ଟ ଓ ସମସ୍ତ ନିମ୍ନ ଅଦାଳତ ଭର୍ଚୁଆଲ ମୋଡରେ କାର୍ଯ୍ୟ କରିବେ ବୋଲି ହାଇକୋର୍ଟ ପକ୍ଷରୁ ବିଜ୍ଞପ୍ତି ଜାରୀ କରାଯାଇଛି  । ଅପରପଟେ କୋଭିଡ଼ କଟକଣାକୁ ଦୃଷ୍ଟିରେ ରଖି ପୂର୍ବରୁ ଜାରୀ କରାଯାଇଥିବା ସମସ୍ତ ଅନ୍ତରୀଣ ଆଦେଶ ଆସନ୍ତା ଜୁନ ୩୦ ତାରିଖ ଯାଏଁ ବଳବତ୍ତର ରହିବ ବୋଲି ହାଇକୋର୍ଟ ନିର୍ଦ୍ଦେଶ ଜାରୀ କରିଛନ୍ତି  ।

Related story