ପରୀ ହତ୍ୟା ମାମଲାରେ ନୟାଗଡ଼ ଜିଲ୍ଲାପାଳ ଓ ଏସ୍ପିଙ୍କୁ ସମନ
ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ନୟାଗଡ଼ ବହୁ ଚର୍ଚ୍ଚିତ ଶିଶୁକନ୍ୟା ପରୀ ହତ୍ୟା ମାମଲାରେ ନୟାଗଡ଼ ଜିଲ୍ଲାପାଳ ଓ ଏସ୍ପିଙ୍କୁ ସମନ କରିଛି ଜାତୀୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ (NCPCR)। ଉଭୟଙ୍କୁ ବ୍ୟକ୍ତିଗତ ହାଜିରା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ସମନ ନେଇ NCPCR ଅଧ୍ୟକ୍ଷ ପ୍ରିୟଙ୍କ କାନୁନଗୋଙ୍କ ଟ୍ୱିଟ୍ କରିଛନ୍ତି।
summons has been issued to DM and SP of #nyaygarh for in personn presense in the matter of kidnapping and murder of a girl child, @NCPCR_ has received complaints aligning human organ trafficking https://t.co/IQ7BmOW1oY
— प्रियंक कानूनगो Priyank Kanoongo (@KanoongoPriyank) December 4, 2020
ଗତ ୩୦ ତାରିଖରେ ଏନସିପିସିଆର୍ ଅଧ୍ୟକ୍ଷ ପ୍ରିୟାଙ୍କ କାନୁନଗୋଙ୍କୁ ରାଜ୍ୟ ମୁଖ୍ୟ ଶାସନ ସଚିବଙ୍କୁ ରିପୋର୍ଟ ତଲବ କରିଥିଲେ। ଓଡ଼ିଶା ଟିଭି ଡଟ୍ ଇନ୍ ଓ ଓଟିଭି ଖବର ଆଧାରରେ ନିଜ ଆଡ଼ୁ ମାମଲା ରୁଜୁ କରି NCPCR ନୋଟିସ୍ କରିଥିଲେ। ତଦନ୍ତର ଅଗ୍ରଗତି ସହ କିଛି ଦସ୍ତାବିଜ ୧୦ ଦିନ ମଧ୍ୟରେ ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ପୀଡ଼ିତାର ବୟସ ପ୍ରମାଣପତ୍ର, ଏତଲା କପି, ଶବ ବ୍ୟବଚ୍ଛେଦ ରିପୋର୍ଟ ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଥିଲେ ଏନ୍ସିପିସିଆର।
୪ ମାସ ତଳେ ୫ ବର୍ଷର ଝିଅ ପରୀକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଥିଲା। ଏଥିରେ ମନ୍ତ୍ରୀ ଅରୁଣ ସାହୁ ଓ ତାଙ୍କ ସହଯୋଗୀ ବାବୁଲିର ହାତ ଥିବା ‘ପରୀ’ର ବାପା-ମାଆ ଅଭିଯୋଗ କରିଛନ୍ତି। ପୁଲିସ ଅଭିଯୁକ୍ତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପରିବର୍ତ୍ତେ ‘ପରୀ’ର ବାପା-ମାଆଙ୍କୁ ନାନା ହଇରାଣ କରୁଥିଲା। ଅଭିଯୁକ୍ତଙ୍କୁ ପୁଲିସ ଗିରଫ କରୁନଥିଲା। ପୁଲିସ ପ୍ରଶାସନଠାରୁ ନିରାଶ ହେବା ପରେ ‘ପରୀ’ର ବାପା-ମାଆ ଭୁବନେଶ୍ୱର ଚାଲି ଆସିଥିଲେ। ସେମାନେ ବିଧାନସଭା ସମ୍ମୁଖରେ ଆତ୍ମାହୁତି ଧମକ ଦେଇଥିଲେ। ତମ୍ୱି ତୋଫାନ୍ ପରେ ରାଜ୍ୟ ସରକାର ଏସ୍ଆଇଟି ତଦନ୍ତ ନିର୍ଦ୍ଦେଶ ଦେଇଥିଲେ। ଏବେ ଏହି ମାମଲାର ଏସ୍ଆଇଟି ତଦନ୍ତ ଚାଲିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।