ଆଜି ଶ୍ରୀଜିଉଙ୍କ ସୁନାବେଶ

ପୁରୀ (ଓଡ଼ିଶା ରିପୋର୍ଟର): ଆଜି ଶ୍ରୀଜିଉଙ୍କ ସୁନା ବେଶ। ବାହୁଡାଯାତ୍ରାରେ ଆସି ବଡ଼ଦାଣ୍ଡରେ ଅଟକିଛନ୍ତି ଜଗା, ବଳିଆ ଓ ଭଉଣୀ ସୁଭଦ୍ରା। ଅପରାହ୍ଣ ୪ଟାରୁ ଶ୍ରୀଜିଉଙ୍କ ସୁନାବେଶ ଆରମ୍ଭ ହେବାର କାର୍ଯ୍ୟକ୍ରମ ରହିଛି। ରାତି ପ୍ରାୟ ୮ଟାରେ ସନ୍ଧ୍ୟା ଧୂପ ଓ ରାତି ୧୨ଟା ୩୦ରେ ମହାପ୍ରଭୁଙ୍କ ଚନ୍ଦନଲାଗି ହେବାର କାର୍ଯ୍ୟକ୍ରମ ରହିଛି।   ଏହାପରେ ମହାବାହୁଙ୍କ ବଡ଼ସିଂହାର ବେଶ ଅନୁଷ୍ଠିତ ହେବ। ରଥଯାତ୍ରା ଓ ବାହୁଡା ଭଳି ସୁନାବେଶ ମଧ୍ୟରେ ଭକ୍ତଙ୍କ ପ୍ରବଳ ଭିଡ଼ ଲାଗି ରହିବ। […]

puri,,,,,,,,,,,,,

Tapaswini Nayak
  • Published: Saturday, 13 July 2019
  • , Updated: 13 July 2019, 07:53 AM IST

ପୁରୀ (ଓଡ଼ିଶା ରିପୋର୍ଟର): ଆଜି ଶ୍ରୀଜିଉଙ୍କ ସୁନା ବେଶ। ବାହୁଡାଯାତ୍ରାରେ ଆସି ବଡ଼ଦାଣ୍ଡରେ ଅଟକିଛନ୍ତି ଜଗା, ବଳିଆ ଓ ଭଉଣୀ ସୁଭଦ୍ରା। ଅପରାହ୍ଣ ୪ଟାରୁ ଶ୍ରୀଜିଉଙ୍କ ସୁନାବେଶ ଆରମ୍ଭ ହେବାର କାର୍ଯ୍ୟକ୍ରମ ରହିଛି। ରାତି ପ୍ରାୟ ୮ଟାରେ ସନ୍ଧ୍ୟା ଧୂପ ଓ ରାତି ୧୨ଟା ୩୦ରେ ମହାପ୍ରଭୁଙ୍କ ଚନ୍ଦନଲାଗି ହେବାର କାର୍ଯ୍ୟକ୍ରମ ରହିଛି।  
ଏହାପରେ ମହାବାହୁଙ୍କ ବଡ଼ସିଂହାର ବେଶ ଅନୁଷ୍ଠିତ ହେବ। ରଥଯାତ୍ରା ଓ ବାହୁଡା ଭଳି ସୁନାବେଶ ମଧ୍ୟରେ ଭକ୍ତଙ୍କ ପ୍ରବଳ ଭିଡ଼ ଲାଗି ରହିବ। ଏଥିଲାଗି ଶ୍ରୀମନ୍ଦିର ପ୍ରଶାସନ ଓ ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି।

ଗତକାଲି ଶ୍ରୀକ୍ଷେତ୍ରରେ ଲକ୍ଷ ଲକ୍ଷ ଶ୍ରଦ୍ଧାଳୁଙ୍କ ସମାଗମରେ ବାହୁଡ଼ା ଯାତ୍ରା ଆୟୋଜିତ ହୋଇଥିଲା। ଜନ୍ମବେଦୀରେ ଲୀଳାଖେଳା ସାରିବା ପରେ ଶ୍ରୀମନ୍ଦିର ଅଭିମୁଖେ ଫେରିଥିଲେ ଚତୁର୍ଦ୍ଧାମୂର୍ତ୍ତି।

Related story