ନିଲମ୍ବିତ ସିଡିଏମ୍ଓଙ୍କ ସପକ୍ଷରେ ବାହାରିଲା ବିଜେପି; ୬ ଘଣ୍ଟିଆ ସୁନ୍ଦରଗଡ଼ ବନ୍ଦ

ସୁନ୍ଦରଗଡ଼ (ବିଜୟ ବରୁଆ): ‘ମୋ ସରକାର’ ଯୋଜନାକୁ କାର୍ଯ୍ୟକାରୀ କରିବାରେ ଅବହେଳା ଅଭିଯୋଗରେ ଗତକାଲି ନିଲମ୍ବିତ ହୋଇଥିବା ସୁନ୍ଦରଗଡ଼ ଜିଲ୍ଲାର ଭାରପ୍ରାପ୍ତ ସିଡିଏମ୍ଓ ପଙ୍କଜ ପଟେଲଙ୍କ ସପକ୍ଷରେ ବାହାରିଛି ବିଜେପି। 5T ସଚିବଙ୍କ ଏହି ନିଷ୍ପତ୍ତିକୁ ବିରୋଧ କରି ଦଳ ଆଜି ୬ ଘଣ୍ଟିଆ ସୁନ୍ଦରଗଡ଼ ବନ୍ଦ ପାଳନ କରି ସାରିଛି । ସକାଳ ୬ଟାରୁ ଆରମ୍ଭ ହୋଇଥିବା ଏହି ବନ୍ଦ ମଧ୍ୟାହ୍ନ ୧୨ଟା ଯାଏ ଚାଲିଥିଲା । ଏଥିପାଇଁ ସହରର ସମସ୍ତ ଦୋକାନ ବଜାର ବନ୍ଦ […]

sundaragada-2

Niharika Rout
  • Published: Monday, 14 October 2019
  • , Updated: 14 October 2019, 01:42 PM IST

ସୁନ୍ଦରଗଡ଼ (ବିଜୟ ବରୁଆ): ‘ମୋ ସରକାର’ ଯୋଜନାକୁ କାର୍ଯ୍ୟକାରୀ କରିବାରେ ଅବହେଳା ଅଭିଯୋଗରେ ଗତକାଲି ନିଲମ୍ବିତ ହୋଇଥିବା ସୁନ୍ଦରଗଡ଼ ଜିଲ୍ଲାର ଭାରପ୍ରାପ୍ତ ସିଡିଏମ୍ଓ ପଙ୍କଜ ପଟେଲଙ୍କ ସପକ୍ଷରେ ବାହାରିଛି ବିଜେପି। 5T ସଚିବଙ୍କ ଏହି ନିଷ୍ପତ୍ତିକୁ ବିରୋଧ କରି ଦଳ ଆଜି ୬ ଘଣ୍ଟିଆ ସୁନ୍ଦରଗଡ଼ ବନ୍ଦ ପାଳନ କରି ସାରିଛି । ସକାଳ ୬ଟାରୁ ଆରମ୍ଭ ହୋଇଥିବା ଏହି ବନ୍ଦ ମଧ୍ୟାହ୍ନ ୧୨ଟା ଯାଏ ଚାଲିଥିଲା । ଏଥିପାଇଁ ସହରର ସମସ୍ତ ଦୋକାନ ବଜାର ବନ୍ଦ ରହିଥିଲା। ତେବେ ଶିକ୍ଷାନୁଷ୍ଠାନ, ଡାକ୍ତରଖାନା ଓ ବ୍ୟାଙ୍କ୍‌କୁ ଏହି ବନ୍ଦରୁ ବାଦ୍ ଦିଆଯାଇଥିଲା। ଏଥିସହ ବନ୍ଦ ପାଳନ ସମୟରେ ଯାନବାହନ ଚଳାଚଳ ମଧ୍ୟ ସ୍ୱାଭାବିକ ରହିଥିଲା।

5T ସଚିବ ଭି.କେ ପାଣ୍ଡିଆନ୍ ଓ ତାଙ୍କ ଟିମ୍ ଗତକାଲି ସୁନ୍ଦରଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପରିଦର୍ଶନରେ ଆସିଥିଲେ। ସେମାନେ ଡାକ୍ତରଖାନା ବୁଲିବା ସହିତ ରୋଗୀ ଓ ସେମାନଙ୍କ ସଂପର୍କୀୟଙ୍କ ସହିତ ଆଲୋଚନା କରିଥିଲେ। ତା’ସହିତ ସମୀକ୍ଷା ବୈଠକ କରିଥିଲେ। ଡାକ୍ତରଖାନାରେ ରୋଗୀଙ୍କୁ ଦିଆଯାଉଥିବା ଖାଇବାକୁ ନେଇ  5T ସଚିବ ଅସନ୍ତୋଷ ପ୍ରକାଶ କରିଥିଲେ। ସେହିପରି କିଛି ରକ୍ତ ପରୀକ୍ଷା ବାହାରେ କରିବାକୁ ରୋଗୀମାନଙ୍କୁ କୁହାଯାଉଥିବାରୁ ସେ ବିରକ୍ତ ହୋଇଥିଲେ। ଆଉ ଏହାର କିଛି ସମୟ ପରେ ସୁନ୍ଦରଗଡ଼ର ଭାରପ୍ରାପ୍ତ ସିଡିଏମ୍‌ଧ ଡାକ୍ତର ପଙ୍କଜ ପଟେଲଙ୍କୁ ସସ୍‌ପେଣ୍ଡ କରାଯାଇଥିଲା। ତା’ସହିତ ଜିଲ୍ଲାପାଳଙ୍କୁ କାରଣ ଦର୍ଶାଅ ନୋଟିସ୍‌ ଜାରି କରାଯାଇଥିଲା।

ତେବେ ଏହି ନିଷ୍ପତ୍ତିକୁ ତୀବ୍ର ବିରୋଧ କରିଛି ବିଜେପି। ଗତକାଲି ଦଳ ପକ୍ଷରୁ ବିକ୍ଷୋଭ ଓ ରାଲି କରାଯିବା ସହ ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ ଓ 5T ସଚିବଙ୍କ କୁଶପୁତ୍ତଳିକା ଦାହ କରାଯାଇଥିଲା। ଦଳ ପକ୍ଷରୁ ଡାକ୍ତର ପଟେଲ୍‌ଙ୍କୁ ସମର୍ଥନ କରାଯିବା ସହ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଖାଲି ପଡ଼ିଥିବା ଡାକ୍ତର ପଦବୀ କାହିଁକି ପୂରଣ କରାଯାଉନାହିଁ ବୋଲି ପ୍ରଶ୍ନ କରାଯାଇଛି । ତେବେ ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରତିକ୍ରିୟା ମିଳିପାରି ନାହିଁ।

Related story