Advertisment

ହାଇୱାକୁ ଧକ୍କା ଦେଲା ବସ୍‌; ୨ ମୃତ,୧୦ ଆହତ

ପୁଲିସ ଓ ସ୍ଥାନୀୟ ଲୋକଙ୍କ ସହାୟତାରେ ଆହତ ଯାତ୍ରୀଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା।

ଅଦ୍ୟତନ ହୋଇଛି
Road Accident

Road Accident

Advertisment

ସୁନ୍ଦରଗଡ଼ ଜିଲ୍ଲା ଚାନ୍ଦିପୋଷ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହୀ ବସ୍ ଭାରସାମ୍ୟ ହରାଇ ହାଇୱାକୁ ଧକ୍କା ଦେବାରୁ ୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୦ଜଣ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରୁ ୫ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ସମସ୍ତଙ୍କୁ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ମୃତକଙ୍କ ମଧ୍ୟରେ  ବସ୍ ମାଲିକ ଓ  ଏକ ଛୋଟ ଛୁଆ ଥିବା ଜଣାଯାଇଛି। 

Advertisment

ଅଜି ଭୋର ୪ଟା ସମୟରେ ସି‘ପ୍ରଭା’ ନାମକ ଯାତ୍ରୀବାହୀ ବସ୍ ଭୁବନେଶ୍ୱରରୁ ରାଉରକେଲା ଅଭିମୁଖେ ଯାଉଥିଲା। ଚାନ୍ଦିପୋଷ ନିକଟ ରାସ୍ତା କଡ଼ରେ ଏକ ହାଇୱା ଖରାପ ହୋଇ ଠିଆ ହୋଇଥିଲା। ବସ୍‌ଟି ଭାରସାମ୍ୟ ହରାଇ ହାଇୱାକୁ ପଛକୁ ଧକ୍କା ଦେଇଥିଲା। ପୁଲିସ ଓ ସ୍ଥାନୀୟ ଲୋକଙ୍କ ସହାୟତାରେ ଆହତ ଯାତ୍ରୀଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ଡାକ୍ତରଖାନାକୁ ପଠାଯାଇଥିଲା।  ବସ୍‌ ଡ୍ରାଇଭର ଆଖି ଲାଗିଯିବା ଯୋଗୁ ଏହି ଦୁର୍ଘଟଣା ଘଟିଥାଇପାରେ ବୋଲି ସନ୍ଦେହ କରଯାଉଛି। 

ପୁଲିସ ବସ୍‌କୁ ଜବତ କରି ଘଟଣାର ତଦନ୍ତ କରୁଛି।  ବସ୍‌ରେ ୫୦ରୁ ଅଧିକ ଯାତ୍ରୀ ଥିଲେ। 

Odisha Police Road Accident Sudargarh
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe