Advertisment

ପିଲରରେ ପିଟି ହେଲା ବାଇକ୍; ଜଣେ ମୃତ, ୨ ଆହତ

ଦୁଲର୍ଭଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ୨ଜଣ ଗୁରୁତର ଆହତ ହୋଇଥିଲେ। ସେମାନଙ୍କୁ ଆମ୍ବୁଲାନ୍ସ ଯୋଗେ ପ୍ରଥମେ ବଣାଇ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା।

author-image
Tapaswini Nayak
 Medical

Medical

ସୁନ୍ଦରଗଡ଼ ଜିଲ୍ଲା ବଣାଇ ଉପଖଣ୍ଡର ଲହୁଣୀପଡ଼ା ଥାନା ଅନ୍ତର୍ଗତ ବୁଡାଭୁଇଁ ଗାଁରେ ଗତକାଲି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇକ୍ ଭାରସାମ୍ୟ ହରାଇ ରାସ୍ତା କଡ଼ରେ ଥିବା ପିଲରରେ ପିଟି ହେବାରୁ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨ଜଣ ଗୁରୁତର ଆହତ ହୋଇଛନ୍ତି। ମୃତ ବ୍ୟକ୍ତି ଜଣଙ୍କ ହେଲେ ଦୁଲ୍ଲଭ କିସାନ। ଆହତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

Advertisment

ଦୁଲ୍ଲଭଙ୍କ ଘର କପଣ୍ଡ ନୁଆଗାଁ ବୋଲି ଜଣାପଡ଼ିଛି। ଜଣେ ଆହତଙ୍କ ଘର ସରସରା ବଲାଙ୍ଗ ହୋଇଥିବା ବେଳେ ଅନ୍ୟ ଜଣଙ୍କ ଘର କପଣ୍ଡ ନୁଆଗାଁ ବୋଲି ଜଣାପଡ଼ିଛି।

ଗତକାଲି ଦୁଲ୍ଲଭଙ୍କ ସହ ଏକ ବାଇକ୍‌ରେ ୨ଜଣ ବସି ଲଲେଇଁରୁ ଖଣ୍ଡାଧାର ଯାଉଥିଲେ। ବୁଡାଭୁଇଁ ଗାଁ ନିକଟରେ ବାଇକ୍‌ଟି ଭାରସାମ୍ୟ ହରାଇ ରାସ୍ତାକଡ଼ରେ ଥିବା ପିଲରରେ ପିଟି ହୋଇଯାଇଥିଲା। ଘଟଣାସ୍ଥଳରେ ଦୁଲର୍ଭଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ୨ଜଣ ଗୁରୁତର ଆହତ ହୋଇଥିଲେ। ସେମାନଙ୍କୁ ଆମ୍ବୁଲାନ୍ସ ଯୋଗେ ପ୍ରଥମେ ବଣାଇ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ଅବସ୍ଥା ଗୁରୁତର ହେବାରୁ ସେମାନଙ୍କୁ ରାଉରକେଲା ସ୍ଥାନାନ୍ତର କରାଯାଇଛି। ପୁଲିସ ଗାଡ଼ିକୁ ଜବତ କରି ଘଟଣାର ତଦନ୍ତ କରୁଛି। 

Advertisment
Roadaccident Sudargarh