Advertisment

ସହକାରୀ ଯନ୍ତ୍ରୀଙ୍କ ଘରେ ପଶିଲା ଭିଜିଲାନ୍ସ, ୭ଟି ସ୍ଥାନରେ ଚଢ଼ାଉ

ସଞ୍ଜୟ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗ ହୋଇଥିଲା।

ଅଦ୍ୟତନ ହୋଇଛି
Vigilance Raid

Vigilance Raid

Advertisment

ସୁନ୍ଦରଗଡ଼ RWD ସହକାରୀ ଯନ୍ତ୍ରୀ ସଞ୍ଜୟ ବେହେରା ଘରେ ପଶିଲା ଭିଜିଲାନ୍ସ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସଞ୍ଜୟଙ୍କ ଘରେ ଚଢ଼ାଉ କରିଛି ଭିଜିଲାନ୍ସ। ସଞ୍ଜୟ ଘର, ଅଫିସ ସମେତ ୭ଟି ସ୍ଥାନରେ ଏକ କାଳୀନ ଚଢାଉ କରିଛି ଭିଜିଲାନ୍ସ।

Advertisment

ସଞ୍ଜୟଙ୍କ ସୁନ୍ଦରଗଡ଼ କେନ୍ଦୁପଡ଼ା ସ୍ଥିତ ଭଡ଼ା ଘର, ଲେଫ୍ରିପଡ଼ା ସ୍ଥିତ କାର୍ଯ୍ୟାଳୟ,ସୁନ୍ଦରଗଡ଼ ଡିଭିଜନ ଅଫିସ, ଭଦ୍ରକ ସହର ମଧ୍ୟରେ ଥିବା ଦୁଇ ମହଲା ବାସଭବନ, ଭଦ୍ରକ ଜିଲ୍ଲା ବନ୍ତ ଥିବା ପୈତୃକ ବାସଭବନ, ଭଦ୍ରକ ଜିଲ୍ଲା ତିହିଡି ଥାନା ସିନ୍ଦୋଲ ସ୍ଥିତ ଶ୍ୱଶୁର ଘର ଓ ଲେଫ୍ରିପଡା ଅଫିସ ପରିସରରେ ଥିବା ସରକାରୀ ବାସଭବନରେ ଏକକାଳୀନ ଚଢାଉ କରିଛି ଭିଜିଲାନ୍ସ।

ଏହି ଚଢ଼ାଉରେ ୭ଟିମ୍ ସାମିଲ ହୋଇଛନ୍ତି। ଏହି ଟିମ୍‌ରେ ୪ଜଣ ଡିଏସପି, ୧୦ ଜଣ ଇନ୍ସପେକ୍ଟର, ୪ଜଣ ଏଏସଆଇ ଏବଂ ଅନ୍ୟ କର୍ମଚାରୀ ସାମିଲ ଅଛନ୍ତି।

Advertisment

ସଞ୍ଜୟ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗ ହୋଇଥିଲା। ଭିଜିଲାନ୍ସ ଘଟଣାର ତଦନ୍ତ କରି ଆଜି ସଞ୍ଜୟଙ୍କ ଘରେ ଚଢ଼ାଉ କରିଥିଲା। ଚଢ଼ାଉ ସମୟରେ ବହୁ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଜବତ କରାଯାଇଛି।

Vigilance Raid Odisha Vigilance Sudargarh
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe