Advertisment

୨୦୨୨ ଜୁଲାଇ ସୁଦ୍ଧା ସରିବ ଭାରତର ସର୍ବବୃହତ ହକି ଷ୍ଟାଡିୟମ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ୨୦୨୩ରେ ଭୁବନେଶ୍ୱର ଓ ରାଉରକେଲାରେ ଆୟୋଜିତ ହେବ ହକି ବିଶ୍ୱକପ୍। ବିଶ୍ୱକପ୍ ପାଇଁ ରାଉରକେଲାରେ ଅନେକ ଉନ୍ନୟନମୂଳକ କାମ କରାଯାଉଛି। ଏହାର ସମୀକ୍ଷା କରିବା ଲାଗି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭିକେ. ପାଣ୍ଡିଆନ୍, ଜାତୀୟ ସ୍ୱାସ୍ଥ୍ୟ ମିଶନ, ଓଡ଼ିଶା ନିର୍ଦ୍ଦେଶିକା ଶାଳିନୀ ପଣ୍ଡିତ ଏବଂ ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବ ତଥା କ୍ରୀଡ଼ା ବିଭାଗ ସଚିବ ଆର ଭିନୀଲ୍ କ୍ରିଷ୍ଣା ଆଜି ରାଉରକେଲା ଗସ୍ତ କରିଛନ୍ତି। […]

ଅଦ୍ୟତନ ହୋଇଛି
୨୦୨୨ ଜୁଲାଇ ସୁଦ୍ଧା ସରିବ ଭାରତର ସର୍ବବୃହତ ହକି ଷ୍ଟାଡିୟମ

rkl

Advertisment

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ୨୦୨୩ରେ ଭୁବନେଶ୍ୱର ଓ ରାଉରକେଲାରେ ଆୟୋଜିତ ହେବ ହକି ବିଶ୍ୱକପ୍। ବିଶ୍ୱକପ୍ ପାଇଁ ରାଉରକେଲାରେ ଅନେକ ଉନ୍ନୟନମୂଳକ କାମ କରାଯାଉଛି। ଏହାର ସମୀକ୍ଷା କରିବା ଲାଗି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭିକେ. ପାଣ୍ଡିଆନ୍, ଜାତୀୟ ସ୍ୱାସ୍ଥ୍ୟ ମିଶନ, ଓଡ଼ିଶା ନିର୍ଦ୍ଦେଶିକା ଶାଳିନୀ ପଣ୍ଡିତ ଏବଂ ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବ ତଥା କ୍ରୀଡ଼ା ବିଭାଗ ସଚିବ ଆର ଭିନୀଲ୍ କ୍ରିଷ୍ଣା ଆଜି ରାଉରକେଲା ଗସ୍ତ କରିଛନ୍ତି। ଏହି ଉଚ୍ଚ ପ୍ରତିନିଧି ଦଳ ରାଉରକେଲାରେ ନିର୍ମାଣାଧୀନ ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମ, ବିଜୁ ପଟ୍ଟନାୟକ ଇନଡୋର ଷ୍ଟାଡିୟମ, ଫୁଟବଲ୍ ଖେଳ ସହ ଆଥଲେଟିକ୍ସ ପାଇଁ ନିର୍ମାଣାଧୀନ ବିର୍ସା ମୁଣ୍ଡା ଷ୍ଟାଡିୟମ ସହିତ ସାଇନ୍ସ ପାର୍କ ଏବଂ ପ୍ଲାନେଟାରିୟମ୍ କାର୍ଯ୍ୟ ବୁଲି ଦେଖିଛନ୍ତି।

Advertisment

ଏହା ସହିତ ରାଉରକେଲାର ବସ୍ତି ବାସିନ୍ଦାଙ୍କ ଥଇଥାନ ପାଇଁ ତିଆରି ହେଉଥିବା ବାସୋପଯୋଗୀ ପ୍ରକଳ୍ପସ୍ଥଳ ମଧ୍ୟ ଅନୁଧ୍ୟାନ କରିଛନ୍ତି। ବିଭିନ୍ନ ପ୍ରକଳ୍ପ ସ୍ଥାନ ପରିଦର୍ଶନ କରିବା ପରେ ଏହି ଟିମ୍ ସୁନ୍ଦରଗଡ଼ ଜିଲ୍ଲାପାଳ, ରାଉରକେଲା ଏଡିଏମ୍ ତଥା ମହାନଗର ନିଗମ କମିଶନର ଏବଂ ଅନ୍ୟ ଅଧିକାରୀମାନଙ୍କ ସହ ବିମାନବନ୍ଦରଠାରେ ସମୀକ୍ଷା କରିଥିଲେ।

ରାଉରକେଲାରେ ନିର୍ମାଣାଧୀନ ଅନ୍ତର୍ଜାତୀୟ ହକି ଷ୍ଟାଡିୟମକୁ ୨୦୨୨ ଜୁଲାଇ ସୁଦ୍ଧା ପ୍ରସ୍ତୁତ କରିବାକୁ ଲକ୍ଷ୍ୟ ରଖାଯାଇଛି। ଏହାଛଡ଼ା ବିଜୁ ପଟ୍ଟନାୟକ ଇନଡୋର ଷ୍ଟାଡିୟମର ନିର୍ମାଣ କାମ ମଧ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ନିର୍ମାଣାଧୀନ ବିର୍ସା ମୁଣ୍ଡା ଷ୍ଟାଡିୟମ ଫୁଟବଲ ଖେଳ ସହ ଆଥଲେଟିକ୍ସ ପାଇଁ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ। ସେଠାରେ ୪୦୦ ମିଟର ବିଶିଷ୍ଟ ଆଥଲେଟିକ୍ସ ଟ୍ରାକ୍ସ ନିର୍ମାଣ କରାଯାଉଛି।

Advertisment

ସେହିପରି ଏୟାରପୋର୍ଟ ଅଥରିଟି ଅଫ୍ ‍ ଇଣ୍ଡିଆ ପକ୍ଷରୁ ରାଉରକେଲା ଏୟାରପୋର୍ଟର ସଂପ୍ରସାରଣ କାର୍ଯ୍ୟ ଜାରି ରହିଛି। ସେଠାରେ ଟର୍ମିନାଲ ବିଲ୍ଡିଂ ମଧ୍ୟ ନିର୍ମାଣ କରାଯିବ। ଏହାକୁ ଆଗାମୀ ୨୦୨୨ ମେ' ମାସ ସୁଦ୍ଧା ଶେଷ କରାଯିବ ବୋଲି ମୁଖ୍ୟ ଶାସନ ସଚିବ କହିଛନ୍ତି। ଛେଣ୍ଡଠାରେ ତିଆରି ହେଉଥିବା ସାଇନ୍ସ ପାର୍କ ଓ ପ୍ଲାନେଟାରିୟମ କାର୍ଯ୍ୟ ଆସନ୍ତା ବର୍ଷ ଜୁନ୍ ସୁଦ୍ଧା ସାରିବାକୁ ଲକ୍ଷ୍ୟ ରଖାଯାଇଛି। ଏହି ଗସ୍ତ ଅବସରରେ ମୁଖ୍ୟ ଶାସନ ସଚିବ ଓ ୫-ଟି ସଚିବ ରାଉରକେଲାରେ କୋଭିଡ୍ ପରିସ୍ଥିତିର ସମୀକ୍ଷା କରିଥିଲେ।

୨୦୨୩ରେ ହେବାକୁ ଥିବା ପୁରୁଷ ହକି ବିଶ୍ୱକପ୍ ଭୁବନେଶ୍ୱର ସହିତ ରାଉରକେଲାର ଏହି ଷ୍ଟାଡିୟମରେ ଆୟୋଜନ କରାଯିବ। ଏକାସାଙ୍ଗରେ ଏଠାରେ ୨୦ ହଜାର ଦର୍ଶକ ବସି ଖେଳ ଉପଭୋଗ କରିପାରିବେ। ହକି ସହିତ ବିଭିନ୍ନ କ୍ରୀଡ଼ାର ବିକାଶ ଲାଗି ସହରରେ ଯେଉଁ ଅତ୍ୟାଧୁନିକ ଭିତ୍ତିଭୂମି ନିର୍ମାଣ କରାଯାଉଛି, ତାହା ସ୍ମାର୍ଟ ସିଟି ରାଉରକେଲାକୁ ଆଗାମୀ ଦିନରେ ଦେଶର ଏକ ପ୍ରମୁଖ କ୍ରୀଡ଼ା ହବ୍ ‍ଭାବେ ପରିଚିତ କରାଇବ। ପାନପୋଷଠାରେ ବ୍ୟାଡମିଣ୍ଟନ ଏବଂ ଲନ୍ ଟେନିସ୍ ଖେଳର ପ୍ରସାର ପାଇଁ ବିଜୁ ପଟ୍ଟନାୟକ ଇନଡୋର ଷ୍ଟାଡିୟମ ନିର୍ମାଣ କରାଯାଉଛି। ଏଠାରେ ୩ଟି ଇନଡୋର ବ୍ୟାଡମି‍ଣ୍ଟନ କୋର୍ଟ ସହିତ ଆଉଟଡୋର ଲନ୍ ଟେନିସ୍ କୋର୍ଟ ରହିଛି।

Naveen Patnaik Hockey Indian Hockey
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe