ଆଜି ରାଉରକେଲା ଯିବେ ମୁଖ୍ୟମନ୍ତ୍ରୀ, ହେବ ମେଗା ଶୋ’

ରାଉରକେଲା(ଓଡ଼ିଶା ରିପୋର୍ଟର): ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଉରକେଲା ଗସ୍ତର କାର୍ଯ୍ୟକ୍ରମ ରହିଛି। ରାଉରକେଲାରେ ବିଶ୍ୱସ୍ତରୀୟ ହକି ଷ୍ଟାଡିୟମ୍‌ର ଭିତ୍ତି ପକାଇବା ସହ ପ୍ରାୟ ୫ ହଜାର କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍‌ଘାଟନ କରିବେ । ଏଥିସହ ରାଉରକେଲା ସ୍ମାର୍ଟ ସିଟି ଓ ଅନ୍ୟ ପ୍ରକଳ୍ପ ପାଇଁ ପ୍ୟାକେଜ୍ ଘୋଷଣା କରିବେ ମୁଖ୍ୟମନ୍ତ୍ରୀ । ରାଜ୍ୟ ସରକାରଙ୍କ ଏହି କାର୍ଯ୍ୟକ୍ରମ ପାଇଁ ବିପିୟୁଟି ପରିସରରେ ପ୍ରସ୍ତୁତ ହୋଇଛି ମଞ୍ଚ। ପୂର୍ବାହ୍ନ ୧୦ଟାରେ ମୁଖ୍ୟମନ୍ତ୍ରୀ ନବୀନ […]

udala-2

Niharika Rout
  • Published: Tuesday, 16 February 2021
  • , Updated: 16 February 2021, 01:55 PM IST

ରାଉରକେଲା(ଓଡ଼ିଶା ରିପୋର୍ଟର): ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଉରକେଲା ଗସ୍ତର କାର୍ଯ୍ୟକ୍ରମ ରହିଛି। ରାଉରକେଲାରେ ବିଶ୍ୱସ୍ତରୀୟ ହକି ଷ୍ଟାଡିୟମ୍‌ର ଭିତ୍ତି ପକାଇବା ସହ ପ୍ରାୟ ୫ ହଜାର କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍‌ଘାଟନ କରିବେ । ଏଥିସହ ରାଉରକେଲା ସ୍ମାର୍ଟ ସିଟି ଓ ଅନ୍ୟ ପ୍ରକଳ୍ପ ପାଇଁ ପ୍ୟାକେଜ୍ ଘୋଷଣା କରିବେ ମୁଖ୍ୟମନ୍ତ୍ରୀ ।

ରାଜ୍ୟ ସରକାରଙ୍କ ଏହି କାର୍ଯ୍ୟକ୍ରମ ପାଇଁ ବିପିୟୁଟି ପରିସରରେ ପ୍ରସ୍ତୁତ ହୋଇଛି ମଞ୍ଚ। ପୂର୍ବାହ୍ନ ୧୦ଟାରେ ମୁଖ୍ୟମନ୍ତ୍ରୀ ନବୀନ ନିବାସରୁ ବାହାରି ଦିନ ୧୧ଟା ୨୦ରେ ରାଉରକେଲାରେ ପହଞ୍ଚିବେ । ପରେ ୧୧ଟା ୩୦ରେ ସଭାସ୍ଥଳରେ ପହଞ୍ଚିବା କାର୍ଯ୍ୟକ୍ରମ ରହିଛି । ସଭାସ୍ଥଳରେ ଡିଜିଟାଲ୍ ମାଧ୍ୟମରେ ସୁନ୍ଦରଗଡ଼ ଜିଲ୍ଲାର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରିବେ । ଏଥିସହ ଜନସାଧାରଣଙ୍କୁ ଉଦ୍‌ବୋଧନ ଦେବେ ମୁଖ୍ୟମନ୍ତ୍ରୀ ।

[caption id="attachment_619728" align="aligncenter" width="650"] ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ପ୍ରସ୍ତୁତି ଜୋରଦାର ଚାଲିଛି।[/caption]

ମଧ୍ୟାହ୍ନ ୧୨ଟା ୩୫ରେ ମୁଖ୍ୟମନ୍ତ୍ରୀ ରାଉରକେଲାରୁ ଭୁବନେଶ୍ୱର ଅଭିମୁଖେ ଫେରିବାର କାର୍ଯ୍ୟକ୍ରମ ରହିଛି। ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି ।

ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ରାଉରକେଲାରେ ଛାଇ ଯାଇଛି ବଡ ବଡ ପୋଷ୍ଟର ଆଉ ବ୍ୟାନର୍ ।  ଏହି ମେଗା ଇଭେଣ୍ଟକୁ ସଫଳ କରିବା ପାଇଁ ଜିଲ୍ଲାରେ ଡେରା ପକାଇଛନ୍ତି ୧୭ ମନ୍ତ୍ରୀ , ୭୦ରୁ ଅଧିକ ବିଧାୟକ ଓ ଦଳର ବରିଷ୍ଠ ନେତା । ବ୍ଲକରେ ମନ୍ତ୍ରୀ ଓ ବରିଷ୍ଠ ନେତାମାନଙ୍କୁ ଦାୟିତ୍ୱ ଦିଆଯାଇଥିବାବେଳେ ପଂଚାୟତସ୍ତରରେ ବିଧାୟକ ଓ  ନେତାମାନେ ତଦାରଖ କରୁଛନ୍ତି । ଅଧିକାଂଶ ପଂଚାୟତରେ LEDର ବ୍ୟବସ୍ଥା ବି କରାଯାଉଛି ।

Related story