ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଓଡ଼ିଶା ହାଇକୋର୍ଟରେ ୩ଜଣ ନୂଆ ବିଚାରପତିଙ୍କୁ ନିଯୁକ୍ତି ଦେବା ପ୍ରସ୍ତାବକୁ ସୁପ୍ରିମକୋର୍ଟ କଲେଜିୟମ ଆଜି ଅନୁମୋଦନ କରିଛନ୍ତି ।
ସୂଚନା ଅନୁସାରେ, ଆଡଭୋକେଟ୍ ସୁମନ ପଟ୍ଟନାୟକ ଓ ଦୁଇଜଣ ବିଚାରବିଭାଗୀୟ ଅଧିକାରୀ ଗୌରୀଶଙ୍କର ଶତପଥୀ ଓ ଚିତ୍ତରଞ୍ଜନ ଦାଶଙ୍କୁ ବିଚାରପତି ପଦବୀ ନିମନ୍ତେ ଉନ୍ନୀତ କରିବା ପାଇଁ ସୁପ୍ରିମକୋର୍ଟ କଲେଜିୟମ ସୁପାରିଶ କରିଛନ୍ତି । ଆଉ ସୁପ୍ରିମକୋର୍ଟଙ୍କ କଲେଜିୟମ ସୁପାରିଶ୍ କେନ୍ଦ୍ର ସରକାରଙ୍କ ମାଧ୍ୟମରେ ରାଷ୍ଟ୍ରପତିଙ୍କ ଅନୁମୋଦନ ପାଇଁ ପଠାଯିବ ଓ ଏହାପରେ ବିଧିବଦ୍ଧ ବିଜ୍ଞପ୍ତି ଜାରି ହେବ ।
ଏବେ ଓଡ଼ିଶା ହାଇକୋର୍ଟରେ ମୁଖ୍ୟ ବିଚାରପତିଙ୍କୁ ମିଶାଇ ମୋଟ ୨୨ଜଣ ବିଚାରପତି ଅଛନ୍ତି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ନାବାଳିକା ପୋଡ଼ି ମାମଲାରେ ଦମ୍ପତିଙ୍କ ସମେତ ୩ ଦଣ୍ଡିତ
୨୦୧୭ ମାର୍ଚ୍ଚ ୨୬ ତାରିଖରେ ୩ ଅଭିଯୁକ୍ତ ଯଥା ଚକ୍ରଧର ନାୟକ, ତାଙ୍କ ପତ୍ନୀ ଅନିମା ଓ କେୟାରଟେକର ଚିନ୍ତାମଣି ନାବାଳିକାଙ୍କୁ ଘରେ ପୂରାଇ ନିଆଁ ଲଗାଇ ପୋଡ଼ି ଦେଇଥିବା ଅଭିଯୋଗ ହୋଇଥିଲା।
Miscellaneous
ରାଜ୍ୟରେ ୫ ମାସରେ ୪୦ ହାତୀଙ୍କ ମୃତ୍ୟୁ ହୋଇଛି
ଗତ ତିନି ବର୍ଷରେ ୬୬୮ ଜଣଙ୍କୁ ମାରିଛି ହାତୀ, ୫ ବର୍ଷରେ ୨୨ ଜଣଙ୍କୁ ଖାଇଲାଣି କୁମ୍ଭୀର। ବିଧାନସଭାରେ ତଥ୍ୟ ରଖିଛନ୍ତି ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ।
Miscellaneous
ଅତିରିକ୍ତ ବଜେଟରେ ୧୨ ହଜାର ୧୫୬ କୋଟି ଟଙ୍କା ଉପସ୍ଥାପନ କଲେ ମୁଖ୍ୟମନ୍ତ୍ରୀ
ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ପାଇଁ ୬୪୪ କୋଟି ବ୍ୟବସ୍ଥା ଓ ସୁଭଦ୍ରା ଯୋଜନା ପାଇଁ ୧୧୯୬ କୋଟି ଟଙ୍କା ବ୍ୟବସ୍ଥା କରାଯାଇଛି।
Crime
ରାସ୍ତାରୁ ଟଙ୍କା ଆଦାୟ କରୁଥିଲେ! ARTO ଓ ଜୁନିୟର MVI ଗିରଫ
ଗିରିଶୋଳା ଗେଟ୍ରୁ ଧରାପଡ଼ିଥିବା ୩ ଦଲାଲଙ୍କୁ ପୁଲିସ୍ ଦୀର୍ଘ ସମୟ ଧରି ଜେରା କରିଥିଲା। ହେଲେ ସେମାନେ ବେଶୀ ସମୟ ଧରି ମିଛକୁ ଚାପି ରଖିପାରିନଥିଲେ। ଭୟରେ ସବୁ କଥା କହି ପକାଇଥିଲେ।
Miscellaneous
ମାର୍ଚ୍ଚ ୭ 'ସୁଭଦ୍ରା' ଆବେଦନର ଶେଷ ତାରିଖ
ମାର୍ଚ୍ଚ ୮ ମହିଳା ଦିବସରେ ଦ୍ୱିତୀୟ କିସ୍ତି ସୁଭଦ୍ରା ଟଙ୍କା ମିଳିବ। ବଣ୍ଡାଘାଟିରେ ହିତାଧିକାରୀଙ୍କ ପାଖକୁ ଯାଇ ସମସ୍ୟା ଦୂର କରିବେ ବିଭାଗୀୟ ଅଧିକାରୀ।