‘ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପୂର୍ଣ୍ଣମାତ୍ରାରେ ପାଳନ କରାଯିବ’

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ସୁପ୍ରିମକୋର୍ଟଙ୍କ ରଥଯାତ୍ରା ବନ୍ଦ ନିର୍ଦ୍ଦେଶ ପରେ କେମିତି ବିଧିରକ୍ଷା କରାଯାଇପାରିବ? ସେନେଇ ଚାଲିଛି ଛତିଶା ନିଯୋଗ ବୈଠକ। ଆଜି ଦିନ ବେଳେ ବସିଥିବା ପରିଚାଳନା କମିଟି ବୈଠକରେ ଶ୍ରୀମନ୍ଦିର ଭିତରେ ପରମ୍ପରା ରକ୍ଷା ଓ ଶାସ୍ତ୍ର ସମ୍ମତ ବ୍ୟବସ୍ଥା ସ୍ଥିର କରିବାକୁ ନିଷ୍ପତ୍ତି ହୋଇଥିଲା। ବୈଠକ ପରେ ଗଜପତି ମହାରାଜା ଦିବ୍ୟସିଂହଦେବ କହିଛନ୍ତି, ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପୂର୍ଣ୍ଣମାତ୍ରାରେ ପାଳନ କରାଯିବ। କୋର୍ଟଙ୍କ ରାୟ ଅନୁଯାୟୀ ଏବର୍ଷ ଗୁଣ୍ଡିଚା, ବାହୁଡ଼ା, ସୁନାବେଶ, ଅଧରପଣା, ନୀଳାଦ୍ରିବିଜେ ସମ୍ଭବ […]

gajapati

Manoranjan Sial
  • Published: Friday, 19 June 2020
  • , Updated: 19 June 2020, 06:56 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ସୁପ୍ରିମକୋର୍ଟଙ୍କ ରଥଯାତ୍ରା ବନ୍ଦ ନିର୍ଦ୍ଦେଶ ପରେ କେମିତି ବିଧିରକ୍ଷା କରାଯାଇପାରିବ? ସେନେଇ ଚାଲିଛି ଛତିଶା ନିଯୋଗ ବୈଠକ। ଆଜି ଦିନ ବେଳେ ବସିଥିବା ପରିଚାଳନା କମିଟି ବୈଠକରେ ଶ୍ରୀମନ୍ଦିର ଭିତରେ ପରମ୍ପରା ରକ୍ଷା ଓ ଶାସ୍ତ୍ର ସମ୍ମତ ବ୍ୟବସ୍ଥା ସ୍ଥିର କରିବାକୁ ନିଷ୍ପତ୍ତି ହୋଇଥିଲା।

ବୈଠକ ପରେ ଗଜପତି ମହାରାଜା ଦିବ୍ୟସିଂହଦେବ କହିଛନ୍ତି, ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପୂର୍ଣ୍ଣମାତ୍ରାରେ ପାଳନ କରାଯିବ। କୋର୍ଟଙ୍କ ରାୟ ଅନୁଯାୟୀ ଏବର୍ଷ ଗୁଣ୍ଡିଚା, ବାହୁଡ଼ା, ସୁନାବେଶ, ଅଧରପଣା, ନୀଳାଦ୍ରିବିଜେ ସମ୍ଭବ ନୁହେଁ। କରୋନା ପାଇଁ ଅତ୍ୟନ୍ତ ଦୁଃଖର ସହ ଏ ନିଷ୍ପତ୍ତି ନିଆଯାଇଛି ବୋଲି ଗଜପତି ମହାରାଜା କହିଛନ୍ତି।  ମନ୍ଦିର ଭିତରେ ପରମ୍ପରା, ଶାସ୍ତ୍ର ସମ୍ମତ ବ୍ୟବସ୍ଥା ସ୍ଥିର କରିବାକୁ ପରିଚାଳନା କମିଟିରେ ନିଷ୍ପତ୍ତି ହୋଇଛି।  ତେବେ ସଂଧ୍ୟାରେ ବସିଥିବା ଛତିଶା ନିଯୋଗ ଓ ପରିଚାଳନା କମିଟି ବୈଠକର ନିଷ୍ପତ୍ତି ପରେ ଆସନ୍ତାକାଲି ଶଙ୍କରାଚାର୍ଯ୍ୟଙ୍କୁ ଅବଗତ କରାଯିବ। ଏହାପରେ ଶଙ୍କରାଚାର୍ଯ୍ୟଙ୍କ ପାଖରେ ଚୂଡ଼ାନ୍ତ ନିଷ୍ପତ୍ତି ନିଆଯିବ ବୋଲି କହିଛନ୍ତି ଗଜପତି।

Related story