କଟକ (ଓଡ଼ିଶା ରିପୋର୍ଟର): ଓଡ଼ିଶା ହାଇକୋର୍ଟରେ ଆଇନଜୀବୀଙ୍କ ଆନ୍ଦୋଳନ ଯୋଗୁ ସୃଷ୍ଟ ଅଚଳାବସ୍ଥାକୁ ସୁପ୍ରିମ୍କୋର୍ଟ ଗମ୍ଭୀରତାର ସହ ନେଇଛନ୍ତି। କୋର୍ଟ କାମକୁ ସ୍ୱାଭାବିକ କରିବାରେ ଓଡ଼ିଶା ସରକାର ଯଦି ସକ୍ଷମ ନୁହନ୍ତି, ତେବେ ଅର୍ଦ୍ଧ ସାମରିକ ବାହିନୀର ଆବଶ୍ୟକତା ଅଛି କି ବୋଲି ପ୍ରଶ୍ନ କରିଛନ୍ତି ସୁପ୍ରିମ୍ କୋର୍ଟ। ଓକିଲଙ୍କ ଆନ୍ଦୋଳନ ଯୋଗୁଁ ଓଡ଼ିଶା ହାଇକୋର୍ଟର କାମ କିପରି ପ୍ରଭାବିତ ହେଉଛି ସେ ସଂପର୍କିତ ମାମଲାର ଶୁଣାଣି ଆଜି ସୁପ୍ରିମକୋର୍ଟରେ ହେବାର ଅଛି।
ରାଜ୍ୟ ସରକାର ସ୍ଥିତି ସମ୍ପର୍କରେ ସୁପ୍ରିମକୋର୍ଟଙ୍କୁ ଅବଗତ କରାଇବେ । ହାଇକୋର୍ଟ ରେଜିଷ୍ଟ୍ରାର ଜେନେରାଲ ସୁପ୍ରିମକୋର୍ଟରେ ଦାଖଲ କରିଥିବା ରିପୋର୍ଟରେ ଦର୍ଶାଇଥିଲେ ଯେ, କୋର୍ଟ କାମ ସ୍ୱାଭାବିକ ଭାବେ ଚାଲୁଛି ।
ଅନ୍ୟପଟେ ଶିବଶଙ୍ଗର ମିଶ୍ର ଅଭିଯୋଗ କରିଛନ୍ତି, ଓକିଲଙ୍କ ଆନ୍ଦୋଳନ ଯୋଗୁଁ ହାଇକୋର୍ଟ କାମ ପୁରା ବନ୍ଦ ରହିଛି ଏବଂ ଏହା ପ୍ରଭାବରେ ହାଇକୋର୍ଟ କାମ କରିବା ଅସମ୍ଭବ ହୋଇ ପଡ଼ିଛି। ଶିବଶଙ୍କରଙ୍କ ତଥ୍ୟ ଆଧାରରେ ସୁପ୍ରିମକୋର୍ଟ ଗଭୀର ଉଦ୍ବେଗ ପ୍ରକାଶ କରିଛନ୍ତି। ଏ ସଂପର୍କରେ ବିସ୍ତୃତ ତଥ୍ୟ ରଖିବାକୁ ଶିବଶଙ୍କର ୨ ଦିନ ସମୟ ମାଗିଥିଲେ । ଆଜି ସେ ନିଜ ପକ୍ଷ ରଖିପାରନ୍ତି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କାହିଁକି ହାରିଲା ବିଜେଡି; ପ୍ରତିଷ୍ଠା ଦିବସରେ କାରଣ କହିଲେ ନବୀନ
ନବୀନ କହିଛନ୍ତି, ଗତ ଛଅ ମାସ ଭିତରେ ବିଜେପି ସରକାରର ଓଡ଼ିଶାବାସୀଙ୍କ ପାଇଁ ସବୁଠାରୁ ବଡ଼ ଉପହାର ହେଉଛି ଦରଦାମ ବୃଦ୍ଧି। ଡାଲି ଚାଉଳ ଠାରୁ ଆରମ୍ଭ କରି ତେଲ ଓ ପନିପରିବା ଆଦି ସବୁ ଦର ଆଜି ଆକାଶ ଛୁଆଁ।
Guest Column
ସତ ସ୍ୱୀକାର କରୁନାହାନ୍ତି ନବୀନ ପଟ୍ଟନାୟକ
ସମ୍ପୂର୍ଣ୍ଣ ସ୍ୱାସ୍ଥ୍ୟଗତ କାରଣରୁ ନବୀନ ନିର୍ବାଚନରେ ପ୍ରଚାର ନକରି ତାଙ୍କର ଏକମାତ୍ର ବିଶ୍ୱସ୍ତ ସରକାରୀ ଚାକିରୀ ଛାଡ଼ି ବିଜେଡିକୁ ଆସିଥିବା ଜଣେ ଅଣଓଡ଼ିଆ ଅଫିସର ଉପରେ ପ୍ରଚାରର ସମସ୍ତ ଦାୟିତ୍ୱ ଦେଇଥିବା ଲୋକମାନଙ୍କର ପୂରା ବିଶ୍ୱାସ ହୋଇଗଲା। ଏହି ଅଣଓଡ଼ିଆ ସରକାରୀ ଅଫିସର ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭାବରେ ୫ ବର୍ଷ କାଳ ଯାହାସବୁ କରିଥିଲେ, ସେଥିରେ ଲୋକମାନଙ୍କର ବିଶ୍ୱାସ ହୋଇଗଲା ଯେ, ଯଦି ଏଥର ନବୀନଙ୍କୁ ପୁଣିଥରେ କ୍ଷମତା ପ୍ରଦାନ କରାଯାଏ, ତେବେ ବାସ୍ତବରେ ଏହି ଅଣଓଡ଼ିଆ ଅଫିସର ଜଣକ ରାଜ୍ୟର ପ୍ରକୃତ ମୁଖ୍ୟମନ୍ତ୍ରୀ ହୋଇଯିବେ।
Entertainment
ଜାନୁଆରୀ ୨ରୁ ତରଙ୍ଗ ପ୍ଲସ୍ରେ ନୂଆ ୱେବ୍ ସିରିଜ୍ ‘ଚିଟ୍ ଫଣ୍ଡ’ର ଷ୍ଟ୍ରିମିଂ
ୱେବ୍ ସିରିଜ୍ ’ଚିଟ୍ ଫଣ୍ଡ’ର କାହାଣୀ ରଞ୍ଜନ ଶତପଥୀ ଲେଖିଥିବା ବେଳେ ନିର୍ଦ୍ଦେଶକ ମୟଙ୍କ ଶତପଥୀ ଚିତ୍ରନାଟ୍ୟ ଦାୟିତ୍ୱ ମଧ୍ୟ ସମ୍ଭାଳିଛନ୍ତି।
Events & Festivals
ନୂଆ ବର୍ଷରୁ ଶ୍ରୀମନ୍ଦିରରେ ଧାଡ଼ି ଦର୍ଶନ, ଖୁବ୍ ଶୀଘ୍ର ହେବ ପରୀକ୍ଷାମୂଳକ ବ୍ୟବସ୍ଥା
ବର୍ଷ ଆରମ୍ଭରୁ ଶ୍ରୀମନ୍ଦିରରେ ଆରମ୍ଭ ହେବ ଧାଡ଼ି ଦର୍ଶନ ପ୍ରକ୍ରିୟା। ଏହା ପୂର୍ବରୁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଆସନ୍ତା ୨୮ କିମ୍ବା ୨୯ ତାରିଖରେ ପରୀକ୍ଷାମୂଳକ ବ୍ୟବସ୍ଥା କରାଯିବ ।
Crime
ବିଲରେ ଧାନ ଗଜା ଦେଖି ସହି ପାରୁନି ଚାଷୀ; ଜଣେ ଝୁଲି ପଡ଼ିଲେ, ଜଣେ ଟଳିପଡ଼ିଲେ
ଦୁଇ ଦିନ ହେଲା ବର୍ଷା ଯୋଗୁ ବିଲରେ ପାଚିଲା ଧାନ ଗଜା ହେଲାଣି। ଓଦା ଧାନକୁ ଦେଖି ଚାଷୀର ଆଖି ବି ଓଦା ହୋଇ ଯାଉଛି।