ଭୁବନେଶ୍ୱର: ସୁରବାବା ଓରଫ୍ ସୁରେନ୍ଦ୍ର ମିଶ୍ରଙ୍କ ଝିଇଁଣ୍ଟି ସ୍ଥିତ ତ୍ରାହି ଅଚ୍ୟୁତ ଆଶ୍ରମକୁ ଭଙ୍ଗା ଯିବ। ଆଜି ବାଲିଅନ୍ତା ତହସିଲଦାର ଏହି ସୂଚନା ଦେଇଛନ୍ତି।
ସେ କହିଛନ୍ତି, ଆଶ୍ରମ ଦ୍ୱାରା ଦଖଲ କରାଯାଇଥିବା ସରକାରୀ ଜମିରୁ ଜବର ଦଖଲ ଉଚ୍ଛେଦ କରାଯିବ। ତା’ସହିତ ଏହି ଜବରଦଖଲ ଜମିରେ ହୋଇଥିବା ସମସ୍ତ ନିର୍ମାଣ କାମ ମଧ୍ୟ ଭଙ୍ଗା ଯିବ। ୫୦୦ ଡିସିମିଲ୍ ସରକାରୀ ଜାଗାକୁ ତ୍ରାହି ଅଚ୍ୟୁତ ଆଶ୍ରମ ମାଡ଼ି ବସିଛି। ଏହି ପୂରା ଇଲାକାରୁ ଜବରଦଖଲ ଉଚ୍ଛେଦ କରାଯାଇ ଏହାକୁ ସରକାରୀ ଖାତା ନିଆଯିବ।
ଅନ୍ୟପକ୍ଷରେ ଆଜି କ୍ରାଇମବ୍ରାଞ୍ଚ୍ ରିମାଣ୍ଡ ସରିବା ପରେ ସୁରବାବା ଓ ତାଙ୍କ ସାନ ପୁଅଙ୍କୁ ଭୁବନେଶ୍ୱରସ୍ଥିତ ଝାରପଡ଼ା ଜେଲକୁ ପଠାଇ ଦିଆଯାଇଛି। ତେବେ ତାଙ୍କ ବଡ଼ ପୁଅ ତ୍ରିଲୋଚନ ମିଶ୍ରଙ୍କୁ ପୁଣି ତିନି ଦିନିଆ ରିମାଣ୍ଡରେ ନେଇଛି କ୍ରାଇମବ୍ରାଞ୍ଚ୍।
ଏହା ସହିତ ମୁମ୍ବାଇ ସମେତ ସୁର ବାବାଙ୍କ ଝିଇଁଟି ସ୍ଥିତ ଆଶ୍ରମରେ କ୍ରାଇମବ୍ରାଞ୍ଚର ତଦନ୍ତ ଜାରି ରହିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ତଳକୁ ଝୁଲି ରହିଥିଲା ୧୧ କେଭି ବିଦ୍ୟୁତ୍ ତାର, ଉଠାଇବା ବେଳେ ୨ ଗୁରୁତର
ବିଲ ଦେଇ ଯାଇଥିବା ୧୧କେଭି ବିଦ୍ୟୁତ୍ ତାର ତଳକୁ ଝୁଲି ରହିଥିଲା । କୌଣସି ଅଘଟଣ ଆଶଙ୍କାରେ ତାହାକୁ ଉପରକୁ ଉଠାଇଥିଲେ ଧାନ କଟା ମେସିନ୍ର ଡ୍ରାଇଭର ଓ ହେଲପର ।
Crime
ବାଇକ୍ରେ ଆସିଲେ, ସୁନା ଚେନ୍ ଝାମ୍ପି ନେଲେ
ବାଇକ୍ରେ ଆସିଲେ। ଆଖି ପିଛୁଳାକେ ସ୍ପଷ୍ଟ ଦିବାଲୋକରେ ଥାନା ସମ୍ମୁଖରୁ ମହିଳାଙ୍କ ବେକରୁ ସୁନା ଚେନ୍ ଝାମ୍ପି ନେଲେ ।
Crime
ମଦ୍ୟପ ପୁଅର ନିର୍ଯାତନା ଅତିଷ୍ଠ କଲା, ଛୁରୀ ଭୁଷିଦେଲା ବାପା
ମଦ୍ୟପ ପୁଅର ନିର୍ଯାତନା ଅତିଷ୍ଠ କଲା। ଯେଉଁ ପୁଅ ବାପାର ସାହାରା ପାଲଟିବା କଥା, ସେ ମୁଣ୍ଡ ବିନ୍ଧାର କାରଣ ପାଲଟିଲା। ମଦ ନିଶାରେ ଚୁର ପୁଅର ସବୁବେଳେ କଲବଲ କରିବାରୁ ତାକୁ ରାସ୍ତାରୁ ସଫା କରିଦେଲା ବାପା।
Crime
ସ୍ୱାମୀ ପାଲଟିଗଲା ସଇତାନ, ସ୍ତ୍ରୀର ବେକ କାଟିଦେଲା
ଘରୋଇ କଳହରୁ ଘଟିଲା ବୀଭତ୍ସ ହତ୍ୟାକାଣ୍ଡ। ସ୍ୱାମୀ ପାଲଟିଗଲା ସଇତାନ । ସାତ ଜନ୍ମ ପାଇଁ ଯାହା ହାତ ଧରିଥିଲା ତା’ ବେକ କାଟି ଦେଲା।
Accident
ବ୍ରିଜ ତଳକୁ ଖସିଲା ସ୍କୁଟି, ଆଖି ବୁଜିଲେ ଚାଳକ
ଭବାନୀ ଷଡ଼ଙ୍ଗୀ କୌଣସି କାମ ପାଇଁ ତୁରେକେଲା ପଟେ ଆସୁଥିଲେ। ମାତ୍ର ପଣ୍ଡେନ ବ୍ରିଜ ନିକଟରେ ତାଙ୍କ ସ୍କୁଟି ଭାରସାମ୍ୟ ହରାଇ ବ୍ରିଜ ତଳକୁ ଖସି ପଡ଼ିଥିଲା।