ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଆଜି ହଠାତ୍ ଅସୁସ୍ଥ ହୋଇ ପଡ଼ିଛନ୍ତି। ଛାତିରେ ଯନ୍ତ୍ରଣା ହେବାରୁ ତାଙ୍କୁ ଭୁବନେଶ୍ୱର ଏମ୍ସରେ ଭର୍ତ୍ତି କରାଯାଇଛି। ତାଙ୍କ ଅବସ୍ଥା ସ୍ଥିର ରହିଛି। ଏମ୍ସର ଏକ ସ୍ୱତନ୍ତ୍ର ଡାକ୍ତରୀ ଦଳ ତାଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରିଛନ୍ତି। ଏହି ଟିମ୍ ତାଙ୍କ ସ୍ବାସ୍ଥ୍ୟାବସ୍ଥା ଉପରେ ନଜର ରଖିଛନ୍ତି।
Advertisment
ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ତାଙ୍କୁ ଡାକ୍ତରଖାନାରେ ଭେଟିଛନ୍ତି ଏବଂ ତାଙ୍କ ସ୍ବାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିଥିଲେ।
ଶ୍ରୀ ପୂଜାରୀ ବରଗଡ଼ ସାଂସଦ ଥିବା ବେଳେ ୨୦୨୩ ଅଗଷ୍ଟ ମାସରେ ସେ ଛାତିରେ ଯନ୍ତ୍ରଣା ଅନୁଭବ କରିଥିଲେ। ତାଙ୍କୁ ଦିଲ୍ଲୀ ଏମ୍ସରେ ଭର୍ତ୍ତି କରାଯାଇଥିଲା। ଯାଞ୍ଚ ପରେ ତାଙ୍କର ଅପରେସନ ହୋଇଥିଲା ଓ ୪ଟି ଷ୍ଟେଣ୍ଟ ଲାଗିଥିଲା।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
