ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଭୁବନେଶ୍ୱରରେ ଆଜି ଘଟିଛି ଏକ ସିରିଜ୍ ଦୁର୍ଘଟଣା। ଏକ ଇନୋଭା ଗାଡ଼ି ଧକ୍କାରେ ୩ଟି କାର୍ ଭାଙ୍ଗି ଚୂନା ହୋଇଯାଇଛି। ଫାୟାର ଷ୍ଟେସନ ଓଭର ବ୍ରିଜ୍ ଉପରେ ଏହି ଦୁର୍ଘଟଣା ଘଟିଛି। ଏହି ଘଟଣାରେ ପୁଲିସ ଦୁଇ ଜଣଙ୍କୁ ଅଟକ ରଖିଛି।
ମିଳିଥିବା ସୂଚନା ମୁତାବକ, ଇନୋଭା ଗାଡ଼ିଟି ପ୍ରଥମେ ବାଣୀ ବିହାର ଛକରେ ଗୋଟିଏ ବାଇକକୁ ଧକ୍କା ଦେଇଥିଲା। ପରେ ପୁଲିସ ଇଣ୍ଟରସେପ୍ଟର ଦୁର୍ଘଟଣା ଘଟାଇଥିବା କାରଟିକୁ ଅଟକାଇବାକୁ ଚେଷ୍ଟା କରିଥିଲା। ମାତ୍ର ତାହା ଖସି ପଳାଇବାକୁ ଉଦ୍ୟମ କରିଥିଲା ଓ ଫାୟାର ଷ୍ଟେସନ ଓଭର ବ୍ରିଜ୍ ଉପରେ ତିନୋଟି କାରକୁ ଧକ୍କା ଦେଇଥିଲା।
ହୁଣ୍ଡାଇ ଇଅନ, ସୁଜିକି ସୁଇପ୍ଟ ଏବଂ ଆଉ ଏକ କାରକୁ ଧକ୍କା ଦେଇଥିଲା ଇନୋଭା ଗାଡ଼ି। କାରରେ ଥିବା ୨ଜଣ ବ୍ୟକ୍ତି ନିଶାଶକ୍ତ ଅବସ୍ଥାରେ ଥିଲେ ବୋଲି ସୂଚନା ମିଳିଛି। ତେବେ ଏହି ଦୁର୍ଘଟଣାରେ କେହି ହତାହତ ହୋଇ ନଥିବା କୁହାଯାଇଛି।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଅଭିନେତ୍ରୀଙ୍କୁ ଠକେଇ ମାମଲାରେ ଯାତ୍ରା ପାର୍ଟି ମାଲିକ ଗିରଫ
ଯାତ୍ରା ପାର୍ଟି ମାଲିକ ଅମରେଶ ଯେ ତାଙ୍କୁ ଠକୁଛନ୍ତି ତାହା ବୁଝିଲା ବେଳକୁ ବହୁ ବିଳମ୍ବ ହୋଇଯାଇଥିଲା।
Business
ପ୍ରାକ୍ ବଜେଟ୍ ପ୍ରସ୍ତୁତି ବୈଠକରେ ୯ଟି ଦାବି ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ଗୋପାଳପୁରରେ ସ୍ୱତନ୍ତ୍ର ଅର୍ଥନୈତିକ କରିଡର ଏବଂ ଝାରସୁଗୁଡ଼ାରେ ଇଣ୍ଡଷ୍ଟ୍ରିଆଲ ଟାଉନଶିପ୍ ପାଇଁ ଦାବି କରିଛନ୍ତି ମୁଖ୍ୟମନ୍ତ୍ରୀ।
Miscellaneous
ଗଞ୍ଜାମରେ ଜାନୁଆରୀ ୩ରୁ ମଣ୍ଡିରେ ଧାନ ସଂଗ୍ରହ
ଗଞ୍ଜାମ ଜିଲ୍ଲାରେ ଡିସେମ୍ବର ୨୩ ତାରିଖରୁ ମଣ୍ଡିରେ ଧାନ ସଂଗ୍ରହ କରିବା ପାଇଁ ପୂର୍ବରୁ ନିଷ୍ପତ୍ତି ହୋଇଥିଲା।
Crime
ଅଙ୍ଗାରଖ ଗାଁରେ ସଶସ୍ତ୍ର ଡକାୟତି ଘଟଣାରେ ୭ ଗିରଫ
ଗୋଟିଏ ଦେଶୀ ବନ୍ଧୁକ ଓ ନଗଦ ୪୬ ହଜାର ଟଙ୍କା ସହିତ ସେମାନଙ୍କଠାରୁ ଅନ୍ୟାନ୍ୟ ଜିନିଷ ଜବତ କରାଯାଇଛି।