ସ୍ୱାଧୀନତା ସଂଗ୍ରାମୀଙ୍କ ସମସ୍ୟା ପ୍ରତି ରାଜ୍ୟ ସରକାର ଅବଗତ ଅଛନ୍ତି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ସ୍ୱାଧୀନତା ସଂଗ୍ରାମୀଙ୍କ ସମସ୍ୟା ପ୍ରତି ରାଜ୍ୟ ସରକାର ଅବଗତ ଅଛନ୍ତି। ଏଦିଗରେ ପଦକ୍ଷେପ ନିଆଯାଉଛି। ଭୁବନେଶ୍ୱରରେ ସ୍ୱାଧୀନତା ସଂଗ୍ରାମୀ ଦିବସ ମହୋତ୍ସବରେ ଯୋଗ ଦେଇ ଏହା କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପୂର୍ବତନ ମୁଖ୍ୟମନ୍ତ୍ରୀ ହରେକୃଷ୍ଣ ମହତାବଙ୍କ ଶ୍ରାଦ୍ଧ ଦିବସ ଅବସରରେ ଭୁବନେଶ୍ୱରରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଆସାମ, ହରିୟାଣା, କର୍ଣ୍ଣାଟକ, ଗୁଜରାଟ ଆଦି ରାଜ୍ୟରୁ ସ୍ୱାଧୀନତା ସଂଗ୍ରାମୀମାନେ ଯୋଗଦେଇଥିଲେ। ମହୋତ୍ସବରେ ଯୋଗ ଦେଇଥିବା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏହି ଅବସରରେ ବିଜୁ ବାବୁଙ୍କୁ ଭାରତ […]

swadinata

Rakesh Mallick
  • Published: Saturday, 02 January 2016
  • , Updated: 02 January 2016, 02:37 PM IST

ଭୁବନେଶ୍ୱର: ସ୍ୱାଧୀନତା ସଂଗ୍ରାମୀଙ୍କ ସମସ୍ୟା ପ୍ରତି ରାଜ୍ୟ ସରକାର ଅବଗତ ଅଛନ୍ତି। ଏଦିଗରେ ପଦକ୍ଷେପ ନିଆଯାଉଛି। ଭୁବନେଶ୍ୱରରେ ସ୍ୱାଧୀନତା ସଂଗ୍ରାମୀ ଦିବସ ମହୋତ୍ସବରେ ଯୋଗ ଦେଇ ଏହା କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପୂର୍ବତନ ମୁଖ୍ୟମନ୍ତ୍ରୀ ହରେକୃଷ୍ଣ ମହତାବଙ୍କ ଶ୍ରାଦ୍ଧ ଦିବସ ଅବସରରେ ଭୁବନେଶ୍ୱରରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଆସାମ, ହରିୟାଣା, କର୍ଣ୍ଣାଟକ, ଗୁଜରାଟ ଆଦି ରାଜ୍ୟରୁ ସ୍ୱାଧୀନତା ସଂଗ୍ରାମୀମାନେ ଯୋଗଦେଇଥିଲେ। ମହୋତ୍ସବରେ ଯୋଗ ଦେଇଥିବା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏହି ଅବସରରେ ବିଜୁ ବାବୁଙ୍କୁ ଭାରତ ରତ୍ନ ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀଙ୍କୁ ଅବଗତ କରାଇବେ ବୋଲି କହିଥିଲେ।

Related story