ଭୁବନେଶ୍ୱର:(ଓଡ଼ିଶା ରିପୋର୍ଟର):ପୁରୀ ଗଣ ଦୁଷ୍କର୍ମ ମାମଲାରେ ତାତି ଉଠିଛନ୍ତି ବିରୋଧୀ। ଛାତ୍ର କଂଗ୍ରେସ ପକ୍ଷରୁ ଘଟଣାର ଦୃଢ ପ୍ରତିବାଦ କରାଯାଇଛି। ଆଜି ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ଭୁବନେଶ୍ୱର ସରକାରୀ ବାସଭବନ ଉପରକୁ ଟମାଟୋ ମାଡ଼ କରିଛି ଛାତ୍ର କଂଗ୍ରେସ। ଏହି ଘଟଣାରେ ମନ୍ତ୍ରୀଙ୍କ ଇସ୍ତଫା ଦାବି କରି ଛାତ୍ର କଂଗ୍ରେସର ସଦସ୍ୟ ଏହି ଟମାଟୋ ମାଡ଼ କରିଛନ୍ତି ।
ଏମିତିକି ଇସ୍ତଫା ନଦେଲେ ଆଗକୁ ମୁଖ୍ୟମନ୍ତ୍ରୀଙ୍କ ଉପରକୁ ଅଣ୍ଡା ମାଡ଼ କରିବା ବୋଲି ଚେତାବନୀ ଦେଇଛି ଛାତ୍ର କଂଗ୍ରେସ। ପୁଲିସ ପହଞ୍ଚି ଛାତ୍ର କଂଗ୍ରେସର ପ୍ରାୟ ୧୫ରୁ ୨୦ ଜଣ ସଦସ୍ୟଙ୍କୁ ଅଟକ ରଖିଛି । ତେବେ ଏ ସମ୍ପର୍କରେ ଗୃହ ରାଷ୍ଟ୍ରମନ୍ତ୍ରୀଙ୍କ ପ୍ରତିକ୍ରିୟା ମିଳିପାରିନାହିଁ ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ଅହେତୁକ ଦରଦାମ ବୃଦ୍ଧି ପ୍ରତିବାଦରେ ବିଜେଡିର ବିକ୍ଷୋଭ, କଟାକ୍ଷ କଲା ବିଜେପି
ନିର୍ବାଚନ ବିପର୍ଯ୍ୟୟ ପରେ ବିଜେଡିର ଏହା ପ୍ରଥମ ସମାବେଶ। ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ସମେତ ଯୋଗଦେଲେ ସମସ୍ତ ବିଧାୟକ, ସାଂସଦ ଓ ବରିଷ୍ଠ ନେତା। ନାଟକ କରୁଛନ୍ତି କହିଲା ବିଜେପି।
Crime
୨ ବିଜେପି କର୍ମୀଙ୍କ ମୃତ୍ୟୁ ଘଟଣା; ଦୁର୍ଘଟଣା ନୁହେଁ ତାହା ସୁଚିନ୍ତିତ ହତ୍ୟାକାଣ୍ଡ- ଏସ୍ପି
ଆଜି ସନ୍ଧ୍ୟା ସୁଦ୍ଧା଼ ପୂରା ଘଟଣା ଉପରୁ ପରଦା ହଟିବ ଓ ଏହି ହତ୍ୟାକାଣ୍ଡ ପଛରେ କେଉଁମାନେ ଅଛନ୍ତି ତଥା ସେମାନଙ୍କ ଉଦ୍ଦେଶ୍ୟ କ’ଣ ତାହା ସର୍ବସମ୍ମୁଖକୁ ଆସିବ ବୋଲି କହିଛନ୍ତି ଏସ୍ପି।
Accident
ଗଛରେ ପିଟିହେଲା ବାଇକ୍, ଆଖି ବୁଜିଲେ ପିଜି ଛାତ୍ର
ୟୁନିଭରସିଟି ପରିସରରେ ଗଛରେ ପିଟିହେଲା ବାଇକ୍। ବାଇକ୍ରୁ ଛିଟିକି ପଡ଼ିଗଲେ ଛାତ୍ର। ଆଉ ଘଟଣାସ୍ଥଳରେ ଚାଲିଗଲା ଜୀବନ।
Crime
ଉଜୁଡ଼ିଗଲା ଫସଲ; ହୃଦଘାତରେ ଟଳି ପଡ଼ିଲେ ଚାଷୀ
ଦାଉ ସାଧିଲା ଅଦିନିଆ ବର୍ଷା । ଉଜୁଡ଼ିଗଲା ଫସଲ। ବର୍ଷ ଯାକର ପରିଶ୍ରମ ପାଣିରେ ପଡ଼ିଲା। ଏହା ଦେଖି ସହ୍ୟ କରିବା କଷ୍ଟକର ହେଲା ଆଉ ଶେଷରେ ହୃଦଘାତରେ ଟଳି ପଡ଼ିଲେ ଚାଷୀ।
Education
ଧନୁଯାତ୍ରା ପାଇଁ ବରଗଡ଼ରେ ବଦଳିଲା ସ୍କୁଲ, କଲେଜ ସମୟ
ସମ୍ଭାବ୍ୟ ଭିଡ ଏବଂ ଟ୍ରାଫିକ୍ ସମସ୍ୟାକୁ ଦୃଷ୍ଟିରେ ରଖି ବରଗଡ ଜିଲା ଶିକ୍ଷା ବିଭାଗ ଆସନ୍ତା ୬ତାରିଖରୁ ୧୩ ତାରିଖ ପର୍ଯ୍ୟନ୍ତ ମଥୁରାନଗରୀରେ ରହିଥିବା ସମସ୍ତ ଶିକ୍ଷାନୁଷ୍ଠାନଗୁଡ଼ିକରେ ପାଠପଢା ସମୟକୁ ପରିବର୍ତ୍ତନ କରିଛି।