ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଭୁବନେଶ୍ୱର ଟଙ୍କପାଣି ରୋଡ୍ରେ ଥିବା ତରୁ ଆପାର୍ଟମେଣ୍ଟ ସିଲ୍ କଲା ଭୁବନେଶ୍ୱର ମହାନଗର ନିଗମ(ବିଏମ୍ସି)। ଆପାର୍ଟମେଣ୍ଟରୁ ଏକାଧିକ କରୋନା ଆକ୍ରାନ୍ତ ଚିହ୍ନଟ ହେବାରୁ ସିଲ୍ କରାଯାଇଛି। ଆଜିଠାରୁ ୧୬ ତାରିଖ ପର୍ଯ୍ୟନ୍ତ ୧୦ ଦିନ ପାଇଁ ସିଲ୍ ହେଲା ଆପାର୍ଟମେଣ୍ଟ। ଏଠାରୁ ବାହାରକୁ ଓ ବାହାରୁ ଭିତରକୁ ପ୍ରବେଶ ମନା ନକରିବାକୁ କୁହାଯାଇଛି। କେବଳ ସ୍ୱୀକୃତିପ୍ରାପ୍ତ BMC ଅଧିକାରୀଙ୍କୁ ପ୍ରବେଶ ଅନୁମତି ଦିଆଯିବ।
କରୋନା ଆକ୍ରାନ୍ତ ବାହାରିବାରୁ ପୂର୍ବରୁ ଏସ୍ବିଆଇ ମୁଖ୍ୟ ଶାଖା, ଭିସାଲ୍ ମେଗାମାର୍ଟକୁ ସିଲ୍ କରାଯାଇଥିଲା। ଗତକାଲି ନୟାପଲ୍ଲୀସ୍ଥିତ ରାଜ୍ୟ ଯୋଗାଣ ନିଗମ ଅଫିସକୁ ସିଲ୍ କରାଯାଇଛି। ଅଫିସରୁ ୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହେବାପରେ ସିଲ୍ କରିଦିଆଯାଇଛି। ଏହାଛଡ଼ା ନିଗମର ସମସ୍ତ କର୍ମଚାରୀଙ୍କର କୋଭିଡ୍ ପରୀକ୍ଷା ପାଇଁ ନିର୍ଦ୍ଦେଶ ଦିଆଯାଇଛି।
ସେହିପରି ଅଫିସ ପରିସରକୁ ସାନିଟାଇଜ କରିବା ପାଇଁ କର୍ତ୍ତୃପକ୍ଷଙ୍କୁ ପରାମର୍ଶ ଦିଆଯାଇଛି। ସୋମବାର ଉପସ୍ଥିତ ଥିବା ସମସ୍ତ କର୍ମଚାରୀଙ୍କ କୋଭିଡ୍ ପରୀକ୍ଷା ହୋଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।