ଭୁବନେଶ୍ୱର: ରାଜ୍ୟରେ ୩୦ଟି ଆଦର୍ଶ ବିଦ୍ୟାଳୟ ନିର୍ମାଣ କରିବ ଟାଟା କମ୍ପାନୀ। ଏ ନେଇ ଆଜି ସ୍କୁଲ ଓ ଗଣଶିକ୍ଷା ବିଭାଗ ଏବଂ ଟାଟା କମ୍ପାନୀ ମଧ୍ୟରେ ଏମ୍ଓୟୁ ସ୍ୱାକ୍ଷର ହୋଇଛି। ୪ କୋଟି ଟଙ୍କା ବ୍ୟୟରେ ପ୍ରତି ସ୍କୁଲ ନିର୍ମାଣ ହେବାକୁ ଥିବାବେଳେ ଆନୁସଙ୍ଗିକ ଆସବାବପତ୍ର ବାବଦରେ ୩୩ ଲକ୍ଷ ଟଙ୍କା ଲେଖାଏଁ ଦେବ ଟାଟା।
ଶିକ୍ଷା କ୍ଷେତ୍ରରେ ଉନ୍ନତି ଆଣିବା ପାଇଁ ରାଜ୍ୟ ସରକାର ଅନଗ୍ରସର ବ୍ଲକ ଗୁଡ଼ିକରେ ୧୬୨ଟି ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସ୍ଥାପନ କରିବେ। ସେଥିମଧ୍ୟରୁ ୫୫ଟି ବିଦ୍ୟାଳୟ ବିଭିନ୍ନ କର୍ପୋରେଟ୍ ସଂସ୍ଥା ନିର୍ମାଣ କରିବେ।
ଆଜି ଏମ୍ଓୟୁ ସ୍ୱାକ୍ଷର ସମୟରେ ଗଣଶିକ୍ଷା ମନ୍ତ୍ରୀ ଦେବୀ ପ୍ରସାଦ ମିଶ୍ର ଓ ବିଭାଗୀୟ ସଚିବ ରଞ୍ଜନା ଚୋପ୍ରା ଉପସ୍ଥିତ ଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Business
୨୦୨୫ରେ ଭାରତର GDP ଅଭିବୃଦ୍ଧି ୪ ବର୍ଷରେ ସର୍ବନିମ୍ନସ୍ତରରେ ପହଞ୍ଚିବ!
ପୂର୍ବ ଆର୍ଥିକ ବର୍ଷ ୨୦୨୩-୨୪ରେ ଭାରତର ଜିଡିପି ୮.୨ ପ୍ରତିଶତ ଥିଲା। ଯାହା ୨୦୨୫ ମାର୍ଚ୍ଚରେ ଶେଷ ହେବାକୁ ଯାଉଥିବା ଆର୍ଥିକ ବର୍ଷରେ ୬.୪ ପ୍ରତିଶତକୁ ଖସିବ ବୋଲି ଆକଳନ କରିଛି ଜାତୀୟ ପରିସଂଖ୍ୟାନ କାର୍ଯ୍ୟାଳୟ।
Business
ସୁନା ଭଳି ରୁପାରେ ମଧ୍ୟ ହଲମାର୍କିଂ!
ଗ୍ରାହକଙ୍କ ସ୍ୱାର୍ଥ ରକ୍ଷା ଲାଗି ବର୍ତ୍ତମାନ କେବଳ ସୁନା ଓ ସେଥିରେ ତିଆରି ଜିନିଷର ହଲମାର୍କିଂ ବାଧ୍ୟତାମୂଳକ କରାଯାଇଛି।
Business
ରାଜ୍ୟ ବଜେଟ୍ ପ୍ରସ୍ତୁତି ପାଇଁ ସମସ୍ତଙ୍କ ମତାମତ ଲୋଡ଼ିଲା ଅର୍ଥ ବିଭାଗ
୨୦୨୫-୨୬ ଆର୍ଥିକ ବର୍ଷ ବଜେଟ୍ ପ୍ରସ୍ତୁତ ପାଇଁ ଅର୍ଥ ବିଭାଗ ଏକ ନିର୍ଦ୍ଦିଷ୍ଟ ଢାଂଚାରେ ଜନସାଧାରଣଙ୍କଠୁ ପରାମର୍ଶ ଆହ୍ୱାନ କରିଛନ୍ତି । ଯାହାକି ବଜେଟ୍ ଓଡ଼ିଶା ୱେବପୋର୍ଟାଲରେ ଉପଲବ୍ଧ ।
Business
ସୁଜୁକି ମୋଟର କର୍ପୋରେସନର ପୂର୍ବତନ ଅଧ୍ୟକ୍ଷ ଓସାମୁ ସୁଜୁକିଙ୍କ ପରଲୋକ
ଓସାମୁ ସୁଜୁକିଙ୍କ ପରଲୋକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଃଖ ପ୍ରକାଶ କରିଛନ୍ତି।
Business
୧୦.୫୦ ଲକ୍ଷ ଯାଏ ଆୟ କରୁଥିଲେ ଦେବାକୁ ପଡ଼ିପାରେ କମ ଟିକସ!
ଆସନ୍ତାବର୍ଷ ଫେବୃଆରୀ ୧ରେ କେନ୍ଦ୍ର ସରକାର ପୂର୍ଣ୍ଣାଙ୍ଗ ବଜେଟ ସଂସଦରେ ଉପସ୍ଥାପନ କରିବେ। ଏହି ସମୟରେ ନୂଆ ଟିକସ ବ୍ୟବସ୍ଥା ଆସିବାର ଯଥେଷ୍ଟ ସମ୍ଭାବନା ରହିଛି।