ସମ୍ବଲପୁର(ଓଡ଼ିଶା ରିପୋର୍ଟର): ସମ୍ବଲପୁର ଜିଲ୍ଲାରେ ଜଣେ ଶିକ୍ଷକଙ୍କୁ ମାରଣାସ୍ତ୍ରରେ ହାଣି ହତ୍ୟା କରାଯାଇଛି। ଆକ୍ରମଣର କାରଣ ଅସ୍ପଷ୍ଟ ରହିଥିବା ବେଳେ ଆକ୍ରମଣକାରୀ କିଏ ଜଣାପଡ଼ିନାହିଁ। ପୁଲିସ୍ ଘଟଣାର ତଦନ୍ତ ଆରମ୍ଭ କରିଛି।
ସୂଚନାଯୋଗ୍ୟ, କୁଚିଣ୍ଡା ଥାନା ହାଡ଼ିପାଲି ଗାଁ ପୋଖରୀକୁ ଗାଧୋଇବା ପାଇଁ ଶିକ୍ଷକଜଣକ ଯାଇଥିଲେ। ସେଠାରେ ଅତର୍କିତ ଭାବେ ତାଙ୍କୁ କେହି ଦୁର୍ବୃତ୍ତ ଆକ୍ରମଣ କରିଥିଲେ। ଗାଁ ପୋଖରୀ ନିକଟରୁ ରକ୍ତାକ୍ତ ଅବସ୍ଥାରେ ତାଙ୍କୁ ମେଡିକାଲ ନିଆଯାଇଥିଲା। ପ୍ରାଥମିକ ଚିକିତ୍ସା ପରେ ବୁର୍ଲା ସ୍ଥାନାନ୍ତର ବେଳେ ଶିକ୍ଷକଙ୍କ ମୃତ୍ୟୁ ହୋଇଥିବା ଜଣାଯାଇଛି। ଆକ୍ରମଣକାରୀ ଶିକ୍ଷକଙ୍କ ବାଇକ୍ ମଧ୍ୟ ନେଇଯାଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।