ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କରୋନା ମହାମାରୀ ଯୋଗୁ ସ୍କୁଲ, କଲେଜ ଖୋଲିବା ନେଇ ନିଶ୍ଚିତତା ନ ଥିବା ବେଳେ ଛାତ୍ରଛାତ୍ରୀଙ୍କ ପାଠପଢ଼ା ବାଧାପ୍ରାପ୍ତ ହେଉଛି। ତେଣୁ ସେମାନଙ୍କ ପାଠପଢ଼ାକୁ ଟ୍ରାକ୍ ଉପରକୁ ଆଣିବାକୁ ପ୍ରସ୍ତୁତି ଆରମ୍ଭ କରିଦେଇଛି ସ୍କୁଲ ଓ ଗଣଶିକ୍ଷା ବିଭାଗ।
ଯୁକ୍ତ ଦୁଇ ଦ୍ୱିତୀୟ ବର୍ଷ ଛାତ୍ରଛାତ୍ରୀଙ୍କ ପାଠପଢ଼ା ଯେପରି ବ୍ୟାଘାତ ନ ହୁଏ ସେଥି ନିମନ୍ତେ ଭିଡିଓ ରେକର୍ଡିଂ ମାଧ୍ୟମରେ ସେମାନଙ୍କୁ ଶିକ୍ଷାଦାନର ବ୍ୟବସ୍ଥା କରାଯାଉଛି। ଫିଜିକ୍ସ, କେମେଷ୍ଟ୍ରି, ବାୟୋଲଜି ଓ ଗଣିତର ଭିଡିଓ ରେକର୍ଡିଂ ହେବ। ବାଣିଜ୍ୟ ବିଭାଗର ଆକାଉଣ୍ଟାନ୍ସି ଓ ବିଜନେସ୍ ମ୍ୟାଥମେଟିକ୍ସର ମଧ୍ୟ ଭିଡିଓ ହେବ। ଶିକ୍ଷକଙ୍କ ଦ୍ୱାରା ଏସବୁ ବିଷୟର ଭିଡିଓ ରେକର୍ଡିଂ ହେବ। ଭିଡିଓ ରେକର୍ଡିଂ ପରେ ବିଭିନ୍ନ ପୋର୍ଟାଲରେ ଅପଲୋଡ୍ କରାଯିବ।
ପ୍ରଥମ ପର୍ଯ୍ୟାୟରେ କଟକ, ଭୁବନେଶ୍ୱର ଶିକ୍ଷକଙ୍କୁ ନେଇ ଭିଡିଓ ସୁଟିଂ ହେବ। ଭିଡିଓ ସୁଟିଂ ପୂର୍ବରୁ ଅଧ୍ୟାପକଙ୍କୁ କାଲିଠୁ ଦୁଇଦିନିଆ ତାଲିମ୍ ଦିଆଯିବ। ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟର ନିର୍ଦ୍ଦେଶକ ବୃନ୍ଦାବନ ବେହେରା ଏନେଇ ସୂଚନା ଦେଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଜବରଦଖଲ ଉଚ୍ଛେଦକୁ ବିରୋଧ, ପ୍ରଶାସନ ଲାଗୁ କଲା କର୍ଫ୍ୟୁ
ବାଲେଶ୍ୱରର ଯାଦପୁର, ଅକ୍ତିଆରପୁର ଓ ଭାସ୍କରଗଞ୍ଜ ମୌଜାରେ ଜବରଦଖଲ ଉଚ୍ଛେଦ ପାଇଁ ପ୍ରଶାସନ କଠୋର ପଦକ୍ଷେପ ନେଇଛି । ସେହି ସ୍ଥାନରେ ତୃତୀୟ ଲାଇନ କାମରେ ବାଧକ ସାଜିଛନ୍ତି ଜବରଦଖଲକାରୀ ।
Crime
ରାତି ଅଧରେ ଫୁଟିଲା ବୋମା, ଦୁର୍ବୃତ୍ତ ଫେରାର
ଗତ ରାତିରେ ଫୁଟିଛି ବୋମା । ଜଣେ ବାଉଁଶ ବ୍ୟବସାୟୀଙ୍କ ଘର ଉପରକୁ ହୋଇଛି ବୋମା ମାଡ଼ ।
Events & Festivals
ଆଜିଠୁ ସର୍ବସାଧାରଣଙ୍କ ପାଇଁ ଖୋଲିବ ପ୍ରବାସୀ ଭାରତୀୟ ପ୍ରଦର୍ଶନୀ
ଆଜିଠୁ ସର୍ବସାଧାରଣଙ୍କ ପାଇଁ ଖୋଲିବ ପ୍ରବାସୀ ଭାରତୀୟ ପ୍ରଦର୍ଶନୀ। ଆଜି ସକାଳ ୧୦ଟାରୁ ପ୍ରଦର୍ଶନୀ ଖୋଲା ରହିବ।
Miscellaneous
ଖୁବଶୀଘ୍ର ପ୍ରବାସୀ ଓଡ଼ିଆ ନୀତି, ଦାୟିତ୍ୱରେ ରହିବେ ମନ୍ତ୍ରୀ
ପ୍ରବାସୀ ଭାରତୀୟ ଦିବସ ସମାରୋହର ଉଦଯାପନୀ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସ୍ୱତନ୍ତ୍ର ଭାବେ ପ୍ରବାସୀ ଓଡ଼ିଆଙ୍କୁ ଭେଟି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଥିଲେ ।
Miscellaneous
ବିଏମସି ନିଷ୍ପତ୍ତି: ମୃତ ସହଦେବଙ୍କ ପତ୍ନୀଙ୍କୁ ୫ଲକ୍ଷ ଟଙ୍କା ଓ ସୁପରଭାଇଜର ଚାକିରି
ବିଏମସି ମେୟର ସୁଲୋଚନା ଦାସଙ୍କ ଅଧ୍ୟକ୍ଷତାରେ ତଥା ପରିମଳ ଷ୍ଟାଣ୍ଡିଂ କମିଟି ଅଧ୍ୟକ୍ଷ ବିରଂଚି ନାରାୟଣ ମହାସୁପକାରଙ୍କ ଉପସ୍ଥିତିରେ ଅନୁଷ୍ଠିତ ସ୍ୱତନ୍ତ୍ର ବୈଠକରେ ଆଲୋଚନା ପରେ ସହଦେବଙ୍କ ପରିବାରକୁ ଏହି ଅନୁକମ୍ପାମୂଳକ ସହାୟତା ଦେବାକୁ ନିଷ୍ପତ୍ତି ନିଆଯାଇଛି ।