ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ପିପିଲି ଉପନିର୍ବାଚନ ପାଇଁ ଆଜି ସକାଳୁ ଭୋଟ୍ ଗ୍ରହଣ ଚାଲିଥିବା ବେଳେ ବିଭିନ୍ନ ବୁଥ୍ରୁ ଇଭିଏମ୍ ଅଚଳ ବା ତ୍ରୁଟି ଖବର ଆସୁଛି।
ସକାଳେ ପ୍ରଥମେ ୪ଟି ବୁଥ୍ରେ ଇଭିଏମ୍ ଅଚଳ ହୋଇଯାଇଥିବା ଖବର ଆସିଥିବା ବେଳେ ଏବେ ଆଉ ୬ଟି ବୁଥ୍ରେ ଇଭିଏମ୍ରେ ତ୍ରୁଟି ଦେଖିବାକୁ ମିଳିଥିବା ସୂଚନା ଆସିଛି।
କୌଶଲ୍ୟାପୁରର ୧୫୪ ନମ୍ବର ବୁଥ୍ ସହିତ ପୁବାର ୧୫୮, ଲକ୍ଷ୍ମୀନାରାୟଣପୁରର ୧୬୧, କୁଞ୍ଜରର ୧୬୭, ସିଉଳାର ୧୬୯ ଓ ବିନାୟକପୁରର ୧୭୩ ନମ୍ବର ବୁଥ୍ରେ ଇଭିଏମ୍ରେ ତ୍ରୁଟି ଦେଖିବାକୁ ମିଳିଛି। ଫଳରେ ଭୋଟ୍ ଗ୍ରହଣ ବାଧାପ୍ରାପ୍ତ ହୋଇଛି।
ଏହା ପୂର୍ବରୁ ୧୩୯-A, ୧୭୭, ୧୮୮ ଓ ନୂଆଶାସନ ଦକ୍ଷିଣ ସାହିର ୨୦୩ ନମ୍ବର ବୁଥ୍ରେ ଇଭିଏମ୍ ଅଚଳ ହୋଇଯାଇଥିଲା। ତେବେ ଏଗୁଡ଼ିକୁ ସଜାଡ଼ିବା ପରେ ପୁଣି ମତଦାନ ଆରମ୍ଭ ହୋଇଛି। ଅନ୍ୟପକ୍ଷରେ ମୋଟ ଉପରେ ସକାଳ ୯ଟା ସୁଦ୍ଧା ୭.୮ ପ୍ରତିଶତ ଭୋଟର ସେମାନଙ୍କ ମତ ସାବ୍ୟସ୍ତ କରିଥିବା ଜଣାପଡ଼ିଛି।
ଏହି ଉପନିର୍ବାଚନରେ ମୋଟ ୨ଲକ୍ଷ ୨୯ ହଜାର ୯୯୮ ଜଣ ଭୋଟର ସେମାନଙ୍କ ମତ ସାବ୍ୟସ୍ତ କରିବେ। ଏଥିପାଇଁ ୩୪୮ ବୁଥ୍ କରାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।