ବଢ଼ିଲା ତାତି, ମାଲକାନଗିରିରେ ସର୍ବାଧିକ ୪୦ ଡିଗ୍ରୀ

ମାଲକାନଗିରି (ଓଡ଼ିଶା ରିପୋର୍ଟର):ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଯୋଗୁଁ ତାପମାତ୍ରା ବୃଦ୍ଧି ପାଇଛି। ମାଲକାନଗିରିରେ ସର୍ବାଧିକ ୪୦ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଥିବାବେଳେ ସୁନ୍ଦରଗଡ଼ରେ ସର୍ବନିମ୍ନ ତାପମାତ୍ରା ୧୫ ଡିଗ୍ରୀ ରେକର୍ଡ ହୋଇଛି। ତେବେ ଆଭ୍ୟନ୍ତରୀଣ ଓଡ଼ିଶା ଓ ଉପକୂଳ ଓଡ଼ିଶାରେ ତାପମାତ୍ରାରେ କିଛି ପରିବର୍ତ୍ତନ ଲକ୍ଷ୍ୟ କରାଯାଇ ନାହିଁ । ସେପଟେ ଉତ୍ତର କେରଳ ଓ ଦକ୍ଷଣ ଛତିଶଗଡ଼ ଉପରେ ଟ୍ରଫ୍ ଲାଇନ ସୃଷ୍ଟି ଏବଂ ବିହାର ଉପରେ ସମୁଦ୍ର ପତ୍ତନଠାରୁ ୯୦୦ ମିଟର ଉଚ୍ଚରେ ଘୂର୍ଣ୍ଣିବଳୟ […]

temperature.jpgo0_-750x428

Tapas Behera
  • Published: Sunday, 29 March 2020
  • , Updated: 29 March 2020, 06:26 PM IST

ମାଲକାନଗିରି (ଓଡ଼ିଶା ରିପୋର୍ଟର):ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଯୋଗୁଁ ତାପମାତ୍ରା ବୃଦ୍ଧି ପାଇଛି। ମାଲକାନଗିରିରେ ସର୍ବାଧିକ ୪୦ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଥିବାବେଳେ ସୁନ୍ଦରଗଡ଼ରେ ସର୍ବନିମ୍ନ ତାପମାତ୍ରା ୧୫ ଡିଗ୍ରୀ ରେକର୍ଡ ହୋଇଛି। ତେବେ ଆଭ୍ୟନ୍ତରୀଣ ଓଡ଼ିଶା ଓ ଉପକୂଳ ଓଡ଼ିଶାରେ ତାପମାତ୍ରାରେ କିଛି ପରିବର୍ତ୍ତନ ଲକ୍ଷ୍ୟ କରାଯାଇ ନାହିଁ ।

ସେପଟେ ଉତ୍ତର କେରଳ ଓ ଦକ୍ଷଣ ଛତିଶଗଡ଼ ଉପରେ ଟ୍ରଫ୍ ଲାଇନ ସୃଷ୍ଟି ଏବଂ ବିହାର ଉପରେ ସମୁଦ୍ର ପତ୍ତନଠାରୁ ୯୦୦ ମିଟର ଉଚ୍ଚରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଥିବାରୁ ଆମ ରାଜ୍ୟରେ କେତେକ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇଛି ।

ଏହାଛଡ଼ା ଆସନ୍ତାକାଲି ସକାଳ ୮ଟା ୩୦ ମଧ୍ୟରେ କନ୍ଧମାଳ, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ୍, ମାଲକାନଗିରି, ନବରଙ୍ଗପୁର, ଢେଙ୍କାନାଳ, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ବାଲେଶ୍ୱର, କଟକ, ଖୋର୍ଦ୍ଧା ଓ ନୟାଗଡ଼ରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ । କୋରାପୁଟ, ରାୟଗଡ଼ା, ଗଜପତି, କନ୍ଧମାଳ, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗିର, ବାଲେଶ୍ୱର, ମୟୂରଭଞ୍ଜ, କେଉଁଝର, ଅୁଗୁଳ ଓ ବୌଦ୍ଧର କେତେକ ସ୍ଥାନରେ ବର୍ଷା ସହ ବଜ୍ରପାତ ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

Related story