Advertisment

ରବିବାରଠାରୁ ୩ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ବଢିବ ତାପମାତ୍ରା

ଆସନ୍ତା ୧୫ ତାରିଖରେ ଝାରସୁଗୁଡା, ସୁନ୍ଦରଗଡ, ସମ୍ବଲପୁର ଓ ସୋନପୁର ଜିଲ୍ଲା ପାଇଁ ହିଟ୍‌ ୱେଭ ୱାର୍ଣ୍ଣି ଜାରି କରାଯାଇଛି।

undefined

Heat Wave

Advertisment

ଆସନ୍ତାକାଲିଠାରୁ ରାଜ୍ୟରେ ପୁଣି ବଢିବ ତାତି। ତାପମାତ୍ରା ୩ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ବଢିବା ନେଇ ପୂର୍ବାନୁମାନ କରାଯାଉଛି। ଏଥିପାଇଁ ୧୫, ୧୬ ଓ ୧୭ ତାରିଖ ପାଇଁ ହିଟ୍ ୱେଭ୍ ୱାର୍ଣ୍ଣିଂ ଜାରି କରାଯାଇଛି। ଏନେଇ ସୂଚନା ଦେଇଛନ୍ତି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଡକ୍ଟର ଏଚ୍‌.ଆର୍‌ ବିଶ୍ୱାସ୍‌।

Advertisment

ଡକ୍ଟର ବିଶ୍ୱାସ କହିଛନ୍ତି, ଆସନ୍ତା ୧୫ ତାରିଖରେ ଝାରସୁଗୁଡା, ସୁନ୍ଦରଗଡ, ସମ୍ବଲପୁର ଓ ସୋନପୁର ଜିଲ୍ଲା ପାଇଁ ହିଟ୍‌ ୱେଭ ୱାର୍ଣ୍ଣି ଜାରି କରାଯାଇଛି। ସେହିପରେ ୧୬ ତାରିଖରେ ସୁନ୍ଦରଗଡ, ସମ୍ବଲପୁର, ଝାରସୁଗୁଡା, ସୋନପୁର, ଅନୁଗୋଳ, ଦେବଗଡ, ବୌଦ୍ଧ ଓ ବଲାଙ୍ଗିର ଜିଲ୍ଲାକୁ ହିଟ୍ ୱେଭ୍ ୱାର୍ଣ୍ଣି ଜାରି ହୋଇଛି। ଆସନ୍ତା ୧୭ ପାଇଁ ଝାରସୁଗୁଡା, ସମ୍ବଲପୁର, ସୋନପୁର, ବୌଦ୍ଧ ଏବଂ ବଲାଙ୍ଗିର ପାଇଁ ୱାର୍ଣ୍ଣିଂ ଜାରି ହୋଇଛି।

ଆଜି ଝାରସୁଗୁଡାରେ ସର୍ବାଧିକ ତାପମାତ୍ରା ୪୦.୪ ଡିଗ୍ରୀ ରେକର୍ଡ କରାଯାଇଛି। ଏପଟେ ଗତ ୨୪ ଘଣ୍ଟାରେ ଯାଜପୁର ଦାନଗଦି ଅଂଚଳରେ ସର୍ବାଧିକ ୯.୦ ମିଲିମିଟର ବର୍ଷା ରେକର୍ଡ ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓଡ଼ିଶାର ମୟୂରଭଞ୍ଜ, ପୁରୀ, ଗଞ୍ଜାମର ଗୋଟିଏ ଦୁଇଟି ସ୍ଥାନରେ ସାମାନ୍ୟ ହାଲକା ବର୍ଷା ସମ୍ଭାବନା ରହିଛି।

Advertisment
Heat Wave Heat Wave In Odisha Weather Report Weather
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe