ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜିଠୁ ବଢିବ ତାପମାତ୍ରା । ଖରାରେ ସିଝିବ ସାରା ଓଡ଼ିଶା । କେତେକ ସ୍ଥାନରେ ୪୦ ଡିଗ୍ରୀ ମୁହାଁ ହେଲାଣି ପାରଦ । ଏହାଦେଖି ଏବେଠୁ ଲୋକଙ୍କ ମନରେ ଛାନିଆ ପଶିଗଲାଣି।
ଗତକାଲି ରାଜ୍ୟରେ ସବୁଠୁ ଉତ୍ତପ୍ତ ସହର ଭାବେ ଅନୁଗୁଳରେ ତାପମାତ୍ରା ୩୯.୭ ଡିଗ୍ରୀ ରେକର୍ଡ କରାଯାଇଥିଲା । ସେହିପରି ବୌଦ୍ଧ ଓ ଟିଟିଲାଗଡରେ ତାପମାତ୍ରା ୩୯ ଡିଗ୍ରୀ ଥିବା ବେଳେ ବାରିପଦା, ସୋନପୁରରେ ତାପମାତ୍ରା ୩୯ ଡିଗ୍ରୀ ଉପରେ ରହିଥିଲା । ସେହିପରି ୧୨ଟି ସହରରେ ତାପମାତ୍ରା ୩୮ ଡିଗ୍ରୀ କିମ୍ବା ତାଠାରୁ ଅଧିକ ଥିଲା। ରାଜଧାନୀ ଭୁବନେଶ୍ୱରରେ ୩୮.୧ ଏବଂ କଟକରେ ୩୮ ଡିଗ୍ରୀ ସେଲସିୟସ ତାପମାତ୍ରା ରେକର୍ଡ କରାଯାଇଥିଲା ।
୩ ଦିନ ଡହଡହ ଖରାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ରାଜ୍ୟର କେତେକ ସ୍ଥାନରେ ପାରଦ ୪୦ ଡିଗ୍ରୀ ଉପରକୁ ଯାଇପାରେ । ଏଥିପାଇଁ ୮ଜିଲ୍ଲାକୁ ଜାରି ହୋଇଛି ୟେଲୋ ଓ୍ୱାର୍ଣ୍ଣିଂ ।
✔️ଗତ ୨୪ଘଣ୍ଟାରେ ୩୯.୭ଡ଼ିଗ୍ରୀ ସହ ଅନୁଗୁଳ ରାଜ୍ୟର ଉତ୍ତପ୍ତ ସହର
✔️୧୩ସ୍ଥାନରେ ୩୮ଡ଼ିଗ୍ରୀ କିମ୍ବା ତାଠାରୁ ଅଧିକ ଦିନ ତାପମାତ୍ରା ରେକର୍ଡ
✔️୧୮ତାରିଖ ଯାଏଁ ରାଜ୍ୟରେ କିଛି ଜିଲ୍ଲାରେ ଗ୍ରୀଷ୍ମ-ପ୍ରବାହ ସମ୍ଭାବନା
✔️ରାଜ୍ୟର କିଛି ସ୍ଥାନରେ ଦିନ ତାପମାତ୍ରା ସ୍ୱାଭାବିକ ତାପମାତ୍ରା ଠାରୁ ୩ ରୁ ୫ଡ଼ିଗ୍ରୀ ଅଧିକ ରହିବା ସମ୍ଭାବନା |
— Meteorological Centre, Bhubaneswar (@mcbbsr) March 16, 2022