ଭୁବନେଶ୍ୱର: ରାଜ୍ୟରେ ଶିଳ୍ପର ବିକାଶ ପାଇଁ ଲ୍ୟାଣ୍ଡ ବ୍ୟାଙ୍କ କରିବ ଇଡକୋ। ଏଥିପାଇଁ ୨ ଲକ୍ଷ ଏକର ଜମି ଇଡକୋ ଚିହ୍ନଟ କରିଛି । ଏହି ପ୍ରକ୍ରିୟାକୁ ତ୍ୱରାନ୍ୱିତ କରିବା ପାଇଁ ଆଜି ସଚିବାଳୟରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ବୈଠକରେ ୧୦ଟି ଜିଲ୍ଲାରେ ଶିଳ୍ପର ବିକାଶ ପାଇଁ ଇଡକୋ ଲ୍ୟାଣ୍ଡ ବ୍ୟାଙ୍କ କରିବ ନିଷ୍ପତ୍ତି ନିଆଯାଇଥିଲା । ଏହି ଜିଲ୍ଲା ମଧ୍ୟରେ ଜଗସିଂହପୁରର ପାରାଦୀପ, ଭଦ୍ରକର ଧାମରା, କଟକ, ଖୋର୍ଦ୍ଧା, ଢେଙ୍କ।ନାଳ, ଅନୁଗୁଳ, ସୁନ୍ଦରଗଡର ରାଉରକେଲା, ଝାରସୁଗୁଡା, ଯାଜପୁରର କଳିଙ୍ଗନଗର, ଏବଂ ବାଲେଶ୍ୱର ଜିଲ୍ଲାରେ ଲ୍ୟାଣ୍ଡ ବ୍ୟାଙ୍କ କରିବ । ନିର୍ଦ୍ଦିଷ୍ଟ ଶିଳ୍ପ କ୍ଷେତ୍ର ପାଇଁ ନିର୍ଦ୍ଦିଷ୍ଟ ଇଣ୍ଡଷ୍ଟ୍ରିଅଲ୍ ପାର୍କ କାମ ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ଶେଷ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ପ୍ରତି ମାସରେ ମୁଖ୍ୟ ଶାସନ ସଚିବ ଏହାର ସମୀକ୍ଷା କରି ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେବେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
‘ଆୟୁଷ୍ମାନ ଭାରତ’ ଯୋଜନା: ଆସନ୍ତା ସପ୍ତାହରେ ହେବ ଏମଓୟୁ
କେନ୍ଦ୍ର ସରକାରଙ୍କ ବରିଷ୍ଠ ଅଧିକାରୀ ଏଲଏସ୍ ଚ୍ୟାନସେନଙ୍କ ଅଧ୍ୟକ୍ଷତାରେ ଏକ ଟିମ୍ ଓଡ଼ିଶା ଆସି ରାଜ୍ୟ ସ୍ୱାସ୍ଥ୍ୟ ସଚିବ ଏସ.ଅଶ୍ୱସ୍ଥି, ଜାତୀୟ ସ୍ୱାସ୍ଥ୍ୟ ମିଶନର ନିର୍ଦ୍ଦେଶିକା ଡି.ବୃନ୍ଦା ଓ ଅନ୍ୟ ବରିଷ୍ଠ ଅଧିକାରୀଙ୍କ ସହ ବିସ୍ତୃତ ଆଲୋଚନା କରିଛନ୍ତି ।
Politics
ମୋ ମନ ଶାନ୍ତ ହୋଇନି, ସମୟକୁ ଅପେକ୍ଷା କରିଛି: ପ୍ରଦୀପ
ବିଜେଡି ଶାସନକାଳରେ ହୋଇଥିବା ମାମଲା ମଧ୍ୟରୁ ଗତକାଲି ୨ଟି ଓ ଆଜି ୩ଟି ମାମଲାରେ ଜେଏମଏଫସି କୋର୍ଟଙ୍କ ଦ୍ୱାରା ଦୋଷମୁକ୍ତ ହେବାପରେ ବ୍ରହ୍ମପୁର ସାଂସଦ ଶ୍ରୀ ପାଣିଗ୍ରାହୀ ନବୀନ ପଟ୍ଟନାୟକ, ଭିକେ ପାଣ୍ଡିଆନ ଓ ଷଡ଼ଯନ୍ତ୍ରକାରୀଙ୍କ ଉପରେ ବର୍ଷିଛନ୍ତି ।
Miscellaneous
ଭୁବନେଶ୍ୱରରେ ପ୍ରଧାନମନ୍ତ୍ରୀ ମୋଦି
ବିଶାଖାପାଟଣାରୁ ସ୍ୱତନ୍ତ୍ର ବିମାନରେ ଆସି ଭୁବନେଶ୍ୱରରେ ପହଂଚିବା ପରେ ତାଙ୍କୁ ବିମାନ ବନ୍ଦରରେ ରାଜ୍ୟପାଳ ହରିବାବୁ କମ୍ଭମପତି, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଅନ୍ୟମାନେ ତାଙ୍କୁ ସ୍ୱାଗତ କରିଥିଲେ ।
Politics
‘ଓଡ଼ିଶାକୁ ଲୁଟ୍ ପାଇଁ ପାଣ୍ଡିଆନ୍ଙ୍କୁ ଠିକା ଦେଇଥିଲେ ନବୀନ’
ବ୍ରହ୍ମପୁର ସାଂସଦ ପ୍ରଦୀପ ପାଣିଗ୍ରାହୀ ଆହୁରି କହିଛନ୍ତି, ବିଜେଡି ସରକାରରେ CMOକୁ କରପସନ, କମିଶନ ଓ କଲେକ୍ସନର ହବ୍ କରାଯାଇଥିଲା। ନାଁ ନନେଇ ଜଣେ ବରିଷ୍ଠ IPSଙ୍କୁ ଟାର୍ଗେଟ୍ କରିଛନ୍ତି ପ୍ରଦୀପ।
Miscellaneous
୧୩ରୁ ଫେବ୍ରୁଆରୀ ୨୬ ଯାଏଁ ଅଯୋଧ୍ୟାକୁ ଗଡ଼ିବ ବସ୍
OSRTC ପକ୍ଷରୁ ହାଇ-ଏଣ୍ଡ ପ୍ରିମିୟମ୍ ବସ୍ ସେବା ଆରମ୍ଭ ହେବ। ପୁରୀ, ସମ୍ବଲପୁର, ଭବାନୀପାଟଣା, ବ୍ରହ୍ମପୁରରୁ ଏହି ବସ୍ ଗୁଡ଼ିକ ଯିବ।