କେନ୍ଦ୍ରାପଡ଼ା (ମନୋଜ ସ୍ୱାଇଁ): ପାଟକୁରା ବିଧାନସଭା ଲାଗି ମତଦାନ ଗତକାଲି ଶେଷ ହୋଇଯାଇଛି। ମାତ୍ର ନିର୍ବାଚନରେ ବ୍ୟବହୃତ VVPAT ଖୋଲାଥିବା ଅଭିଯୋଗରେ କାଲି ରାତିରେ କେନ୍ଦ୍ରାପଡ଼ା କଲେଜରେ ହୋଇଥିବା ଷ୍ଟ୍ରଙ୍ଗ ରୁମ୍ରେ ପ୍ରବଳ ଉତ୍ତେଜନା ଦେଖାଦେଇଥିଲା।
ଘଟଣାରୁ ଜଣାଯାଇଛି, ନିର୍ବାଚନ ଶେଷ ହେବା ପରେ କେନ୍ଦ୍ରାପଡ଼ା କଲେଜରେ ହୋଇଥିବା ଷ୍ଟ୍ରଙ୍ଗ ରୁମ୍ରେ ଇଭିଏମ୍ ଓ VVPAT ରଖିବା ପାଇଁ ପୋଲିଂ ଅଧିକାରୀ ପହଞ୍ଚିଥିଲେ। ମାତ୍ର ସେଠାରେ VVPAT ଖୋଲାଥିବା ଅଭିଯୋଗ ହୋଇଥିଲା। ପରିସ୍ଥିତି ଏପରି ଅସମ୍ଭାଳ ହୋଇଥିଲା ଯେ ପୋଲିଂ ଅଧିକାରୀ ବିଚିତ୍ର କୁମାର ଦାସ ଲୋକଙ୍କ ଆକ୍ରମଣର ଶିକାର ହୋଇଥିଲେ। ପରେ ପ୍ରଶାସନିକ ଅଧିକାରୀ, ନିର୍ବାଚନ କମିଶନଙ୍କ ଅଧିକାରୀ, ପୋଲିଂ ଅଧିକାରୀ ଏବଂ ଏଜେଣ୍ଟଙ୍କ ସମ୍ମୁଖରେ ଇଭିଏମ୍, ଭିଭିପାଟ୍ ଯାଞ୍ଚ ହୋଇଥିଲା। ଏହାପରେ ସ୍ଥିତି ନିୟନ୍ତ୍ରଣକୁ ଆସିଥିଲା। ଘଟଣାସ୍ଥଳରେ ବ୍ୟାପକ ଫୋର୍ସ ମୁତୟନ କରାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
କେଉଁଠି ବସ୍ ଚାପି ଦେଲା, କେଉଁଠି ଟ୍ରକ୍ ପିଟି ଦେଲା; ୬ ମୃତ, ୧୫ରୁ ଅଧିକ ଆହତ
କାର ପିଟି ଦେବାରୁ ଚାଲିଗଲା ଶାଶୁଙ୍କ ଜୀବନ। ଜ୍ୱାଇଁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି।
Miscellaneous
କଳକୀ କିଏ? ଏମିତି କହିଲେ ବାବା ବଳିଆ
ବାବା ବଳିଆ କହିଛନ୍ତି, ଆମେ ପିଲା ଦିନରୁ ଅନେକ କଳକୀ, ଅନେକ ମାଧବ ଓ ଅନେକ କୃଷ୍ଣଙ୍କୁ ଦେଖିଛୁ। ତାଙ୍କ ସହିତ କଥାବାର୍ତ୍ତା ହୋଇଛୁ। ସେମାନେ ସବୁବେଳେ ଦାବି କରନ୍ତି, ଆମେ କଳକୀ ବୋଲି।
Entertainment
ଅନନ୍ତ, ଶ୍ରୀନିବାସ ଓ ଜୟୀ ଗ୍ରହଣ କଲେ ‘ମୋହନସୁନ୍ଦର ଦେବ ଗୋସ୍ୱାମୀ ପୁରସ୍କାର’
୨୦୨୧ ବର୍ଷ ପାଇଁ ଶ୍ରେଷ୍ଠ ଅଭିନେତା ଭାବରେ ‘ପ୍ରତୀକ୍ଷା’ ଚଳଚ୍ଚିତ୍ର ପାଇଁ ଦୀପନ୍ୱିତ ଦାସ ମହାପାତ୍ର ଓ ଶ୍ରେଷ୍ଠ ଅଭିନେତ୍ରୀ ଭାବରେ ‘ଡାଲଚିନି’ ଚଳଚ୍ଚିତ୍ର ପାଇଁ ସୂର୍ଯ୍ୟମୟୀ ମହାପାତ୍ରଙ୍କୁ ପୁରସ୍କୃତ କରାଯାଇଛି।
Culture & Literature
ମନୋଜ ମିଶ୍ର କ୍ଷମା ମାଗନ୍ତୁ, ନହେଲେ କୋର୍ଟକୁ ଯିବୁ
ଜଣେ ଜନପ୍ରତିନିଧି, ଜଣେ ଲେଖକ ଓ ଫକୀରମୋହନ ସେନାପତିଙ୍କର ଜଣେ ପାଠକ ଭାବରେ ମୁଁ ମନୋଜ ମିଶ୍ରଙ୍କ ମନ୍ତବ୍ୟକୁ ତୀବ୍ର ନିନ୍ଦା କରୁଛି ବୋଲି ଶ୍ରୀ ଦାସ କହିଛନ୍ତି।